• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ରେ ଧୁମ ଧାମରେ ପାଳିତ ହେଲା ରାମ ନବମୀ ମହୋତ୍ସବ

Proprietor Abhimanyu Maharana by Proprietor Abhimanyu Maharana
April 2, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ରଣପୁର ରେ ଧୁମ ଧାମରେ ପାଳିତ ହେଲା ରାମ ନବମୀ ମହୋତ୍ସବ
Share on FacebookShare on TwitterWhatsapp

ପାରମ୍ପରିକ ନୃତ୍ୟ ସହ ରାମଚନ୍ଦ୍ର ଙ୍କ ଭଜନ ରେ ଯୁବକ ମାନେ ଗୀତ ର ତାଳେ ତାଳେ ଝୁମି ଥିବା ଦେଖିବାକୁ ମିଳିଥିଲା ।

୧ ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରଣପୁର :- ପ୍ରବିତ୍ର ରାମ ନବମୀ ଉପଲକ୍ଷ ଚଳିତ ବର୍ଷ ରଣପୁର ଚଳଚଞ୍ଚଳ ହୋଇଯାଇଥିଲା । ପଞ୍ଚୁଦୋଳ ପରେ ପରେ ରଣପୁର ରାମନବମୀ ମହୋତ୍ସବ ରଣପୁର ବଜରଙ୍ଗି ସେନା କମିଟି ତରଫରୁ ରଣପୁରରେ ପ୍ରଥମ ଥର ପାଇଁ ଏଭଳି ଏକ ରାମନବମୀ ଶୋଭାଯାତ୍ରା ପାଳନ କରାଯାଇଛି । ରଣପୁର ରାମନବମୀ ମହୋତ୍ସବ କମିଟି ତରଫରୁ ଦୀର୍ଘଦିନ ଧରି ରାମନବମୀ କୁ ଧୁମଧାମରେ ପାଳନ କରିବା ପାଇଁ ପ୍ରସ୍ତୁତି ପର୍ବ ଚଳାଇଥିଲା ।

ଯାହାଫଳରେ କିଛି ଦିନ ଧରି ରଣପୁର ବଜାର ଓ ବଡଦାଣ୍ଡ ଗେରୁଆ ହନୁମାନ ପତକାରେ ଆଛାଦିତ ହୋଇଯାଇଥିଲା । ଅପରାହ୍ନରେ ପ୍ରଥମେ ରଣପୁର ରାଜା ଦିଲ୍ଲିପ ଚନ୍ଦ୍ର ସଂହ ଦେଓ ଏକ ଶୋଭାଯାତ୍ରା ରେ ଆସି ଜଗନ୍ନାଥ ଙ୍କୁ ଦର୍ଶନ କରିଥିଲେ । ପରେ ଏକ ଶୋଭାଯାତ୍ରା ରେ ପଚୁଂଦୋଳ ପଡିଆରେ ଥିବା ରଘୁନାଥ ମନ୍ଦିର ସମ୍ମୁଖରେ ପ୍ରଭୁ ଶ୍ରୀ ରାମ ଙ୍କର ପୂଜା ପାଠ ସହ ମନ୍ତ୍ର ଉଚାରଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବ ରେ ରଣପୁର ରାଜା ଦିଲ୍ଲିପ ଚନ୍ଦ୍ର ସିଂହ ଦେଓ ଯୋଗ ଦେଇଥିଲେ । ସେଠାରେ ହଜାର ହଜାର ରାମ ଭକ୍ତ ମାନେ ରାମ ଧ୍ୱନୀରେ କମ୍ପମାନ କରିଥିଲେ । ଦୀର୍ଘ ସମୟ ଧରି ପୂଜା ପାଠ ପରେ ଏକ ବିଶାଳ ଶୋଭାଯାତ୍ରା ସହ ବାଜା,ବାଣ ରୋଷଣୀ ସହ ରଣପୁର ପରିକ୍ରମା କରିଥିଲା । ରାମଧ୍ୱନିରେ ରଣପୁର ବଡଦାଣ୍ଡ କମ୍ପିଥିଲା । ଏଥିରେ ଏକ ଦଶଫୁଟର ରାମମୂର୍ତ୍ତୀ ଓ ହନୁମାନ ଙ୍କ ମୂର୍ତ୍ତୀ ସାମିଲ ହୋଇଥିଲା । ଢୋଲ ,ଘଂଟ, ମାଦଳ ଓ ରାମ ଧ୍ୱନିରେ ରଣପୁର ଏକ ଭକ୍ତି ମୟ ପରିବେଶ ସୃଷ୍ଟି କରିଥିଲା ।

