• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୫-ଟି ସଚିବଙ୍କ କେନ୍ଦ୍ରାପଡା ଗସ୍ତର ଦ୍ବିତୀୟ ଦିନ

Proprietor Abhimanyu Maharana by Proprietor Abhimanyu Maharana
April 29, 2023
in ଓଡ଼ିଶା, କେନ୍ଦ୍ରାପଡା, ମହାନଗର, ହୋମ୍
0
୫-ଟି ସଚିବଙ୍କ କେନ୍ଦ୍ରାପଡା ଗସ୍ତର ଦ୍ବିତୀୟ ଦିନ
Share on FacebookShare on TwitterWhatsapp

କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜର ଭିତ୍ତିଭୂମି ଓ ଅନ୍ୟାନ୍ୟ ସୁବିଧାର ବିକାଶ ପାଇଁ ପଦକ୍ଷେପ ଜିଲ୍ଲାର ଆଉ କେତେକ ମଠ ଓ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ବିକାଶ କାର୍ଯ୍ୟ ହାତକୁ ନିଆଯିବ ବିଭିନ୍ନ ମିଶନ ଶକ୍ତି ଗୋଷ୍ଠୀର କାର୍ଯ୍ୟର ଉଚ୍ଚପ୍ରଶଂସା

୨୯ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କେନ୍ଦ୍ରାପଡା ଜିଲ୍ଲା :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଥିବା ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ଦ୍ବିତୀୟ ଦିନରେ ମଧ୍ୟ ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିବା ସହିତ ଏହାର ଅଗ୍ରଗତି ପାଇଁ ପଦକ୍ଷେପ ନେବାକୁ ଆବଶ୍ୟକ ପରାମର୍ଶ ଓ ନିର୍ଦ୍ଦେଶ ଦେଇଛନ୍ତି । ଶ୍ରୀ ପାଣ୍ଡିଆନ ଆଜି କେନ୍ଦ୍ରାପଡା ଜିଲ୍ଲାର ଆଉ କେତେକ ମଠ ମନ୍ଦିରର ଉନ୍ନତିକରଣ ପାଇଁ ପଦକ୍ଷେପ ନେଇଛନ୍ତି । ଆଳିର ଡେମାଳସ୍ଥିତ ଲକ୍ଷ୍ମୀବରାହ ମନ୍ଦିର, କେରେଡାଗଡସ୍ଥିତ ଜଗନ୍ନାଥ ମନ୍ଦିର ଓ ବାୟାବାବା ମଠ ଆଦି ପରିଦର୍ଶନ କରି ସେଠାରେ ମନ୍ଦିର କମିଟି ସଦଲ୍ୟ, ମଠର ଶିଷ୍ୟଗଣ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଆଲୋଚନା କରି ଏସବୁ ଅନୁଷ୍ଠାନର ପାରିପାର୍ଶ୍ବିକ ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ପାଇଁ ତୁରନ୍ତ DPR ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହାପରେ ସେ ସାତଭାୟା ଗ୍ରାମପଞ୍ଚାୟତର ବଗପଟିଆ ଗାଁରେ ଏକ ଥଇଥାନ ପ୍ରକଳ୍ପ ମଧ୍ୟ ବୁଲି ଦେଖିଥିଲେ।  ଏଠାରେ ଥଇଥାନ ହୋଇଥିବା ଲୋକମାନେ ଏକ ପଞ୍ଚୁବରାହୀ ମନ୍ଦିର ନିର୍ମାଣ କରିଛନ୍ତି । ଏହି ମନ୍ଦିରର ଆହୁରି ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ । ୫-ଟି ସଚିବ କେନ୍ଦ୍ରାପଡା ଜିଲ୍ଲା ସଂସ୍କୃତି ଭବନରେ ଜିଲ୍ଲାର ବିଭିନ୍ନ ସରକାରୀ ଓ ସହାୟତାପ୍ରାପ୍ତ କଲେଜ ଗୁଡିକର ପ୍ରତିନିଧି ଓ ଛାତ୍ରମାନଙ୍କୁ ଭେଟିଥିଲେ। ପ୍ରତ୍ୟେକ କଲେଜର ଆବଶ୍ୟକତାରୁ ଦୃଷ୍ଟିରେ ରଖି ଏଗୁଡିକର ଭିତ୍ତିଭୂମି ଓ ଅନ୍ୟାନ୍ୟ ସୁବିଧା ପାଇଁ ରିପୋର୍ଟ ପ୍ରସ୍ତୁତ କରି ପ୍ରସ୍ତାବ ଦେବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଶ୍ରୀ ପାଣ୍ଡିଆନ ଆଜି ଅନେକ ଉନ୍ନୟନମୂଳକ କାର୍ଯ୍ୟ ସହିତ ରାଜନଗର ବ୍ଲକ୍‌ର ଭଟପଦା ଠାରେ ନିର୍ମଣାଧିନ ଏକ Spurର କାମ ଅନୁଧ୍ୟାନ କରିଥିଲେ । ଏହାସହିତ ହଂସୁଆ ନଦୀର ଦକ୍ଷିଣବନ୍ଧ ପଟେ କେରଡାଗଡ-ଅଳଟଙ୍ଗା ଲୁଣିବନ୍ଧର ମରାମତି କାମ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ସ୍ଥାନୀୟ ଇଂଜିନିଅରଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ରାଜକନିକା ଓ ରାଜନଗର ବ୍ଲକର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ସେଠାରେ ଥିବା ବିଭିନ୍ନ ସୁବିଧା, ରୋଗୀସେବା ବ୍ୟବସ୍ଥା ଏବଂ ଅନ୍ୟାନ୍ୟ ବିଷୟରେ ବିଭାଗୀୟ ଅଧିକାରୀ, ରୋଗୀ ଓ ସେମାନଙ୍କ ପରିବାର ଲୋକଙ୍କ ସହିତ ଆଲୋଚନା କରିଥିଲେ ଏବଂ ଏଠାରେ ରୋଗୀଙ୍କୁ ଆହୁରି ସୁବିଧା ପ୍ରଦାନ କରିବାପାଇଁ ପରାମର୍ଶ ଦେଇଥିଲେ । ଦୁଇଟିଯାକ ସ୍ବାସ୍ଥ୍ୟକେନ୍ଦ୍ର କାୟାକଳ୍ପ ପୁରସ୍କାର ପାଇଥିବାରୁ ଶ୍ରୀ ପାଣ୍ଡିଆନ ଖୁସିବ୍ୟକ୍ତ କରିଥିଲେ । ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ମା ମଙ୍ଗଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ବାରା ପରିଚାଳିତ ମେଡିକାଲ କ୍ୟାଣ୍ଟିନ ମଧ୍ୟ ୫-ଟି ସଚିବ ପରିଦର୍ଶନ କରିଥିଲେ । ସେଠାରେ SHG ଗୋଷ୍ଠୀର ସଦସ୍ୟା ମାନଙ୍କ ସହିତ ଆଲୋଚନା କରି ସେମାନେ କିପରି ଖାଦ୍ୟ ପ୍ରସ୍ତୁତ କରୁଛନ୍ତି, କେତେ ଲାଭ କରୁଛନ୍ତି, ସେ ସଂପର୍କରେ ପଚାରି ବୁଝିଥିଲେ। ରୋଗୀମାନଙ୍କୁ ଅଧିକ ପୁଷ୍ଟିଯୁକ୍ତ ଓ ସ୍ବାସ୍ଥ୍ୟକର ଖାଦ୍ୟ ପ୍ରଦାନ କରିବାକୁ ସେ ପରାମର୍ଶ ଦେଇଥିଲେ ।ଶ୍ରୀ ପାଣ୍ଡିଆନ ଆଳିରେ ଥିବା ଏକ ଫୁଟବଲ ଷ୍ଟାଡିଅମକୁ ମଧ୍ୟ ପରିଦର୍ଶନ କରିଥିଲେ । ସେଠାରେ ୪ ଜଣ ଜାତୀୟ ସ୍ତରର ଖେଳାଳୀ ବାହାରି ଥିବାରୁ ସେ ଖୁସିବ୍ୟକ୍ତ କରିଥିଲେ ଏବଂ ଏହି ଷ୍ଟାଡିଅମର ଅଧିକ ଉନ୍ନତି ପାଇଁ ଏକ ପ୍ରୋଜେକ୍ଟ ରିପୋର୍ଟ ପ୍ରସ୍ତୁତ କରିବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଗସ୍ତ ସମୟରେ ଶ୍ରୀ ପାଣ୍ଡିଆନ ରାଜକନିକା ବ୍ଳକ୍‌ର ତରଶ ହାଇସ୍କୁଲ ଓ ବଡପାଲୀ ହାଇସ୍କୁଲ ପରିଦର୍ଶନ କରିଥିଲେ । ଏହି ଦୁଇଟି ସ୍କୁଲ ଦ୍ବିତୀୟ ପର୍ଯ୍ୟାୟରେ ୫-ଟି ସ୍କୁଲ ରୂପାନ୍ତିରରେ ସାମିଲ ହୋଇଥିଲା । ଏଠାରେ ସେ ଶିକ୍ଷକ, ଛାତ୍ର, ଅଭିଭାବକ ଓ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ଆଲୋଚନା କରି ସେଠାରେ ଥିବା ବିଭିନ୍ନ ବ୍ୟବସ୍ଥାକୁ ଅନୁଧ୍ୟାନ କରିଥିଲେ । ସ୍କୁଲରେ ସୃଷ୍ଟି ହୋଇଥିବା ଏହି ନୂଆ ଆଧୁନିକ ବ୍ୟବସ୍ଥାକୁ ନିଜର ସଂପତ୍ତି ଭଳି ସୁରକ୍ଷିତ ରଖି ପରିଚାଳନା କରିବାକୁ ସେ ପରାମର୍ଶ ଦେଇଥିଲେ ।ରାଜନଗର ବ୍ଲକ୍‌ର ବାଲିସାହିପାଟଣା ପଞ୍ଚାୟତର ଧଣ୍ଡିଆ ଗ୍ରାମରେ କସ୍ତୁରବା ଗ୍ରାମ ପଞ୍ଚାୟତସ୍ତରୀୟ ଫେଡେରେସନ ଦ୍ବାରା ପରିଚାଳିତ ଏକ ଦୁଗ୍‌ଧ ପ୍ରକ୍ରିୟାକରଣ ୟୁନିଟ ପରିଦର୍ଶନ କରିଥିଲେ । ଏଠାରେ ସେ ସେମାନଙ୍କର କାର୍ଯ୍ୟ ପ୍ରଣାଳୀ ଯଥା – ଦୈନିକ ଦୁଗ୍‌ଧ ସଂଗ୍ରହ, ପ୍ରକ୍ରିୟାକରଣ, ମାର୍କେଟିଂ ବ୍ୟବସ୍ଥା ଆଦି ସଂପର୍କରେ ଅନୁଧ୍ୟାନ କରି ଏହାର ଉଚ୍ଚପ୍ରଶଂସା କରିଥିଲେ ।

