• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମିଶନ ଶକ୍ତି ବିଭାଗର ବଜେଟ ୨୦୨୩-୨୪ ସଂକ୍ରାନ୍ତୀୟ ସାମ୍ବାଦିକ ସମ୍ମିଳନୀ

Proprietor Abhimanyu Maharana by Proprietor Abhimanyu Maharana
March 9, 2023
in ଓଡ଼ିଶା, ବାଣିଜ୍ୟ, ମହାନଗର, ହୋମ୍
0
ମିଶନ ଶକ୍ତି ବିଭାଗର ବଜେଟ ୨୦୨୩-୨୪ ସଂକ୍ରାନ୍ତୀୟ ସାମ୍ବାଦିକ ସମ୍ମିଳନୀ
Share on FacebookShare on TwitterWhatsapp

ମିଶନ ଶକ୍ତି ବିଭାଗ ପାଇଁ ୨,୫୫୪ କୋଟି ଟଙ୍କାର ବଜେଟ ବ୍ୟବସ୍ଥା ମହିଳାମାନଙ୍କ ତାଲିମ, ଜୀବନଜୀବିକା ଓ ଦକ୍ଷତା ବିକାଶ ଉପରେ ମିଶନ ଶକ୍ତି ବିଭାଗ ଗୁରୁତ୍ୱ ଦେଉଛି.

୦୮ ମାର୍ଚ୍ଚ ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ମିଶନ ଶକ୍ତି ଆଜି ଓଡ଼ିଶାର ୭୦ ଲକ୍ଷରୁ ଅଧିକ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିଛି । ଏଥି ନିମନ୍ତେ ମହିଳାମାନଙ୍କୁ ୬ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀରେ ସଂଗଠିତ କରି ରୋଜଗାରଭିତ୍ତିକ କାର୍ଯ୍ୟକ୍ରମ ଏବଂ ବିଭିନ୍ନ ସରକାରୀ ଯୋଜନାରେ ସଂପୃକ୍ତ କରାଇ ସଶକ୍ତ କରାଯାଉଛି । ନିରନ୍ତର ଆର୍ଥିର୍କ ସହାୟତା, ଦକ୍ଷତା ବିକାଶ ତାଲିମ ଏବଂ ନୂତନ ଜୀବିକାର ରାହା ଦେଖାଇ ରାଜ୍ୟ ସରକାର ପ୍ରତ୍ୟେକ ମହିଳାଙ୍କ ମନରେ ଆତ୍ମବିଶ୍ୱାସ ଏବଂ ଗର୍ବର ଭାବନା ସୃଷ୍ଟି କରିଛନ୍ତି ବୋଲି ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ୍‌ କହିଛନ୍ତି । ଆଜି ପୂର୍ବାହ୍ନରେ ଗୀତ ଗୋବିନ୍ଦ ସଦନଠାରେ ମିଶନ ଶକ୍ତି ବିଭାଗ ଦ୍ୱାରା ଆଗତ ୨୦୨୩-୨୪ ମସିହା ବଜେଟ ମୁଖ୍ୟାଂଶ ସଂପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀମତୀ ହେମ୍ବ୍ରମ୍‌ କହିଛନ୍ତି ଯେ ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷରେ ମିଶନ ଶକ୍ତି ବିଭାଗ ପାଇଁ ୨,୫୫୪ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରିଛନ୍ତି, ଯାହା ଗତ ବର୍ଷର ବଜେଟ ତୁଳନାରେ ୨୭ ପ୍ରତିଶତ ଅଧିକ । ଗତିଶୀଳତା ହେଉଛି ସଶକ୍ତିକରଣ ବୋଲି ଉଲ୍ଲେଖ କରି ମନ୍ତ୍ରୀ ଶ୍ରୀମତୀ ହେମ୍ବ୍ରମ୍‌ କହିଛନ୍ତି ଯେ ମିଶନ ଶକ୍ତି ସ୍କୁଟର ଯୋଜନାରେ କମୁ୍ୟନିଟି ସପୋର୍ଟ ଷ୍ଟାଫ୍‌ ଏବଂ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟାଙ୍କ ପାଇଁ ବୈଦୁ୍ୟତିକ ସ୍କୁଟର ନିମନ୍ତେ ସହାୟତା ଯୋଗାଇ ଦିଆଯିବ । ଏହି ଯୋଜନା ଅଧିନରେ ଇଲେକ୍‌ଟି୍ରକ୍‌ ସ୍କୁଟର କ୍ରୟ ପାଇଁ ଦିଆଯାଉଥିବା ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ଉପରେ ସଂପୂର୍ଣ୍ଣ ସୁଧ ରିହାତି ପ୍ରସ୍ତାବ ଦିଆଯାଇଛି ।

