୨୮ ଫେବୃଆରୀ ମଙ୍ଗଳବାର (ଓଡ଼ିଶା ତାଜାନ୍ୟୁଜ ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଗୁମି ଗ୍ରାମ ପଞ୍ଚାୟତ ଅଧୀନ ରେ ଥିବା ଡିମିରି ପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟ ର ୬୭ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ମୂଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ବିଦ୍ୟାଳୟ ର ଉନ୍ନତି ରେ ଶିକ୍ଷକ ଏବଂ ଛାତ୍ର ଛାତ୍ରୀ ମାନଙ୍କ ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ ବୋଲି ମତବ୍ୟକ୍ତ କରିଥିଲେ।ତତ୍ ସହିତ ବିଦ୍ୟାଳୟ ଏବଂ ଛାତ୍ର ଛାତ୍ରୀ ମାନଙ୍କ ଅଧିକରୁ ଅଧିକ କିପରି ଉନ୍ନତି ହୋଇପାରିବ ସେ ଉପରେ ଯୁବ ବିଧାୟକ ଗୁରୁତ୍ୱାରୋପ କରିଥିଲେ ।