No Result
View All Result
୦୭ ମାର୍ଚ୍ଚ ମଙ୍ଗଳବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମଣ୍ଡି :- ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ସମ୍ମିଳନୀ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ , ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ.ଆନନ୍ଦ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବାମଦେବ ସିଂ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌରପରିଷଦ ସମେତ ରାଣୀପେଣ୍ଠ, ବାଘାସଲା,ସିଧାମାଡଙ୍ଗ,କେରାଣ୍ଡି ଓ କତଲକଇଠା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୮୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୫ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୦ , ୧୯ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଅଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।
No Result
View All Result