ମିଶନ ଶକ୍ତି ଗୋଷ୍ଠୀମାନଙ୍କ ଦ୍ବାରା ଏଭଳି କାର୍ଯ୍ୟକ୍ରମ ଅନ୍ୟମାନଙ୍କ ପାଇଁ ଉଦାହରଣ ଯୋଗ୍ୟ ବୋଲି ସେ କହିଥିଲେ । ରାଜନଗର ବ୍ଲକ୍‌ରେ ବ୍ଲକ୍‌ସ୍ତରୀୟ ଫେଡେରେସନ ଦ୍ବାରା ପରିଚାଳିନତ ଏକ ମିଶନ ଶକ୍ତି କେଫ୍ ମଧ୍ୟ ପରିଦର୍ଶନ କରି ଶ୍ରୀ ପାଣ୍ଡିଆନ ସେମାନଙ୍କ ସହିତ ଆଲୋଚନା କରି ସେମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ ।ଗସ୍ତର ଶେଷରେ ଶ୍ରୀ ପାଣ୍ଡିଆନ୍ ଜିଲ୍ଲା ସଂସ୍କୃତି ଭବନ ରେ ଜିଲ୍ଲାର ବିଭିନ୍ନ କଲେଜ ର ଛାତ୍ରଛାତ୍ରୀ ଙ୍କୁ ଭେଟି ସେମାନଙ୍କ କଲେଜ ର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ. ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସଚିବ ଶ୍ରୀ ଆର୍ ଭିନିଲ କ୍ରିଷ୍ଣା ,କେନ୍ଦ୍ରାପଡା ଜିଲ୍ଲାପାଳ ଓ ବିଭିନ୍ନ ବିଭାଗର ସଂପୃକ୍ତ ଅଧିକାରୀମାନେ ଉପସ୍ଥିତ.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

Launch of “Craftsperson of the Week” Programme at Ekamra Haat

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

March 9, 2026
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

Launch of “Craftsperson of the Week” Programme at Ekamra Haat

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version