• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ପୃଥିବୀ ଏବଂ ଜୀବନ ସଂରଚନାରେ ଜଙ୍ଗଲ ଏକ ଅବିଚ୍ଛେଦ୍ୟ ଅଙ୍ଗ’ ‘ହେନ୍ତାଳ ବନ ସୃଷ୍ଟି କ୍ଷେତ୍ରରେ ଓଡ଼ିଶା ଦେଶରେ ପ୍ରଥମ’ : ମନ୍ତ୍ରୀ ଶ୍ରୀ ଅମାତ

Proprietor Abhimanyu Maharana by Proprietor Abhimanyu Maharana
March 23, 2023
in ଓଡ଼ିଶା, ମହାନଗର, ହୋମ୍
0
‘ପୃଥିବୀ ଏବଂ ଜୀବନ ସଂରଚନାରେ ଜଙ୍ଗଲ ଏକ ଅବିଚ୍ଛେଦ୍ୟ ଅଙ୍ଗ’ ‘ହେନ୍ତାଳ ବନ ସୃଷ୍ଟି କ୍ଷେତ୍ରରେ ଓଡ଼ିଶା ଦେଶରେ ପ୍ରଥମ’ : ମନ୍ତ୍ରୀ ଶ୍ରୀ ଅମାତ
Share on FacebookShare on TwitterWhatsapp

