୨୭ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ସମ୍ବଲପୁର :- ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସଙ୍କୁ ବିଜୁ ଜନତା ଦଳ (ବିଜେଡି) ସମ୍ବଲପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ପ୍ରଦାନ କରିଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଅର୍ପଣ କରିବା ସହ ପର୍ଯ୍ୟବେକ୍ଷକ ଶ୍ରୀ ପ୍ରଣବ ପ୍ରକାଶ ଦାସଙ୍କୁ କୃତଜ୍ଞତା ଏବଂ ଅଭିନନ୍ଦନ ଜଣାଇଛନ୍ତି
ଯୁବ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ହୀରାଲାଲ ବେହେରା I ଏହା ଦ୍ୱାରା ସମ୍ବଲପୁର ଜ଼ିଲ୍ଲାରେ ବିଜେଡି ସଙ୍ଗଠନ ଆହୁରି ମଜବୁତ ହେବ ବୋଲି ଶ୍ରୀ ବେହେରା ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ପ୍ରକାଶ କରିଛନ୍ତି I

© 2023 Odisha Taza News.