ମିଶନ ଶକ୍ତି ବିଭାଗର ବଜେଟ ୨୦୨୩-୨୪ ସଂକ୍ରାନ୍ତୀୟ ସାମ୍ବାଦିକ ସମ୍ମିଳନୀ

ମିଶନ ଶକ୍ତି ବିଭାଗ ପାଇଁ ୨,୫୫୪ କୋଟି ଟଙ୍କାର ବଜେଟ ବ୍ୟବସ୍ଥା ମହିଳାମାନଙ୍କ ତାଲିମ, ଜୀବନଜୀବିକା ଓ ଦକ୍ଷତା ବିକାଶ ଉପରେ ମିଶନ ଶକ୍ତି ବିଭାଗ ଗୁରୁତ୍ୱ ଦେଉଛି.

୦୮ ମାର୍ଚ୍ଚ ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ମିଶନ ଶକ୍ତି ଆଜି ଓଡ଼ିଶାର ୭୦ ଲକ୍ଷରୁ ଅଧିକ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିଛି । ଏଥି ନିମନ୍ତେ ମହିଳାମାନଙ୍କୁ ୬ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀରେ ସଂଗଠିତ କରି ରୋଜଗାରଭିତ୍ତିକ କାର୍ଯ୍ୟକ୍ରମ ଏବଂ ବିଭିନ୍ନ ସରକାରୀ ଯୋଜନାରେ ସଂପୃକ୍ତ କରାଇ ସଶକ୍ତ କରାଯାଉଛି । ନିରନ୍ତର ଆର୍ଥିର୍କ ସହାୟତା, ଦକ୍ଷତା ବିକାଶ ତାଲିମ ଏବଂ ନୂତନ ଜୀବିକାର ରାହା ଦେଖାଇ ରାଜ୍ୟ ସରକାର ପ୍ରତ୍ୟେକ ମହିଳାଙ୍କ ମନରେ ଆତ୍ମବିଶ୍ୱାସ ଏବଂ ଗର୍ବର ଭାବନା ସୃଷ୍ଟି କରିଛନ୍ତି ବୋଲି ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ୍‌ କହିଛନ୍ତି । ଆଜି ପୂର୍ବାହ୍ନରେ ଗୀତ ଗୋବିନ୍ଦ ସଦନଠାରେ ମିଶନ ଶକ୍ତି ବିଭାଗ ଦ୍ୱାରା ଆଗତ ୨୦୨୩-୨୪ ମସିହା ବଜେଟ ମୁଖ୍ୟାଂଶ ସଂପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀମତୀ ହେମ୍ବ୍ରମ୍‌ କହିଛନ୍ତି ଯେ ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷରେ ମିଶନ ଶକ୍ତି ବିଭାଗ ପାଇଁ ୨,୫୫୪ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରିଛନ୍ତି, ଯାହା ଗତ ବର୍ଷର ବଜେଟ ତୁଳନାରେ ୨୭ ପ୍ରତିଶତ ଅଧିକ । ଗତିଶୀଳତା ହେଉଛି ସଶକ୍ତିକରଣ ବୋଲି ଉଲ୍ଲେଖ କରି ମନ୍ତ୍ରୀ ଶ୍ରୀମତୀ ହେମ୍ବ୍ରମ୍‌ କହିଛନ୍ତି ଯେ ମିଶନ ଶକ୍ତି ସ୍କୁଟର ଯୋଜନାରେ କମୁ୍ୟନିଟି ସପୋର୍ଟ ଷ୍ଟାଫ୍‌ ଏବଂ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟାଙ୍କ ପାଇଁ ବୈଦୁ୍ୟତିକ ସ୍କୁଟର ନିମନ୍ତେ ସହାୟତା ଯୋଗାଇ ଦିଆଯିବ । ଏହି ଯୋଜନା ଅଧିନରେ ଇଲେକ୍‌ଟି୍ରକ୍‌ ସ୍କୁଟର କ୍ରୟ ପାଇଁ ଦିଆଯାଉଥିବା ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ଉପରେ ସଂପୂର୍ଣ୍ଣ ସୁଧ ରିହାତି ପ୍ରସ୍ତାବ ଦିଆଯାଇଛି ।

ଏଥି ପାଇଁ ୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ସେ ପ୍ରକାଶ କରିଛନ୍ତି । ମନ୍ତ୍ରୀ ଶ୍ରୀମତୀ ହେମ୍ବ୍ରମ୍‌ ପୁଣି କହିଛନ୍ତି ଯେ ମିଶନ ଶକ୍ତି ବିଭାଗ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଉଦ୍ୟୋଗୀରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛି । ଏଥି ପାଇଁ ରାଜ୍ୟ ସରକାର ପ୍ରତ୍ୟେକ ଜିଲ୍ଲାରେ ଗୋଟିଏ ଲେଖାଏଁ ଇଣ୍ଡଷ୍ଟ୍ରିଆଲ୍‌ ପାର୍କ ପ୍ରତିଷ୍ଠା କରିବା ପାଇଁ ଅନୁମୋଦନ କରିଛନ୍ତି । ଇଣ୍ଡଷ୍ଟି୍ରଆଲ ପାର୍କ ପ୍ରତିଷ୍ଠା ପାଇଁ ୧୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ସେହିପରି ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ଉଦ୍ୟୋଗୀରେ ରୂପାନ୍ତରଣ କରିବା ଦିଗରେ ପ୍ରୋତ୍ସାହନ ଦେବା ପାଇଁ ରାଜ୍ୟ ସରକାର ବିନା ସୁଧରେ ମିଶନ ଶକ୍ତି ଋଣକୁ ୩ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ୧୦ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ଯୋଗାଇ ଦେବା ପାଇଁ ୨୨୦ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥା କରାଯାଇଛି ।ମାି୩୯;ମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ସୁଧରିହାତି ଫେରସ୍ତ କରାଯାଉଛି ବୋଲି ମନ୍ତ୍ରୀ ଶ୍ରୀମତୀ ହେମ୍ବ୍ରମ୍‌ କହିଛନ୍ତି । ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟନ୍‌ କହିଛନ୍ତି ଯେ ସ୍ୱୟଂ ସହୟକ ଗୋଷ୍ଠୀମାନଙ୍କୁ ଉଦ୍ୟୋଗୀରେ ପରିଣତ କରିବା ପାଇଁ ତାଲିମ, ଜୀବନଜୀବିକା ଓ ଦକ୍ଷତା ବିକାଶ ଉପରେ ମିଶନ ଶକ୍ତି ବିଭାଗ ଦ୍ୱାରା ଗୁରୁତ୍ୱ ଦିଆଯାଉଛି । ବ୍ଲକ୍‌ ସ୍ତରରେ କୃଷି ପ୍ରକ୍ରିୟାକରଣ, ବିୟୁଟି, ଡିଜିଟାଲ ଓ ବିଜିନେସ୍‌ ମ୍ୟାନେଜ୍‌ମେଣ୍ଟ, ଫ୍ୟାସନ୍‌ ଡିଜାଇନିଂ, କାଫେ ଏବଂ ଖାଦ୍ୟ ପ୍ରସ୍ତୁତି ଇତ୍ୟାଦି ଉପରେ ତାଲିମ ପାଇଁ ୭୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ସାରା ରାଜ୍ୟରେ ୫୦୦ଟି ମିଶନ ଶକ୍ତି ବଜାର ପ୍ରତିଷ୍ଠା କରାଯିବ ।

ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ୧୦ ହଜାର କୋଟି ଟଙ୍କା ମୂଲ୍ୟର ସରକାରୀ ବ୍ୟବସାୟ ଯୋଗାଇବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି । ଏଥି ପାଇଁ ୩୭୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ଶ୍ରୀମତୀ କାର୍ତ୍ତିକେୟନ୍‌ କହିଛନ୍ତି । ଶ୍ରୀମତୀ କାର୍ତ୍ତିକେୟନ୍‌ ସାମ୍ବାଦିକମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେବା ଅବସରରେ କହିଛନ୍ତି ଯେ ୩୦ ଗୋଟି ଜିଲ୍ଲାସ୍ତରୀୟ ମିଶନ ଶକ୍ତି ମହାସଂଘକୁ ୧ କୋଟି ଟଙ୍କା ଲେଖାଏଁ ଆବର୍ତ୍ତନ ପାଣ୍ଠି ପ୍ରଦାନ ବ୍ୟବସ୍ଥା କରାଯାଇଛି । ୩୩୮ ଗୋଟି ବ୍ଲକ୍‌ସ୍ତରୀୟ ମହାସଂଘକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ଆବର୍ତ୍ତନ ପାଣ୍ଠି ପ୍ରଦାନ ବ୍ୟବସ୍ଥା କରାଯାଇଛି । ପ୍ରତ୍ୟେକ ଜିଲ୍ଲା ଓ ବ୍ଲକ୍‌ସ୍ତରୀୟ ମହାସଂଘର ଦୈନନ୍ଦିନ କାର୍ଯ୍ୟ ପରିଚାଳନା ପାଇଁ ଆର୍ଥିକ ସହାୟତାର ବ୍ୟବସ୍ଥା କରାଯାଇଛି । ଗ୍ରାମ ପଞ୍ଚାୟତ ସ୍ତରୀୟ ମହାସଂଘ କାର୍ଯ୍ୟାଳୟ ନିମନ୍ତେ ଭିତ୍ତିଭୂମିର ବ୍ୟବସ୍ଥା କରାଯାଇଛି । ବ୍ଲକ୍‌ ଓ ପଞ୍ଚାୟତ ସ୍ତରୀୟ ମହାସଂଘର କାର୍ଯ୍ୟନିର୍ବାହୀ କମିଟି ସଦସ୍ୟାଙ୍କ ପାଇଁ ବୈଠକ ଓ ଗସ୍ତ ଭତ୍ତାର ମଧ୍ୟ ବ୍ୟବସ୍ଥା କରାଯାଇଛି । ଏହି ସବୁ ବ୍ୟବସ୍ଥା ନିମନ୍ତେ ବାର୍ଷିକ ୨୬୬.୫୭ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ଶ୍ରୀମତୀ କାର୍ତ୍ତିିକେୟନ୍‌ ପ୍ରକାଶ କରିଛନ୍ତି ।ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ନିୟମିତ ବୈଠକ ଓ ତାଲିମ ସହିତ ସ୍ୱୟଂ ସହାୟକ ଗୋଷ୍ଠୀ ସାମ୍ରଗୀର ବିକି୍ର ବ୍ୟବସ୍ଥା ନିମନ୍ତେ ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ଏବଂ ୱାର୍ଡରେ ମିଶନ ଶକ୍ତି ଗୃହ ଏବଂ ବ୍ଲକ୍‌ ଓ ଜିଲ୍ଲାସ୍ତରରେ ମିଶନ ଶକ୍ତି ଭବନ ନିର୍ମାଣ କରାଯାଉଛି । ସେହିଭଳି ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ସ୍ତରୀୟ ସଂଘ ପାଇଁ କାର୍ଯ୍ୟାଳୟ ସହିତ ମାର୍କେଟ କମ୍ପ୍ଲେକ୍ସ ବ୍ୟବସ୍ଥା କରାଯାଇଛି । ଏଥିନିମନ୍ତେ ୩୨୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ଶ୍ରୀମତୀ କାର୍ତ୍ତିକେୟନ୍ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମିଶନ ନିର୍ଦ୍ଦେଶାଳୟର କାର୍ଯ୍ୟନିର୍ବାହୀ ଡ. ଥିରୁମାଲା ନାୟକ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀଙ୍କ ସମେତ ମିଶନ ଶକ୍ତି ବିଭାଗର ବରିଷ୍ଠ ଅଧିକାରୀ, ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦେଇଥିଲେ ।