୨୫ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବାଲୁଗାଁ :- ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳର ଜଣେ ଦୁର୍ଦାନ୍ତ ଅପରାଧୀଙ୍କୁ ଆଜି ଗିରଫ କରିଛି ପୋଲିସ . ଗିରଫ ବ୍ୟକ୍ତି ହେଲେ ଚନ୍ଦ୍ରାପୁଟ ଗ୍ରାମର ମାନସ ଦାସ । ମାନସ ଙ୍କ ନାମରେ ୧୪ ଗୋଟି ଅପରାଧିକ ମାମଲା ଏବଂ ଦୁଇ ଗୋଟି ଏନବିଡବ୍ଲୁ ରହିଛି । ତନ୍ମଧ୍ୟରୁ ତିନି ଗୋଟି ମରଣାନ୍ତକ ଆକ୍ରମଣ ମାମଲା ରହିଛି ।ପୋଲିସ ସୂଚନା ମୁତାବକ ମାନସ ଦୀର୍ଘ ଦିନ ଧରି ବେଆଇନ ମଦ ବେପାରରେ ଜଡ଼ିତ ଥିଲେ । ତାଙ୍କୁ ପୁର୍ବରୁ ମଧ୍ୟ ଏକାଧିକ ଥର ପୋଲିସ ଗିରଫ କରିବା ପାଇଁ ଚଢ଼ାଉ କରିଥିଲେ ସୁଦ୍ଧା ସେ ଖସି ପଳେଇବାରେ ସଫଳ ହେଉଥିଲେ । ତେବେ ନିକଟରେ ତାଙ୍କରି ଗ୍ରାମର ସନ୍ତୋଷ ମାଳି ନାମକ ବ୍ୟକ୍ତିଙ୍କୁ ମଦ ବ୍ୟବସାୟରେ ଶତ୍ରୁତା କୁ ନେଇ ମାନସ ମରଣାନ୍ତକ ଆକ୍ରମଣ କରିଥିଲେ ।

ଫଳରେ ପୋଲିସ କେସ ନମ୍ବର ୯୬/୨୩ ଦଫା ୩୦୭ ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଜାଲ ବିଛାଇଥିଲା।କୌଣସି ସୂତ୍ରରୁ ଖବର ପାଇ ପୋଲିସ ଚଢ଼ାଉ କରି ମାନସକୁ ଗିରଫ କରିଛି । ତେବେ ମାନସ ଗିରଫ ହେବା ଦ୍ୱାରା ମଦ ମାଫିଆ ଙ୍କ ମନରେ ଛନକା ପଶିଯାଇଛି ଏବଂ ତାଙ୍କ ସହଯୋଗୀ ମାନେ ଖୁବଶୀଘ୍ର ଗିରଫ ହେବେ ବୋଲି ବାଲୁଗାଁ ଆଇଆଇସି ରଶ୍ମିରଞ୍ଜନ ଦାସ ସୂଚନା ଦେଇଛନ୍ତି ।