ବାଲିଗୁଡାରେ ଚାଇଲ୍ଡ ଲାଇନର ସମ୍ମିଳନୀ : ସମଗ୍ର କନ୍ଧମାଳ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ଆହ୍ଵାନ

ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କନ୍ଧମାଳ :- କନ୍ଧମାଳ ଜିଲ୍ଲାରେ ଶିଶୁ ମାନଙ୍କୁ ସାହଯ୍ୟ, ସହଯୋଗ ଓ ସୁରକ୍ଷା ପ୍ରଦାନ ପାଇଁ ଅହରହ କାର୍ଯ୍ୟ କରି ଆସୁଥିବା ଚାଇଲ୍ଡ ଲାଇନ ପକ୍ଷରୁ ବାଲିଗୁଡ଼ା ସ୍ଥିତ ବନବାସୀ ସେବା ସମିତି ସଭାଗୃହ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସମିତି ପରିସରରେ ଥିବା ଅନୁଷ୍ଠାନର ପ୍ରତିଷ୍ଠାତା ସ୍ବର୍ଗତ ବିଶ୍ୱନାଥ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦୀପ ପ୍ରଜ୍ଜଳନ କରି ସଭା କାର୍ଯ୍ୟ ଆରମ୍ଭ କରିଥିଲେ l

ଏଥିରେ ଚାଇଲ୍ଡ ଲାଇନ ନିର୍ଦ୍ଦେଶକ ରବୀନ୍ଦ୍ର କୁମାର ପଣ୍ଡା, ସଂଯୋଜିକା ରଞ୍ଜିତା କମ୍ପୋ ଓ ବନବାସୀ ସେବା ସମିତିର ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ରହି ସମଗ୍ର କନ୍ଧମାଳ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ଆହ୍ଵାନ ଦେଇଥିଲେ ।

ଚଳିତ ବର୍ଷ ଜିଲ୍ଲା ଚାଇଲ୍ଡ ଲାଇନ ୪ଶହ ଟି ମାମଲା ହାତକୁ ନିଆଯାଇଥିବା ବେଳେ ୩୬ଟି ବାଲ୍ୟ ବିବାହ ରୋକାଯିବା ସହ ବିଭିନ୍ନ ମାମଲା ହାତକୁ ନେଇ ତାର ସମାଧାନ କରାଯାଇଥିବା ସାମ୍ବାଦିକ ସମ୍ମିଳନୀ ରେ ପ୍ରକାଶ କରିଥିଲେ । ଶିଶୁ ମାନଙ୍କୁ ସହାୟତା ପାଇଁ ୧୦୯୮ ନମ୍ବର କୁ ଫୋନ କରିବା ପାଇଁ କନ୍ଧମାଳ ଚାଇଲ୍ଡ ଲାଇନର ନିର୍ଦ୍ଦେଶକ ଶ୍ରୀ ପଣ୍ଡା ନିବେଦନ କରିଛନ୍ତି ।