ଏଥି ପାଇଁ ୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ସେ ପ୍ରକାଶ କରିଛନ୍ତି । ମନ୍ତ୍ରୀ ଶ୍ରୀମତୀ ହେମ୍ବ୍ରମ୍‌ ପୁଣି କହିଛନ୍ତି ଯେ ମିଶନ ଶକ୍ତି ବିଭାଗ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଉଦ୍ୟୋଗୀରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛି । ଏଥି ପାଇଁ ରାଜ୍ୟ ସରକାର ପ୍ରତ୍ୟେକ ଜିଲ୍ଲାରେ ଗୋଟିଏ ଲେଖାଏଁ ଇଣ୍ଡଷ୍ଟ୍ରିଆଲ୍‌ ପାର୍କ ପ୍ରତିଷ୍ଠା କରିବା ପାଇଁ ଅନୁମୋଦନ କରିଛନ୍ତି । ଇଣ୍ଡଷ୍ଟି୍ରଆଲ ପାର୍କ ପ୍ରତିଷ୍ଠା ପାଇଁ ୧୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ସେହିପରି ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ଉଦ୍ୟୋଗୀରେ ରୂପାନ୍ତରଣ କରିବା ଦିଗରେ ପ୍ରୋତ୍ସାହନ ଦେବା ପାଇଁ ରାଜ୍ୟ ସରକାର ବିନା ସୁଧରେ ମିଶନ ଶକ୍ତି ଋଣକୁ ୩ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ୧୦ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ଯୋଗାଇ ଦେବା ପାଇଁ ୨୨୦ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥା କରାଯାଇଛି ।ମାି୩୯;ମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ସୁଧରିହାତି ଫେରସ୍ତ କରାଯାଉଛି ବୋଲି ମନ୍ତ୍ରୀ ଶ୍ରୀମତୀ ହେମ୍ବ୍ରମ୍‌ କହିଛନ୍ତି । ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟନ୍‌ କହିଛନ୍ତି ଯେ ସ୍ୱୟଂ ସହୟକ ଗୋଷ୍ଠୀମାନଙ୍କୁ ଉଦ୍ୟୋଗୀରେ ପରିଣତ କରିବା ପାଇଁ ତାଲିମ, ଜୀବନଜୀବିକା ଓ ଦକ୍ଷତା ବିକାଶ ଉପରେ ମିଶନ ଶକ୍ତି ବିଭାଗ ଦ୍ୱାରା ଗୁରୁତ୍ୱ ଦିଆଯାଉଛି । ବ୍ଲକ୍‌ ସ୍ତରରେ କୃଷି ପ୍ରକ୍ରିୟାକରଣ, ବିୟୁଟି, ଡିଜିଟାଲ ଓ ବିଜିନେସ୍‌ ମ୍ୟାନେଜ୍‌ମେଣ୍ଟ, ଫ୍ୟାସନ୍‌ ଡିଜାଇନିଂ, କାଫେ ଏବଂ ଖାଦ୍ୟ ପ୍ରସ୍ତୁତି ଇତ୍ୟାଦି ଉପରେ ତାଲିମ ପାଇଁ ୭୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ସାରା ରାଜ୍ୟରେ ୫୦୦ଟି ମିଶନ ଶକ୍ତି ବଜାର ପ୍ରତିଷ୍ଠା କରାଯିବ ।

ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ୧୦ ହଜାର କୋଟି ଟଙ୍କା ମୂଲ୍ୟର ସରକାରୀ ବ୍ୟବସାୟ ଯୋଗାଇବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି । ଏଥି ପାଇଁ ୩୭୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ଶ୍ରୀମତୀ କାର୍ତ୍ତିକେୟନ୍‌ କହିଛନ୍ତି । ଶ୍ରୀମତୀ କାର୍ତ୍ତିକେୟନ୍‌ ସାମ୍ବାଦିକମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେବା ଅବସରରେ କହିଛନ୍ତି ଯେ ୩୦ ଗୋଟି ଜିଲ୍ଲାସ୍ତରୀୟ ମିଶନ ଶକ୍ତି ମହାସଂଘକୁ ୧ କୋଟି ଟଙ୍କା ଲେଖାଏଁ ଆବର୍ତ୍ତନ ପାଣ୍ଠି ପ୍ରଦାନ ବ୍ୟବସ୍ଥା କରାଯାଇଛି । ୩୩୮ ଗୋଟି ବ୍ଲକ୍‌ସ୍ତରୀୟ ମହାସଂଘକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ଆବର୍ତ୍ତନ ପାଣ୍ଠି ପ୍ରଦାନ ବ୍ୟବସ୍ଥା କରାଯାଇଛି । ପ୍ରତ୍ୟେକ ଜିଲ୍ଲା ଓ ବ୍ଲକ୍‌ସ୍ତରୀୟ ମହାସଂଘର ଦୈନନ୍ଦିନ କାର୍ଯ୍ୟ ପରିଚାଳନା ପାଇଁ ଆର୍ଥିକ ସହାୟତାର ବ୍ୟବସ୍ଥା କରାଯାଇଛି । ଗ୍ରାମ ପଞ୍ଚାୟତ ସ୍ତରୀୟ ମହାସଂଘ କାର୍ଯ୍ୟାଳୟ ନିମନ୍ତେ ଭିତ୍ତିଭୂମିର ବ୍ୟବସ୍ଥା କରାଯାଇଛି । ବ୍ଲକ୍‌ ଓ ପଞ୍ଚାୟତ ସ୍ତରୀୟ ମହାସଂଘର କାର୍ଯ୍ୟନିର୍ବାହୀ କମିଟି ସଦସ୍ୟାଙ୍କ ପାଇଁ ବୈଠକ ଓ ଗସ୍ତ ଭତ୍ତାର ମଧ୍ୟ ବ୍ୟବସ୍ଥା କରାଯାଇଛି । ଏହି ସବୁ ବ୍ୟବସ୍ଥା ନିମନ୍ତେ ବାର୍ଷିକ ୨୬୬.୫୭ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ଶ୍ରୀମତୀ କାର୍ତ୍ତିିକେୟନ୍‌ ପ୍ରକାଶ କରିଛନ୍ତି ।ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ନିୟମିତ ବୈଠକ ଓ ତାଲିମ ସହିତ ସ୍ୱୟଂ ସହାୟକ ଗୋଷ୍ଠୀ ସାମ୍ରଗୀର ବିକି୍ର ବ୍ୟବସ୍ଥା ନିମନ୍ତେ ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ଏବଂ ୱାର୍ଡରେ ମିଶନ ଶକ୍ତି ଗୃହ ଏବଂ ବ୍ଲକ୍‌ ଓ ଜିଲ୍ଲାସ୍ତରରେ ମିଶନ ଶକ୍ତି ଭବନ ନିର୍ମାଣ କରାଯାଉଛି । ସେହିଭଳି ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ସ୍ତରୀୟ ସଂଘ ପାଇଁ କାର୍ଯ୍ୟାଳୟ ସହିତ ମାର୍କେଟ କମ୍ପ୍ଲେକ୍ସ ବ୍ୟବସ୍ଥା କରାଯାଇଛି । ଏଥିନିମନ୍ତେ ୩୨୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ଶ୍ରୀମତୀ କାର୍ତ୍ତିକେୟନ୍ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମିଶନ ନିର୍ଦ୍ଦେଶାଳୟର କାର୍ଯ୍ୟନିର୍ବାହୀ ଡ. ଥିରୁମାଲା ନାୟକ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀଙ୍କ ସମେତ ମିଶନ ଶକ୍ତି ବିଭାଗର ବରିଷ୍ଠ ଅଧିକାରୀ, ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦେଇଥିଲେ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version