ଜିଲ୍ଲା ପ୍ରତିଷ୍ଠା ଦିବସ ଟାଉନ ହଲ ଠାରେ ପାଳନ କରାଯିବ ବୋଲି ଏକ ପ୍ରସ୍ତୁତି ବୈଠକ

ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବରଗଡ଼ :- ଜିଲ୍ଲା ପ୍ରଶାସନ ପକ୍ଷରୁ ଆସନ୍ତା ଏପ୍ରିଲ ୧ ତାରିଖରେ ଓଡ଼ିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ଟାଉନ ହଲ ଠାରେ ପାଳନ କରାଯିବ ବୋଲି ଏକ ପ୍ରସ୍ତୁତି ବୈଠକ ରେ କୁହାଯାଇଛି। ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକ ରେ ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା ହୋଇଥିଲା। ଉକ୍ତ ଦିନ ସକାଳୁ ପ୍ରଭାତ ଫେରି, ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ,

ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ବକୃତା, ଚିତ୍ରାଙ୍କନ,ଅଭିମତ ପ୍ରତିଯୋଗିତା ,  ସରକାରୀ ଓ ବେସରକାରୀ ଅନୁଷ୍ଠାନ ରେ ସୁନ୍ଦର ଆଲୋକ ରେ ସଜ୍ଜିତ କରାଯିବ ବୋଲି ସ୍ଥିର କୃତ ହୋଇଥିଲା। ବୈଠକରେ ଅତିରିକ୍ତ ଜିଲ୍ଲାପାଳ କୃତି ବାସ ରାଉତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ। ସଭାକୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ କଲ୍ୟାଣୀ ଦାସ ପରିଚାଳନା କରିଥିଲେ।