ରାଜ୍ୟସ୍ତରୀୟ ବିଶ୍ୱ ବନ ଦିବସ ପାଳିତ

୨୨ ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ପୃଥିବୀ ଏବଂ ଜୀବନ ସଂରଚନାରେ ଜଙ୍ଗଲ ଏକ ଅବିଚ୍ଛେଦ୍ୟ ଅଙ୍ଗ । ସବୁଜ ପୃଥିବୀ ଅର୍ଥ ପରିବେଶ, ଜୈବବିବିଧତା, ବାୟୁ, ଜଳ ଏବଂ ଜଳବାୟୁ ଦୃଷ୍ଟିରୁ ଏକ ଉତ୍ତମ ପୃଥିବୀ । ଆମର ମାନ୍ୟବର ମୁଖ୍ୟମନ୍ତ୍ରୀ ଜଣେ ପ୍ରକୃତିପ୍ରେମୀ । ତାଙ୍କର ବଳିଷ୍ଠ ନେତୃତ୍ୱ, ମାର୍ଗଦର୍ଶନ ଏବଂ ଆପଣମାନଙ୍କ ସହଯୋଗରେ ଓଡ଼ିଶାର ଜଙ୍ଗଲ ଓ ବୃକ୍ଷ ଆଚ୍ଛାଦିତ ଅଞ୍ଚଳ କ୍ରମାନ୍ୱୟ ଭାବେ ବୃଦ୍ଧି ପାଉଛି । ଗତ ଦୁଇବର୍ଷ ମଧ୍ୟରେ ଓଡ଼ିଶାର ଜଙ୍ଗଲ ଓ ବୃକ୍ଷ ଆଚ୍ଛାଦିତ ଅଞ୍ଚଳରେ ୮୯୩ ବର୍ଗ କିଲୋମିଟର ଅଭିବୃଦ୍ଧି ଘଟିଛି । ସେହିପରି ଓଡ଼ିଶା ୮.୩୪ କିମି ହେନ୍ତାଳବନ ସୃଷ୍ଟି କରି ଦେଶର ପ୍ରଥମ ସ୍ଥାନରେ ରହିଛି ବୋଲି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ କହିଛନ୍ତି । ଆଜି ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଶ୍ୱ ବନ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ଅମାତ କହିଛନ୍ତି ଯେ ଚଳିତ ବର୍ଷ ରାଜ୍ୟ ସରକାର ୩.୪୯ କୋଟି ଚାରାରୋପଣ କରୁଥିଲାବେଳେ ୧.୯୫ କୋଟି ଚାରା ବିଭିନ୍ନ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନକୁ ବଣ୍ଟନ କରିଛନ୍ତି । ସବୁଜ ଓ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ା ‘ଆମ ଜଙ୍ଗଲ ଯୋଜନା’କୁ ୨୨ ବନଖଣ୍ଡ ଅଧିନସ୍ଥ ପ୍ରାୟ ୪୬୦୧ ବନ ସୁରକ୍ଷା ସମିତି ମାଧ୍ୟମରେ ୪.୨ ଲକ୍ଷ ପରିବାର ପାଖକୁ ପହଞ୍ଚାଇ ସେମାନଙ୍କୁ ଉଜୁଡ଼ା ଜଙ୍ଗଲର ପୁନରୁଦ୍ଧାର ଏବଂ ଅବକ୍ଷୟିତ ଜଙ୍ଗଲର ସଂରକ୍ଷଣ ଆଦି କାର୍ଯ୍ୟରେ ନିୟୋଜିତ କରାଯାଇ ସେମାନଙ୍କ ଜୀବନଜୀବିକାରେ ଉନ୍ନତି ଅଣାଯାଉଛି ବୋଲି ମନ୍ତ୍ରୀ ଶ୍ରୀ ଅମାତ କହିଛନ୍ତି । ଜଙ୍ଗଲ ନିଆଁ କିମ୍ବା ବନ୍ୟଜନ୍ତୁ-ମଣିଷ ବିବାଦକୁ ପ୍ରଶମିତ କରିବା ଅବା ଜଙ୍ଗଲ ଓ ବନ୍ୟଜନ୍ତୁଙ୍କୁ ସୁରକ୍ଷା ଓ ସଂରକ୍ଷଣ ଦେବା ସହଜ କାର୍ଯ୍ୟ ନୁହେଁ ।ସମନ୍ୱିତ ଓ ନିଷ୍ଠାପର ଭାବରେ ଜଙ୍ଗଲ ବିଭାଗର କ୍ଷେତ୍ର ଅଧିକାରୀ, କର୍ମଚାରୀ ଓ ଗ୍ରାମାଞ୍ଚଳର ସେ୍ୱଚ୍ଛାସେବୀମାନେ କାର୍ଯ୍ୟ କରୁଥିବାରୁ ଓଡ଼ିଶାରେ ଜଙ୍ଗଲ ଓ ବନ୍ୟଜନ୍ତୁଙ୍କର ଅଭିବୃଦ୍ଧି ଘଟୁଛି ବୋଲି ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା ପ୍ରକାଶ କରିଛନ୍ତି । ଏହି ଅବସରରେ ରାଜ୍ୟ ବନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଯୋଜନାର କାର୍ଯ୍ୟଧାରା ଉପରେ ଆଲୋକପାତ କରି ‘ହାଇଲାଇଟସ୍‌ ଅଫ୍‌ ଓଡ଼ିଶା ଫରେଷ୍ଟି୍ର ସେକଫର-୨୦୨୩’ ଶୀର୍ଷକ ଏକ ପୁସ୍ତିକାକୁ ଅତିଥିମାନେ ଉନ୍ମୋଚିତ କରିଥିଲେ । ଜଙ୍ଗଲ ଓ ବନ୍ୟଜନ୍ତୁ ସୁରକ୍ଷା ଓ ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୨୪ ଜଣ ବନରକ୍ଷୀ, ୧୧ ଜଣ ବନପାଳ ଓ ୪ ଜଣ ବନାଞ୍ଚଳ ଅଧିକାରୀ, ମୋଟ ୩୯ ଜଣ କ୍ଷେତ୍ର କର୍ମଚାରୀଙ୍କୁ ରାଜ୍ୟ ବନୀକରଣ ପୁରସ୍କାର ୨୦୨୩ରେ ସମ୍ମାନିତ କରାଯାଇଥିଲା । ପୁରସ୍କାର ସ୍ୱରୂପ ସେମାନଙ୍କୁ ଆର୍ଥିକ ପ୍ରୋତ୍ସାହନ ରାଶି, ମେଡ଼ାଲ ଓ ମାନପତ୍ର ପ୍ରଦାନ କରାଯାଇଥିଲା । ସମାରୋହ ଆରମ୍ଭ ହେବା ପୂର୍ବରୁ ମନ୍ତ୍ରୀ ଶ୍ରୀ ଅମାତ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀର ଉଦ୍‌ଘାଟନ କରିଥିଲେ । ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ତଥା ଓଡ଼ିଶା ବନ ବାହିନୀର ମୁଖ୍ୟ ଶ୍ରୀ ଦେବୀଦତ୍ତ ବିଶ୍ୱାଳ ସ୍ୱାଗତ ଭାଷଣ ପ୍ରଦାନ ଅବସରରେ ଚଳିତ ବର୍ଷର ବିଷୟବସ୍ତୁ ‘ବନ ଓ ସ୍ୱାସ୍ଥ୍ୟ’ ଉପରେ ବିଶଦ ଆଲୋକପାତ କରିଥିଲେ । ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ଏମ୍‌ଇ ଆଣ୍ଡ ଆଇଭି) ଶ୍ରୀ ଓମ୍‌ ପ୍ରକାଶ ସିଂ ଧନ୍ୟବାଦ ଅର୍ପଣ କରିଥିଲେ । ଶ୍ରୀ ମୃତୁ୍ୟଞ୍ଜୟ ରଥ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version