ହୋଲି ଖେଳ ପଛରେ ପୌରାଣିକ ତତ୍ୱ ବି ରହିଛି । ସମସ୍ତଙ୍କୁ ଭାବର ରଙ୍ଗରେ ରଙ୍ଗୀନ କରିବାକୁ ବର୍ଷକ ପରେ ଆସିଛି ଭାଇଚାରାର ମହାନ ପର୍ବ ହୋଲି । ଅବିର ମାଧ୍ୟମରେ ଶାନ୍ତି, ପ୍ରୀତି, ମୈତ୍ରି, ସଦଭାବନାର ବାର୍ତ୍ତା ବିଞ୍ଛି ଚାଲିଛି ଏହି ମହାନ ପର୍ବ । ଏ ନେଇ କନ୍ଧମାଳ ଜିଲ୍ଲାର ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ପ୍ରବଳ ଉତ୍ସାହ ଉଦ୍ଦୀପନା ସହ ପାଳିତ ହୋଇଛି ହୋଲି ପର୍ବ।
ପରସ୍ପରକୁ ଅବିର ଓ ରଙ୍ଗ ଲଗାଇ ଅଭିବାଦନ ଜଣାଇଛନ୍ତି ଆବାଳ ବୃଦ୍ଧ ବନିତା । କିଛି ସମୟ ପାଇଁ ହେଉ ପଛେ ସମସ୍ତେ ଭୁଲି ଯାଇଛନ୍ତି ଜୀବନର ସବୁ ଦୁଃଖ, କଷ୍ଟ । ରଙ୍ଗ ଖେଳିବା ସହ ସମସ୍ତେ ମଜ୍ଜି ଯାଇଥିଲେ ନାଚ, ଗୀତରେ । ଏହି ହୋଲି ପର୍ବସହ ଯୋଡି ହୋଇଛି ଅନେକ ପୌରାଣିକ ଆଖ୍ୟାନ । ଭଗବାନ ଶ୍ରୀକୃଷ୍ଣଙ୍କ ଲୀଳାଖେଳାର ଅଂଶବିଶେଷ ହେଉଛି ଏହି ହୋଲି ଉତ୍ସବ ।
ସାରା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଏହି ପର୍ବ ଧୂମଧାମରେ ପାଳିତ ହୋଇଥାଏ । ଏ ନେଇ ଆଜି ପ୍ରତ୍ୟୁଷରୁ ଅଞ୍ଚଳର ସମସ୍ତ ମନ୍ଦିର ସମେତ ଶ୍ରୀଜଗନ୍ନାଥ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ହୋଇଥିଲା । ନିଜ ପ୍ରିୟଜନ ଓ ସାଙ୍ଗସାଥୀଙ୍କ ସହ ସମସ୍ତେ ଏହି ରଙ୍ଗର ପର୍ବକୁ ଧୁମଧାମରେ ପାଳନ କରିଛନ୍ତି । 
© 2023 Odisha Taza News.