No Result
View All Result
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ସ୍ୱୀକୃତି ମିଳିଛି
୨୧ ଜାନୁଆରୀ ଶନିବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ୧୨ଟି ପ୍ରସ୍ତାବରେ ଲାଗିଲା କ୍ୟାବିନେଟ୍ ମୋହର । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବରେ ମୋହର ବାଜିଛି । ବଢ଼ିଲା ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍ । ମିଳିଥିବା ସୂଚନା ଅନୁଯାୟୀ, ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ କର୍ମଚାରୀଙ୍କ ଅନୁଦାନ ବୃଦ୍ଧି କରାଯାଇଛି । ଏହା ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଲାଗୁହେବ । ଅନ୍ୟାନ୍ୟ ନିଷ୍ପତ୍ତି ଅନୁଯାୟୀ, ସେହିପରି କର୍କଟ ରୋଗୀଙ୍କ ଆବାସ ପାଇଁ ୨ ଏକର ମାଗଣା ଜମି ପ୍ରଦାନ, ଗ୍ରାମୀଣ ପାଇପ ଜଳ ଯୋଗାଣ ଅନ୍ତର୍ଗତ ଯାଜପୁରର ବରୀ ଓ କୋରେଇ ବ୍ଲକରେ ୨ଟି ପ୍ରକଳ୍ପ ନିର୍ମାଣକୁ ଅନୁମୋଦନ ମିଳିଛି । ଏହି ପ୍ରକଳ୍ପ ନିର୍ମାଣ କାର୍ୟ୍ୟ ୫ ବର୍ଷରେ ଶେଷ କରିବାକୁ ଲକ୍ଷ୍ୟ ଧାର୍ୟ୍ୟ କରାଯାଇଛି । ସେହିପରି ନୟାଗଡ଼ର ଦଶପଲା, ଗଣିଆ ଓ ନୂଆଗାଁରେ ୩ଟି ଓ ମାଲକାନଗିରିର ଖଇରିପୁଟ, ମାଲକାନଗିରି, ମାଥିଲି ଓ କାଲିମେଳାରେ ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି ।
– ନୟାଗଡ଼ର ଦଶପଲା, ଗଣିଆ ଓ ନୂଆଗାଁରେ ହେବ ୩ଟି ପାନୀୟଜଳ ପ୍ରକଳ୍ପ ହେବ ।
– ମାଲକାନଗିରିର ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ ।
– ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ହେବ ବ୍ରିଜ୍ ।
– ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ ।
କ୍ୟାବିନେଟ ବୈଠକରେ ଅନ୍ୟାନ୍ୟ ପଛୁଆ ବର୍ଗ କମିଶନ ଆଇନରେ ସଂଶୋଧନ ପ୍ରସ୍ତାବକୁ ମଧ୍ୟ ମଞ୍ଜୁରୀ ମିଳିଛି । ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ପ୍ରସ୍ତାବିତ ପୋଲ ପାଇଁ ହୋଇଥିବା ଟେଣ୍ଡରକୁ ଅନୁମୋଦନ ସହ ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ, ଦ୍ରବ୍ୟ ଓ ସେବା କର, ବାଣିଜ୍ୟ କର ଡାଟାଏଣ୍ଟ୍ରି ଅପରେଟର ନିଯୁକ୍ତି ଅଧିନିୟମ ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ସେହିପରି ଓଡ଼ିଶା ଖାଦ୍ୟ ପରୀକ୍ଷାଗାର କର୍ମଚାରୀ ନିଯୁକ୍ତି ଅଧିନିୟମ, ଓଏସଯେଏସ ଓ ଅଜେଏସ ସେବା ଅଧିନିୟମ ସଂଶୋଧନ ପ୍ରସ୍ତାବ ସହ ଖଣି, ଭୂତତ୍ତ୍ୱ ସେବା ନିର୍ଦ୍ଦେଶାଳୟର ୫ଟି କ୍ୟାଡର ନିଯୁକ୍ତିରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି ।

No Result
View All Result