ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀଧର ପୃଷ୍ଟି ମୁଖ୍ୟବକ୍ତା ଭାବେ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ନିଜ ଭିତରେ ଥିବା ଚିନ୍ତାଶକ୍ତିକୁ ଉପଯୋଗ କରି ନୂଆ ଜିନିଷ ଉଦ୍ଭାବନ କରିବାକୁ ପରାମର୍ଶ ଦେଇଥିଲେ । ସମ୍ମାନୀତ ଅତିଥି ଭାବେ ବିଦ୍ୟାଳୟର ମୁଖ୍ୟ ପରାମର୍ଶଦାତା ଲକ୍ଷ୍ମଣ କୁମାର ସାହୁ, ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ବେହେରା ,ଉପାଧ୍ୟକ୍ଷ ସନ୍ତୋଷ କୁମାର ମିଶ୍ର ଯୋଗଦେଇଥିଲେ ।
ସ୍ୱପ୍ଲିନା ବର୍ଦ୍ଧନ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସୁଶ୍ରୀ ଚିନ୍ମୟୀ ପତି ଧନ୍ୟବାଦ ଅର୍ପଣ କରିଥିଲେ । କୁନି କୁନି ପିଲାଙ୍କ ଦ୍ୱାରା ସମୁଦାୟ ୫୫ ଟି ପ୍ରକଳ୍ପ ସ୍ଥାନ ପାଇଥିଲା ଓ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ବାର୍ଷିକ ପ୍ରଦର୍ଶନୀ ଉତ୍ସବରେ ରେ ସମସ୍ତ ଶିକ୍ଷକ , ଶିକ୍ଷୟିତ୍ରୀ ଓ କର୍ମଚାରୀ ସକ୍ରିୟ ଅଂଶଗ୍ରହଣ ଏବଂ ସହଯୋଗ କରିଥିଲେ ।

© 2023 Odisha Taza News.