ଏହି ଅବସରରେ କନ୍ଧମାଳ ଜିଲ୍ଲା ବିଜେଡ଼ି ପର୍ଯ୍ୟବେକ୍ଷକ ବିଜୟ ନାୟକ ଯୋଗଦେଇ ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୀବନୀ ବିଷୟରେ ଉପସ୍ଥିତ ନେତା ଓ କର୍ମୀଙ୍କୁ ଆଲୋକପାତ କରିଥିଲେ । ବିଜୁ ବାବୁ ଓଡିଶା ପାଇଁ ଯେଉଁ ସ୍ବପ୍ନ ଦେଖିଥିଲେ ବର୍ତ୍ତମାନ ସମୟରେ ତାଙ୍କ ସୁପୁତ୍ର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାପାଙ୍କ ସ୍ବପ୍ନକୁ ପୁରଣ କରିବାରେ ଲାଗିଛନ୍ତି । ସାଢ଼େ ଚାରିକୋଟି ଓଡ଼ିଶାବାସୀଙ୍କ ସ୍ବାର୍ଥ ଓ ସ୍ବାଭିମାନ ପାଇଁ ଲଢ଼ିବା, ଏକ ସମୃଦ୍ଧ, ସଶକ୍ତ, ସ୍ଵାଭିମାନୀ “ନବୀନ ଓଡ଼ିଶା” ଗଢ଼ିବା ପାଇଁ ଆମେ ଆଜି ସଙ୍କଳ୍ପ ନେବା ସଙ୍ଗଠନକୁ ତୃଣମୂଳ ସ୍ତରରେ ଆହୁରି ସୁଦୃଢ଼ କରିବାସହ ନବୀନ ପଟ୍ଟନାୟକଙ୍କ ହାତ ମୁଠାକୁ ଟାଣ କରିବା ଏବଂ ଓଡ଼ିଶାର ଉନ୍ନତି ପାଇଁ ସହଯୋଗ କରିବାକୁ ସମସ୍ତଙ୍କୁ ନିଜ ବକ୍ତବ୍ୟ ମାଧ୍ୟମରେ କହି ଉପସ୍ଥିତ ସମସ୍ତ କର୍ମୀଙ୍କୁ ଉପଦେଶ ଦେଇଛନ୍ତି ବିଜୟ ନାୟକ ।
ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କୃଷ୍ଣମୋହନ ପାଣିଗ୍ରାହୀ,ଜିଲ୍ଲା ଉପ ସଭାପତି କ୍ଲେଶ ପ୍ରଧାନ, ଜିଲ୍ଲା ସାଧାରଣ ସମ୍ପାଦକ ବାସୁଦେବ ପଣ୍ଡା,ସମ୍ପାଦକ ସରୋଜ ବିଆରସିଂ,ଯୁଗ୍ମ ସମ୍ପାଦକ ଶଙ୍କର ମହାପାତ୍ର, ପୁର୍ବତନ ବିଧାୟକ ରାଜୀବ ପାତ୍ର, ବାଲିଗୁଡ଼ା ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ପ୍ରଧାନ, ବାଲିଗୁଡ଼ା ନଗର ସଭାପତି ଅବନୀକାନ୍ତ ନାୟକଙ୍କ ସମେତ ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ଚାରିଗୋଟି ବ୍ଲକ୍ ବାଲିଗୁଡ଼ା,କ.ନୁଆଗାଁ, ତୁମୁଡ଼ିବନ୍ଧ ଓ କୋଟଗଡ଼ ବ୍ଲକର ସମସ୍ତ ନେତୃବୃନ୍ଦ, ନିର୍ବାଚିତ ପ୍ରତିନିଧି, ବହୁ ସଂଖ୍ୟାରେ ପୁରୁଷ ଓ ମହିଳା କର୍ମୀ ଏବଂ ବିଜୁ ପ୍ରେମୀ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା । 
© 2023 Odisha Taza News.