• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତରନି ବାବାସାହେବ ଡ. ଭୀମରାଓ ରାମଜୀ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ‘ଭାରତରେ ସାମାଜିକ ନ୍ୟାୟ ପ୍ରତିଷ୍ଠା ଦିଗରେ ତାଙ୍କୁ ଜଣେ ଅଗ୍ରଦୂତ ଭାବେ ଗ୍ରହଣ କରାଯାଉଛ’ : ମୁଖ୍ୟ ଅତିଥି

Proprietor Abhimanyu Maharana by Proprietor Abhimanyu Maharana
April 17, 2023
in ଓଡ଼ିଶା, ମହାନଗର, ହୋମ୍
0
ଭାରତରନି ବାବାସାହେବ ଡ. ଭୀମରାଓ ରାମଜୀ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ‘ଭାରତରେ ସାମାଜିକ ନ୍ୟାୟ ପ୍ରତିଷ୍ଠା ଦିଗରେ ତାଙ୍କୁ ଜଣେ ଅଗ୍ରଦୂତ ଭାବେ ଗ୍ରହଣ କରାଯାଉଛ’ : ମୁଖ୍ୟ ଅତିଥି
Share on FacebookShare on TwitterWhatsapp

୧୬ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ସ୍ୱାଧୀନତା ପୂର୍ବରୁ ଏବଂ ସ୍ୱାଧୀନୋତ୍ତର ଭାରତବର୍ଷରେ ଯେଉଁ କେତେଜଣ ମହାମନୀଷୀ ନିଜର ସାଧନା, ନିଷ୍ଠା, ଅଧ୍ୟବସାୟ ଓ କଠୋର ତପସ୍ୟା ବଳରେ ସାଂପ୍ରତିକ ସମାଜ ତଥା ରାଜନୈତିକ ଜୀବନକୁ ଗଭୀର ଭାବେ ପ୍ରଭାବିତ କରିଛନ୍ତି, ସେମାନଙ୍କ ମଧ୍ୟରେ ଭାରତରନି ବାବାସାହେବ ଭୀମରାଓ ରାମଜୀ ଆମ୍ବେଦକର ଥିଲେ ଅନ୍ୟତମ ବୋଲି ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା, ଗୃହ ମନ୍ତ୍ରୀ ଶ୍ରୀଯୁକ୍ତ ତୁଷାରକାନ୍ତି ବେହେରା ପ୍ରକାଶ କରିଛନ୍ତି । ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ଭାରତରନି ବାବାସାହେବ ଡ. ଭୀମରାଓ ରାମଜୀ ଆମ୍ବେଦକରଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ବେହେରା କହିଛନ୍ତି ଯେ ସମୟ ବିତିବା ସହିତ ଡ. ଆମ୍ବେଦକରଙ୍କ ଜୀବନ ଓ ଦର୍ଶନର ପ୍ରାସଙ୍ଗିକତା ଅଧିକରୁ ଅଧିକ ବଢ଼ିଛି ।ଅଧିକାର ଓ ଦାବି ହାସଲ ଦିଗରେ ତାଙ୍କର ଶିକ୍ଷା ଓ ଦର୍ଶନ, ଆଜି ଲୋକମାନଙ୍କ ପାଇଁ ଏକ ମାର୍ଗଦର୍ଶିକା ଭାବେ କାର୍ଯ୍ୟକରୁଛି । ଭାରତରେ ସାମାଜିକ ନ୍ୟାୟ ପ୍ରତିଷ୍ଠାଦିଗରେ ତାଙ୍କୁ ଜଣେ ଅଗ୍ରଦୂତ ଭାବେ ଗ୍ରହଣ କରାଯାଉଛି ବୋଲି ମନ୍ତ୍ରୀ ଶ୍ରୀ ବେହେରା ପ୍ରକାଶ କରିଛନ୍ତି । ସମ୍ମାନିତ ଅତିଥି ଭାବେ ଯୋଗଦେଇ ଓଡ଼ିଶା ରିଭୁ୍ୟ ଓ ଉତ୍କଳ ପ୍ରସଙ୍ଗର ସଂପାଦିକା କସ୍ତୁରୀ ମହାପାତ୍ର କହିଛନ୍ତି ଯେ ଭାରତବର୍ଷରେ ମହିଳା, ଦଳିତ, ନିଷ୍ପେସିତ ଓ ବଞ୍ଚିତମାନଙ୍କର ଜଣେ ଅବିସମ୍ବାଦିତ ନେତା ଭାବେ ବାବାସାହେବ ଥିଲେ ସର୍ବଜନବିଦିତ । ଗଣତନ୍ତ୍ର ଉପରେ ତାଙ୍କର ଅଖଣ୍ଡ ବିଶ୍ୱାସ ଥିଲା । ଭେଦଭାବହୀନ ଏକ ସୁସ୍ଥ ସମାଜ ଗଠନ କରିବା ପାଇଁ ତାଙ୍କ ଜୀବନ ସମର୍ପିତ ଥିଲା ବୋଲି ସେ ଉଲ୍ଲେଖ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ଶିକ୍ଷାବିତ୍‌ ଏବଂ ସ୍ତମ୍ଭକାର ଶ୍ରୀଯୁକ୍ତ ଅଭିରାମ ବିଶ୍ୱାଳ ବାବାସାହେବଙ୍କ ଜୀବନ ଓ ଦର୍ଶନ ଉପରେ ଆଲୋକପାତ କରି କହିଲେ ଯେ ତମାମ୍‌ ସଂଘର୍ଷ ମଧ୍ୟରୁ ପ୍ରସ୍ପୁଟିତ ହୋଇଥିବା ଡ. ଆମ୍ବେଦକରଙ୍କ ଜ୍ଞାନରୁ ଉତ୍ପନ୍ନ ଗରିମା ସମଗ୍ର ବିଶ୍ୱରେ ବିଦିତ । ସମାଜର ଅବହେଳିତମାନଙ୍କ ପାଇଁ ସେ ମୁକ୍ତିର ମାର୍ଗ ଦେଖାଇଥିଲେ । କ୍ରାନ୍ତିଠାରୁ ଶାନ୍ତି ଅଧିକ ଆବଶ୍ୟକ । ଭାରତରେ ଏକ କରୁଣାସିକ୍ତ ସମାଜ ଗଠନ ପାଇଁ ତାଙ୍କ ଅବଦାନ ଅବିସ୍ମରଣୀୟ ହୋଇ ରହିବ ବୋଲି ସେ ପ୍ରକାଶ କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, କପିଳପ୍ରସାଦ, ଡିଏଭି ପବ୍ଲିକ୍‌ ସ୍କୁଲ, ଚନ୍ଦ୍ରଶେଖରପୁର, ୟୁନିଟ-୮, ପୋଖରୀପୁଟ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୪ର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଓପନ ଲର୍ଣ୍ଣିଂ ସ୍କୁଲର ଦୁଇ ଜଣ ଛାତ୍ରଙ୍କ ଦ୍ୱାରା ସ୍କେଟିଂ କୌଶଳ ପରିବେଷିତ ହୋଇଥିଲା । ସୂଚନା ଅଧିକାରୀ ସଚ୍ଚିଦାନନ୍ଦ ବେହେରା ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ସାହୁ, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ, ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ । ସୌରଭ ପ୍ରଧାନ ସୂଚନା ଅଧିକାରୀ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version