No Result
View All Result
୩୦ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଓଡ଼ିଶା ବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କର ୧୭୫ତମ ଜୟନ୍ତୀ ପାଳିତ ହୋଇଯାଇଛି । ମାନ୍ୟବର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ଆଜି ପୂର୍ବାହ୍ନରେ ବିଧାନସଭା ପରିସରସ୍ଥିତ ଉତ୍କଳଗୌରବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ମାନ୍ୟବର ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, ମାନ୍ୟବର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ, ମାନ୍ୟବର ବିଜ୍ଞାନ ଓ କାରିଗରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା,
ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ବରିଷ୍ଠ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ଶ୍ରୀ ଅମର ପ୍ରସାଦ ଶତପଥୀ, ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାନସଭା ସଚିବ ଶ୍ରୀ ଦାଶରଥି ଶତପଥୀ ଏବଂ ଅନ୍ୟ ମାନ୍ୟଗଣ୍ୟ ଅତିଥିମାନେ ମଧ୍ୟ ଉତ୍କଳଗୌରବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ା ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଶିବପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଶାଶ୍ୱତୀ ସାମାଜିକ ସାଂସ୍କୃତିକ କେନ୍ଦ୍ରର ଶିଳ୍ପୀବୃନ୍ଦ ଉତ୍କଳଗୌରବ ମଧୁସୂଦନଙ୍କ ଜୀବନୀ ଆଧାରିତ ସଂଗୀତ ପରିବେଷଣ କରିଥିଲେ ।

No Result
View All Result