No Result
View All Result
୨୪ ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଚୈତ୍ରଶୁକ୍ଳ ପ୍ରତିପଦା ଉତ୍ସବ ତଥା ରାଷ୍ଟ୍ରୀୟ ନବବର୍ଷ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଷଷ୍ଠ ଠାରୁ ଦଶମଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କ ଏକ ନଗର ପରିକ୍ରମା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ତତ୍ ପରେ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ଏଇ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ଗଜପତି ଜିଲ୍ଲାର ପରିବାର ପ୍ରବୋଧନ ପ୍ରମୁଖ ଶ୍ରୀ ଗୋୖରାଙ୍ଗଚରଣ ରାଇକା ,
ସମ୍ମାନିତ ଅତିଥି ବରିଷ୍ଟ ଆଚାର୍ଯ୍ୟ ଶ୍ରୀଯୁକ୍ତ ଦୁର୍ଗା ପ୍ରସାଦ ସାହୁ ,ମୁଖ୍ୟବକ୍ତା ଭାବେ ସ୍ଥାନୀୟ ବିଦ୍ୟାଳୟର ସଂସ୍କୃତିଜ୍ଞାନ ପ୍ରମୁଖ ଶ୍ରୀଯୁକ୍ତ ବିଜୟ କୁମାର ଜେନା ଯୋଗଦେଇ ଆଜି ଦିବସର ବିଶେଷତ୍ଵ ତଥା ଗୁରୁତ୍ବ ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ କରିଥିଲେ।ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ଶାରୀରିକ ପ୍ରମୁଖ ଶ୍ରୀଯୁକ୍ତ ଶ୍ରୀଯୁକ୍ତ ମୂରଲୀ ମୋହନ ପ୍ରଧାନ ନେତୃତ୍ୱରେ ତଥା ଅନ୍ୟ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ସଫଳ ହୋଇଥିଲା।
No Result
View All Result