ଏଥିରେ ମୁଖ୍ୟତଃ ପାରମ୍ପରିକ ନୃତ୍ୟ ଓଡିଶୀ,ଘୋଡା ନାଚ,ବାଘ, ଭାଲୁ ଲଢେଇ ସହ ବିଭିନ୍ନ ପ୍ରକାର କାର୍ଯ୍ୟ କ୍ରମ କରାଯାଇଥିଲା । ମଚଂ ଉପରେ ଜଗନ୍ନାଥ ଙ୍କ ପ୍ରତିମୂର୍ତ୍ତୀ ସମ୍ମୁଖରେ ଓଡଶୀ ନୃତ୍ୟ ପରିବେଷଣ ବେଶ୍ ଆକର୍ଷଣୀୟ ହୋଇଥିଲା । ଏହି ଶୋଭାଯାତ୍ରା ରେ ହଜାର ହଜାର ରାମ ଭକ୍ତ ସାମିଲ ହୋଇ ଏହି ମାହୋଲ କୁ ଆନନ୍ଦର ସହ ଉପଭୋଗ କରିଥିଲେ ।ଶୋଭାଯାତ୍ରା ଟି ଜଗନ୍ନାଥ ମନ୍ଦିର ସମ୍ମୁଖରେ ପହଚିଂବା ପରେ ଶ୍ରୀ ରାମ ଙ୍କର ଆଳତୀ କରାଯାଇଥିଲା । ହଜାର ହଜାର ରାମ ଭକ୍ତ ହାତ ରେ ପତକା ଧରି ବେକ ଓ ମସ୍ତକରେ ରେ ଉତରୀୟ ପରିଧାନ କରି ଏହି ଶୋଭାଯାତ୍ରା ରେ ସାମିଲ ହୋଇଥିଲେ । ଏଥିରେ ବିଭିନ୍ନ ପାରମ୍ପରିକ ନୃତ୍ୟ ସହ ରାମଚନ୍ଦ୍ର ଙ୍କ ଭଜନ ରେ ଯୁବକ ମାନେ ଗୀତ ର ତାଳେ ତାଳେ ଝୁମି ଥିବା ଦେଖିବାକୁ ମିଳିଥିଲା । ରାମନବମୀ ଉପଲକ୍ଷେ ରଣପୁର ସମସ୍ତ ମଠ ଓ ମନ୍ଦିରରେ ଧୁମଧାମରେ ପାଳନ ହେଇଥିବା ସାଙ୍ଗ କୁ ରାମନବମୀ ମହୋତ୍ସବ ଭଳି ଏକ କାର୍ଯ୍ୟକ୍ରମ ସମଗ୍ର ଅଚଂଳକୁ ଉଚ୍ଚାୟତ କରିଥିବା ଦେଖିବାକୁ ମିଳିଥିଲା । ଦୀର୍ଘ ୫ ଘଂଟା ର ଶୋଭାଯାତ୍ରା ପରେ ରାମ ଭକ୍ତ ମାନେ ରଣପୁର ଅଧୀଷ୍ଠାତି ଦେବୀ ମା ମଣିନାଗ ଙ୍କ ନିକଟରେ ପହଚିଂଥିଲା । ଏହି ଶୋଭାଯାତ୍ରା ରଣପୁର ପରିକ୍ରମା କରିବା ବେଳେ ପ୍ରତି ଛକ ମାନଙ୍କରେ ଶହଶହ ଶ୍ରଦ୍ଧାଳୁ ମାନେ ଭିଡ ଜମାଇ ଥିବା ଦେଖିବାକୁ ମିଳିଥିଲା । ରାମ ସେନା ପକ୍ଷରୁ ପ୍ରତି ଛକ ମାନଙ୍କରେ ଦହିପଣା ଓ ଛେନାପଣା ର ବ୍ୟବସ୍ଥା କରାଯାଇଥିଲା । ଶେଷରେ ମଣିନାଗ ପୀଠରେ ରାମ ଭକ୍ତ ମାନେ ପ୍ରସାଦ ସେବନ କରିଥିଲେ । ରାମ ନବମୀ ମହୋତ୍ସବ କମିଟିର ସଭ୍ୟମାନେ ଏହି କାର୍ଯ୍ୟକ୍ରମ କୁ ଶାନ୍ତି ଶୃଙ୍ଖଳା ସହ ସଫଳ ରୁପାୟନ କରିଥିଲେ । ଏଥିସହିତ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯିବା ସହ ଲୋକ ଙ୍କ ଭିଡ଼ ଓ ଶାନ୍ତି ଶୃଙ୍ଖଳା ର ବିଶେଷ ଧ୍ୟାନ ଦିଆଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 30, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

April 29, 2026
ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

April 29, 2026
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍‌ଟୋମ୍ ର ବଜାର ପ୍ରବେଶ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 30, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version