୨୦୧୦ ମସିହାରେ ଏହି ବିଦ୍ୟାଳୟଟି ସ୍ଥାପିତ ହେଇଥିଲା। ହେଲେ ଦୁଃଖ ଓ ପରିତାପର ବିଷୟ ଯେ ଉକ୍ତ ବିଦ୍ୟାଳୟକୁ ଯିବା ନିମନ୍ତେ ରାସ୍ତା ଟିଏ ନାହିଁ । ଫଳରେ ଛାତ୍ରଛାତ୍ରୀ ବିଲ ହୁଡ଼ା ଦେଇ ବିଦ୍ୟାଳୟକୁ ଯିବାକୁ ପଡୁଛି । ବିଦ୍ୟାଳୟରେ ଶ୍ରେଣୀ ଗୃହ ନଥିବାରୁ ଭଙ୍ଗା ଦଦରା କୁଡ଼ିଆ ଘରେ ବିପଦ ସଂକୁଳ ଅବସ୍ଥାରେ ଚାଲିଛି ଶିକ୍ଷାଦାନ । ପାଞ୍ଚଟି ଶ୍ରେଣୀ ପାଇଁ ଗୋଟିଏ ମଧ୍ୟ ଭଲ ଗୃହ ନାହିଁ । ଏଥିରୁ ସ୍ପଷ୍ଟ ଅନୁମେୟ ଯେ ଏହି ବିଦ୍ୟାଳୟରେ ଅନ୍ୟାନ୍ୟ ବ୍ୟବସ୍ଥା କଣ ଥିବ? ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମୁଦାୟ ୨୬ଜଣ ଛାତ୍ରଛାତ୍ରୀ ପଢ଼ୁଥିବା ବେଳେ ପ୍ରଧାନ ଶିକ୍ଷକ ବାଳି ପ୍ରଧାନ ଓ ସହକାରୀ ଶିକ୍ଷକ ଦାଶରଥୀ ମାର୍ଥା ନିୟମିତ ବିଦ୍ୟାଳୟକୁ ଯାଇ ଛାତ୍ର ଛାତ୍ରୀଙ୍କୁ ଶିକ୍ଷାଦାନ କରୁଥିବା ଜଣାପଡ଼ିଛି ।
ଏନେଇ ବାରମ୍ବାର ଅଭିଯୋଗ କରି ଆସୁଥିଲେ ମଧ୍ୟ ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେଉନାହିଁ । ଯଥା ଶୀଘ୍ର ବିଦ୍ୟାଳୟର ଶ୍ରେଣୀ ଗୃହ ସମେତ ଆନୁସଙ୍ଗିକ ବ୍ୟବସ୍ଥା ନସୁଧାରିଲେ ଆଗାମୀ ଦିନରେ ବ୍ଲକ୍ କାର୍ଯ୍ୟାଳୟ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିବୁ ବୋଲି ଚେତାବନୀ ଦେଇଛନ୍ତି ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁରତ ପାଟମାଝି ଓ ଅଞ୍ଚଳବାସୀ ।
© 2023 Odisha Taza News.