• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ : ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Proprietor Abhimanyu Maharana by Proprietor Abhimanyu Maharana
February 13, 2023
in ଓଡ଼ିଶା, ପୁରୀ, ମହାନଗର, ହୋମ୍
0
ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ : ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Share on FacebookShare on TwitterWhatsapp

୧୩ ଫେବୃଆରୀ ,ସୋମବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଅନୁଗୋଳ :- ଅନୁଗୋଳ ଜିଲ୍ଲା ବାଲିପଟ୍ଟା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେଇ ବିଦ୍ୟା,ବୁଦ୍ଧି ଓ ଜ୍ଞାନ ବଳରେ ଅନୁଗୋଳରେ ଥିବା ସମ୍ଭାବନାକୁ ବ୍ୟାପକ କରିବା ପାଇଁ ଯୁବପିଢିଙ୍କୁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ୨୫ ବର୍ଷର ଅମୃତ କାଳରେ ‘ବିକଶିତ ଭାରତ’ ପାଇଁ ସ୍ୱପ୍ନ ଦେଖିଛନ୍ତି । ଏହି କାଳଖଣ୍ଡରେ ଅନୁଗୋଳ ଭଳି ଖଣି ସମୃଦ୍ଧ ଅଞ୍ଚଳର ବିକାଶର ଦାୟିତ୍ୱ ନେବାକୁ ହେବ, ଯାହାର ଗୁରୁ ଦାୟିତ୍ୱ ଅଞ୍ଚଳର ଯୁବବର୍ଗଙ୍କ ଉପରେ ରହିଛି । ଯୁବପିଢିମାନେ କେବଳ ଚାକିରି ଅନ୍ୱେଷଣରେ ରୁହନ୍ତୁ ନାହିଁ ବରଂ ନିଯୁକ୍ତିଦାତା ହୋଇ ନିଜର ପ୍ରତିଭା ବଳରେ ଖଣି ସମ୍ଭାବନାର ଅଞ୍ଚଳକୁ ଆଗକୁ ନେବା ପାଇଁ ସଂକଳ୍ପ ନିଅନ୍ତୁ । ବର୍ତ୍ତମାନ ଏକବିଂଶ ଶତାବ୍ଦୀରେ ଶିକ୍ଷାକୁ ଯୋର ଦେବା ତଥା ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ଆମର ଦାୟିତ୍ୱ । କଳା, ସାହିତ୍ୟ, ସଂସ୍କୃତି ଏବଂ ବୌଦ୍ଧିକ ସମ୍ପନ୍ନତାର ଅନନ୍ୟ ଭୂମି ହେଉଛି ବାଲିପଟ୍ଟା ।ଭଲ ମଣିଷ ତିଆରି କରିବା ବାଲିପଟ୍ଟା ଓ ଛେଣ୍ଡିପଦାର ସଂସ୍କାରରେ ରହିଛି । ଏହି କାରଣରୁ ବାଲିପଟ୍ଟା ହାଇସ୍କୁଲରୁ ପାଠପଢି ୫ହଜାରରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ସାମାଜିକ ଜୀବନରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ରହି ନିଜ କାମକୁ ସୂଚାରୁରୂପେ ପାଳନ କରୁଛନ୍ତି । ହାଇସ୍କୁଲଟି ୫୦ ବର୍ଷ ପୂରଣ କରିବା ଏକ ଗୌରବମୟ କୀର୍ତ୍ତିମାନ ଏବଂ ପୂର୍ବଜ ମାନଙ୍କ ପ୍ରଚେଷ୍ଟାର ପ୍ରମାଣ । ଅଭିଭାଷଣ ବେଳେ ଶ୍ରୀ ପ୍ରଧାନ ତାଙ୍କୁ ପ୍ରେରଣା ଦେଇଥିବା ବ୍ୟକ୍ତିଙ୍କ ସ୍ମୃତିଚାରଣ କରିଥିଲେ । ସେ କହିଥିଲେ ପିଲା ଥିବା ବେଳେ ସେ ତାଙ୍କ ପ୍ରେରଣା ପୁରୁଷ ତଥା ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ବିଚାର ପରିବାରର ବରିଷ୍ଠ ପ୍ରଚାରକ ସ୍ୱର୍ଗତ କୁମାର କୃଷ୍ଣଚନ୍ଦ୍ର ରାୟଙ୍କ ଠାରୁ ବାଲିପଟ୍ଟାର ସଂସ୍କାର ଶୁଣିଥିଲେ । ସେହି ପ୍ରେରଣା ପୁରୁଷଙ୍କ କର୍ମଭୂମି ତଥା ନିଜ ଗୃହ ଜିଲ୍ଲାର ଏକ ସଂସ୍କାର ଧାମ ଏବଂ ଆତ୍ମୀୟ ମାନଙ୍କ ଗ୍ରାମକୁ ଆସିବା ତାଙ୍କ ପାଇଁ ବଡ ସୌଭାଗ୍ୟର ବିଷୟ ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ ।ଏହି କାର‌୍ୟ୍ୟକ୍ରମରେ ଯୋଗଦେବା ପୂର୍ବରୁ ଶ୍ରୀ ପ୍ରଧାନ କୋଶଳା ଠାରେ ମା’ ରାମଚଣ୍ଡୀ ପୀଠରେ ଦର୍ଶନ କରିଥିଲେ । ସେହି ଅଞ୍ଚଳରେ ଭାରତୀୟ ସମ୍ବିଧାନର ପ୍ରଣେତା ଭାରତରତ୍ନ ବାବାସାହେବ ଡକ୍ଟର ବି.ଆର୍ ଆମ୍ବେଦକର ଓ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପ୍ରଜାମଣ୍ଡଳ ଆନ୍ଦୋଳନର ପୁରୋଧା ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ବଅଁରପାଳ, ଜରାସିଂହା, କଙ୍କରାଇ, ରାଇଝରନ, କୋଶଳା, ଛେଣ୍ଡିପଦା, ପାଟକୁମୁଣ୍ଡା, ବାରମଞ୍ଚା, ଖମାର, ପଗଡିଆ, ବସନ୍ତପୁର, ତେଣ୍ଟୁଲୋଇ ଓ ବାଲିପଟ୍ଟା ସମେତ ବିଭିନ୍ନ ସ୍ଥାନରେ କାର‌୍ୟ୍ୟକର୍ତ୍ତା ଓ ସାଧାରଣ ଲୋକମାନେ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version