No Result
View All Result
ଚିଲିକା ରାଜନୀତି ଏକ ରୋମାଞ୍ଚକ ଥିଲା ବେଳେ, ଆଜି ଦଣ୍ଡ ମେଲଣ ଉତ୍ସଵ ରେ ସବୁ ଦଳର ନେତା ଏକ ମଞ୍ଚରେ ଠାକୁରଙ୍କ ଆଶୀର୍ବାଦ ଭିକ୍ଷା ନେବାପାଇଁ ଉପସ୍ଥିତବାଣପୁର ଅସ୍ଥା ଓ ବିଶ୍ୱାସର ପ୍ରତୀକ ଦଣ୍ଡ ଠାକୁର । ବିଶ୍ୱାସରୁ ପରମ୍ପରାର ସୃଷ୍ଟି । ଯେଉଁ ଠାକୁର ଦାଣ୍ଡରେ ବୁଲନ୍ତି, ଦାଣ୍ଡରେ ପୂଜା ପାଆନ୍ତି । ଠାକୁରଙ୍କ ସାଥିରେ ଭକ୍ତ ବି ବୁଲେ, ଦାଣ୍ଡରେ ମୁଣ୍ଡିଆ ମାରେ, ଠାକୁରଙ୍କୁ ପାଇବାକୁ ଦଣ୍ଡ ପାଏ । ଏହିଭଳି ଅନନ୍ୟ ପରମ୍ପରା ଓଡ଼ିଶାରେ ପ୍ରଚଳିତ ।
୧୨ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଖୋର୍ଦ୍ଧା ଜିଲ୍ଲା :- ବାଣପୁର ଅଂଚଳର ପ୍ରତିଷ୍ଠିତ ଶୈବପୀଠ ମାନଙ୍କରୁ ଦଣ୍ଡ ଠାକୁର ଚୈତ୍ର ମାସରେ ଭକ୍ତ ମାନଙ୍କ ଗହଣରେ ବର୍ଷକୁ ଥରେ ପ୍ରକଟିତ ହୁଅନ୍ତି । ମେରୁ ଉତ୍ସବର ପୂର୍ବଦିନ ଠାକୁରଙ୍କ ମେଳଣ ପର୍ବ ଅନୁଷ୍ଠିତ ହେଉଅଛି । ଚଳିତ ବର୍ଷ ଗୋଧୂଳି ସମୟର ଆଗମନରେ ବାଣପୁର ବଡହନ୍ତୁଆଡ଼ର ଶ୍ରୀଶ୍ରୀଶ୍ରୀ ରାଜା ରାଜେଶ୍ଵରୀଦେବ, ସାନହନ୍ତୁଆଡ଼ ଭକ୍ତ ରାଜେଶ୍ଵରୀଦେବ, ମାଟିଆପୋଖରୀ କପିଳେଶ୍ୱର ଦେବ, ଭେଟେଶ୍ୱର ଭେଟିନାଥ ଦେବ, ଗାଲୁଆ ଗୁପ୍ତେଶ୍ୱର ଦେବ, ବାଲୁଙ୍କେଶ୍ୱର ଦେବ, ବଡସିରେଇପୁର ଗୁପ୍ତେଶ୍ୱର ଦେବ, ବେଣୁଆବାଡି ଗାଦିଶ୍ୱରଦେବ, ଅରାଙ୍ଗ ନୀଳକଣ୍ଠେଶ୍ଵର ଦେବ, ବୋରିଗାଁ ନାଗରାଜ ଦେବ ଏବଂ ଖାରିଆ ପଲ୍ଲୀର ପଞ୍ଚମହାଦେବ ଦଣ୍ଡ ଠାକୁରଙ୍କ ପଞ୍ଚୁଦଳ ପଡିଆରେ ଏକ ମହାମିଳନ ପର୍ବ ଅନୁଷ୍ଠିତ ହୋଇଥିଲା । ସମସ୍ତ ଉଦ୍ୟୋଗୀ ବନ୍ଧୁମାନଙ୍କ ଦ୍ୱାରା ଠାକୁର ମାନଙ୍କୁ ନୂଆ ଥାଳିରେ ଗୁଆ, ଚନ୍ଦନ, ଫୁଲ, ଦୀପ, ଦିଆଯାଇ ଅଭ୍ୟର୍ଥନା କରା ଯାଇଥିଲା । ଘଣ୍ଟ, ଘଣ୍ଟା, କାହାଳି ଓ ମୃଦଙ୍ଗ ସହିତ ଝୁଣା ଖେଳରେ ଫାଟି ପଡୁଥିଲା ପଲଟଣ ପଡିଆ । ହଜାର ହଜାର ଭକ୍ତ ମାନଙ୍କର ହରିବୋଲ ହୁଳହୁଳି ଧ୍ଵନିରେ ଗଗନ ପବନ ପ୍ରକମ୍ପିତ ହୋଇ ଉଠୁଥିଲା । ଠାକୁର ମାନଙ୍କର ଆଗମନ ଉପଲକ୍ଷେ ଉକ୍ତ ସ୍ଥାନରେ ଯଂଜ୍ଞ, ସଙ୍କୀର୍ତ୍ତନ ଓ ଭଜନ ସମାରୋହ ମାଧ୍ୟମରେ ଏକ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା । ଚିଲିକା ରାଜନୀତି ଏକ ରୋମାଞ୍ଚକ ଥିଲା ବେଳେ, ଆଜି ଦଣ୍ଡ ମେଲଣ ଉତ୍ସଵ ରେ ସବୁ ଦଳର ନେତା ଏକ ମଞ୍ଚରେ ଠାକୁରଙ୍କ ଆଶୀର୍ବାଦ ଭିକ୍ଷା ନେବାପାଇଁ ଉପସ୍ଥିତ ଥିଲେ, ଚିଲିକା ବିଧାୟକ ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜଗଦ୍ଦେବ ଙ୍କ ଧର୍ମ ପତ୍ନୀ ସୁସଙ୍ଗଠିକା ନାରୀ ନେତ୍ରୀ ଶ୍ରୀମନ୍ତି ସ୍ୱାଗତିକା ଜଗଦ୍ଦେବ,ଖୋର୍ଦ୍ଧା ଜିଲ୍ଲା ଵିଜୁ ଜନତା ଦଳର ସଧାରଣ ସମ୍ପାଦକ ତଥା ବାଣପୁର ବ୍ଲକ ବିଧାୟକ ପ୍ରତିନିଧି ଶ୍ରୀଯୁକ୍ତ ମନୋଜ କୁମାର ପ୍ରଧାନ, ଖୋର୍ଦ୍ଧା ଜିଲ୍ଲା ପରିଷଦ ଉପ ସଭାପତି ଶ୍ରୀଯୁକ୍ତ ଗୋପୀନାଥ ମହାରଣା,ପୂର୍ବତନ ବିଧାୟକ ରଘୁନାଥ ସାହୁ, ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ଦୁସ୍ମନ୍ଦ ହରିଚନ୍ଦନ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସମୂହ ଉପସ୍ଥିତ ଥିଲେ । ବାଣପୁର ଥାନା ଅଧିକାରୀ ମାନେ ଘଟଣାସ୍ଥଳରେ ଉପସ୍ଥିତ ରହି ଶାନ୍ତି ଶୃଙ୍ଖଳା ରକ୍ଷା କରିବା ସହିତ ଟ୍ରାଫିକ ର ସୁପରିଚାଳନା କରିଥିଲେ ।
No Result
View All Result