୦୮ ମାର୍ଚ୍ଚ ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କନ୍ଧମାଳ :- ଆଜି ରଙ୍ଗର ପର୍ବ ହୋଲି । ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସନ୍ତି । ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ । ଗାଁଠୁ ସହର ସବୁଠି ଚାଲିଥିଲା ରଙ୍ଗର ଖେଳ । ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ଦର୍ଶାଇବାର ଏହି ରଙ୍ଗ ଖେଳ ଏକ ମାଧ୍ୟମ । ଗୀତ ନାଚର ଆସର ବି ଜମିଥିଲା । ଗାଁକୁ ଗାଁ ବୁଲି ପିଲାଠୁ ବୟସ୍କ ସମସ୍ତେ ହୋଲି ଖେଳରେ ମସଗୁଲ ହୋଇଥିଲେ । ରଙ୍ଗ ଓ ରଙ୍ଗ ପିଚକାରୀର ଆଜି ଦିନରେ ଦବଦବା ରହିଥିଲା । ହୋଲି ଖେଳ ପଛରେ ପୌରାଣିକ ତତ୍ୱ ବି ରହିଛି । ସମସ୍ତଙ୍କୁ ଭାବର ରଙ୍ଗରେ ରଙ୍ଗୀନ କରିବାକୁ ବର୍ଷକ ପରେ ଆସିଛି ଭାଇଚାରାର ମହାନ ପର୍ବ ହୋଲି । ଅବିର ମାଧ୍ୟମରେ ଶାନ୍ତି, ପ୍ରୀତି, ମୈତ୍ରି, ସଦଭାବନାର ବାର୍ତ୍ତା ବିଞ୍ଛି ଚାଲିଛି ଏହି ମହାନ ପର୍ବ । ଏ ନେଇ କନ୍ଧମାଳ ଜିଲ୍ଲାର ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ପ୍ରବଳ ଉତ୍ସାହ ଉଦ୍ଦୀପନା ସହ ପାଳିତ ହୋଇଛି ହୋଲି ପର୍ବ।ପରସ୍ପରକୁ ଅବିର ଓ ରଙ୍ଗ ଲଗାଇ ଅଭିବାଦନ ଜଣାଇଛନ୍ତି ଆବାଳ ବୃଦ୍ଧ ବନିତା । କିଛି ସମୟ ପାଇଁ ହେଉ ପଛେ ସମସ୍ତେ ଭୁଲି ଯାଇଛନ୍ତି ଜୀବନର ସବୁ ଦୁଃଖ, କଷ୍ଟ । ରଙ୍ଗ ଖେଳିବା ସହ ସମସ୍ତେ ମଜ୍ଜି ଯାଇଥିଲେ ନାଚ, ଗୀତରେ । ଏହି ହୋଲି ପର୍ବସହ ଯୋଡି ହୋଇଛି ଅନେକ ପୌରାଣିକ ଆଖ୍ୟାନ । ଭଗବାନ ଶ୍ରୀକୃଷ୍ଣଙ୍କ ଲୀଳାଖେଳାର ଅଂଶବିଶେଷ ହେଉଛି ଏହି ହୋଲି ଉତ୍ସବ । ସାରା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଏହି ପର୍ବ ଧୂମଧାମରେ ପାଳିତ ହୋଇଥାଏ । ଏ ନେଇ ଆଜି ପ୍ରତ୍ୟୁଷରୁ ଅଞ୍ଚଳର ସମସ୍ତ ମନ୍ଦିର ସମେତ ଶ୍ରୀଜଗନ୍ନାଥ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ହୋଇଥିଲା । ନିଜ ପ୍ରିୟଜନ ଓ ସାଙ୍ଗସାଥୀଙ୍କ ସହ ସମସ୍ତେ ଏହି ରଙ୍ଗର ପର୍ବକୁ ଧୁମଧାମରେ ପାଳନ କରିଛନ୍ତି ।