No Result
View All Result
୧୧ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବାଣପୁର :- ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ନୀଳାଦ୍ରିପ୍ରସାଦ ଗ୍ରାମରେ ଏକ ମର୍ମନ୍ତୁଦ ଦୁଘଟଣା ଘଟିଛି । ହାଇୱା ଧକ୍କାରେ ମଙ୍ଗଳବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନାଯୋଗ୍ୟ, ମଙ୍ଗଳବାର ମହାନଦୀରୁ ବାଲି ନେଇ ଏକ ହାଇୱା ନୀଳାଦ୍ରିପ୍ରସାଦ ମେଡିକାଲ ପରିସରରେ ଖାଲି କରି ଫେରିବା ବେଳକୁ ଜଣେ ମହିଳାଙ୍କୁ ଧକ୍କା ଦେଇଥିଲା ।ଫଳରେ ମହିଳାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ମହିଳାଙ୍କ ପରିଚୟ ମିଳିପାରି ନ ଥିବା ବେଳେ ସେ ଜଣେ ମାନସିକ ବିକାରଗ୍ରସ୍ତ ରୋଗୀ ବୋଲି ସ୍ଥାନୀୟ ଲୋକେ କହୁଛନ୍ତି । ତେବେ ହାଇୱାଟି ମହିଳାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିବା ବେଳେ ଗାଡି ମାଲିକଙ୍କୁ ଗ୍ରାମବାସୀ ଅଟକ ରଖଛନ୍ତି । ଉକ୍ତ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି I
No Result
View All Result