No Result
View All Result
୧୬ ଡିସେମ୍ବର ଶୁକ୍ରବାର ( ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବାହାଡ଼ ଝୋଲା ଏବଂ ସିକ୍ରୀଡ଼ା ଗ୍ରାମ ପଞ୍ଚାୟତ ରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ର ଶୁଭ ଭିତ୍ତି ପ୍ରସ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ବାହାଡ ଝୋଲା ଗ୍ରାମ ପଞ୍ଚାୟତ ବାଲିପଦା ଠାରେ ୪୯ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିବା
କ୍ଷୁଦ୍ର ଜଳସେଚନ ପ୍ରକଳ୍ପ,ମୂଳଗଣ୍ଡ ଠାରେ ୪୮ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିବା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଏବଂ ସିକ୍ରୀଡା ଗ୍ରାମ ପଞ୍ଚାୟତ ଅମେଇ ମୁହିଁ ଠାରେ ୫୬ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିବା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ର ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ।
ତତ୍ ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯୋଗୁଁ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ହେବା ଦ୍ଵାରା କୃଷିର ଅଧିକ ଉନ୍ନତି ହୋଇପାରିବ ବୋଲି କହିବା ସହ କୃଷିର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଙ୍କ ବିଭିନ୍ନ ଯୋଜନା ଗୁଡ଼ିକୁ ପ୍ରଶଂସା କରିଥିଲେ।ବିଧାୟକ ଙ୍କ ସହିତ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ,୧୬ ନଂ ଜିଲ୍ଲା ପରିଷଦ ସଭ୍ୟା ଜସ୍ମିନ ଦାସ,
୧୭ ନଂ ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ ଦଳ ବେହେରା,ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ,ଯୁବ ବିଜେଡ଼ି ସଭାପତି ଶୁଭ୍ରାଂଶୁ ଶେଖର ସେନାପତି, ବ୍ଲକ୍ ବିଜେଡ଼ି ସଭାପତି ସନାତନ ସାମଲ,ଉପ ସଭାପତି ମୁରଲୀ ଧର ଜେନା, ଗୁମି ପଞ୍ଚାୟତ ସମିତି ସଭ୍ୟ ସଞ୍ଜୀବ କୁମାର ଡାକୁଆ, ବାହାଡ଼ ଝୋଲା ପଞ୍ଚାୟତ ସରପଞ୍ଚ ଆରତୀ ସେଠୀ,ସମିତି ସଭ୍ୟା ମିତା ଅଧିକାରୀ,
ନୟାଗଡ କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁପଦ ପଟ୍ଟାୟତ, ସିକ୍ରୀଡା ପଞ୍ଚାୟତ ସରପଞ୍ଚ ସୁଷମା ପରିଡ଼ା ,ସମିତି ସଭ୍ୟା ସଙ୍ଗୀତା ନାୟକ ଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ।କୃଷିର ଉନ୍ନତି ପାଇଁ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନିର୍ମାଣ ହେବାକୁ ଯାଉଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କୁ କୃତଜ୍ଞତା ଜଣାଇଛନ୍ତି ଅଞ୍ଚଳବାସୀ ।

No Result
View All Result