No Result
View All Result
୨ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ବଙ୍ଗପୋସାଗରରେ ମେ ମାସ ରେ ବାତ୍ୟାର ଆସି ଥାଏ. ଗତ ତିନି ବର୍ଷ ମଧ୍ୟରେ ଓଡିଶା ମଧ୍ୟ ମେ ମାସ ବାତ୍ୟା ର ସମ୍ମୁଖିନ ହୋଇଛି . ଏ ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଗ୍ରୀଷ୍ମ ଋତୁ ର ବାତ୍ୟା ସମ୍ପର୍କରେ ଆଲୋଚନା କରିଥିଲେ .ଗ୍ରୀଷ୍ମ ରୁତୁ ବାତ୍ୟା ର ର ଗତି ଜଟିଳ। ଫନି ବାତ୍ୟା ସମ୍ପର୍କରେ ସ୍ମରଣ କରି ପ୍ରଶାସନ ସବୁବେଳେ ପ୍ରସ୍ତୁତ ରହିବାକୁ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗ୍ରୀଷ୍ମ ଋତୁରେ ଯେଉଁ ବାତ୍ୟା ଆସେ, ତାର ଆକଳନ ବହୁତ ଜଟିଳ। ୨୦୧୯ରେ ଫନି ବାତ୍ୟା ମଧ୍ୟ ଏହିପରି ଅଚାନକ ଆସି ବ୍ୟାପକ କ୍ଷୟକ୍ଷତି କରିଥିଲା । ଆମ ପାଇଁ ସବୁ ଜୀବନ ମୂଲ୍ୟବାନ। ତେଣୁ ଆମକୁ ସବୁବେଳେ ପ୍ରସ୍ତୁତ ରହିବାକୁ ପଡିବ।
ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହିତ NDRF, ODRAF ଓ ଅଗ୍ନିଶମ ସେବା ଆଦି ଆଗୁଆ ରହିବାକୁ ସେ ପରାମର୍ଶ ଦେବା ସହିତ ଆବଶ୍ୟକ ସହିତ ଉପକୂଳ ଓ ତଳୁଆ ଅଞ୍ଚଳରୁ ଅସୁରକ୍ଷିତ ସ୍ଥାନରେ ଥିବା ସବୁ ଲୋକଙ୍କୁ ସ୍ଥାନାନ୍ତର ବାତ୍ୟା ଆଶ୍ରୟସ୍ଥଳରେ ସୁରକ୍ଷିତ ରଖିବା ବ୍ୟବସ୍ଥ। ଉପରେ ଗୁରୁତ୍ଵ ଦେଇଥିଲେ .ସବୁ ଅତ୍ୟାବଶ୍ୟକ ମେସିନ୍ ଓ ଯନ୍ତ୍ରପାତିକୁ ପ୍ରସ୍ତୁତ ରଖିବାକୁ ସେ କହିଥିଲେ। ସେହିପରି ମଧ୍ୟ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମ ପାଇଁ ଆଗୁଆ ଯୋଜନା ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ ।
ମୁଖ୍ୟ ଶାସନ ସଚିବ ବାତ୍ୟା ସଂପର୍କରେ ନିୟମିତ ସମୀକ୍ଷା କରିବା ସହିତ ସ୍ବତନ୍ତ୍ର ରିଲିଫ କମିଶନର ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖି ସମସ୍ତ ବିଭାଗ ସହିତ ସମନ୍ବୟ ରଖି କାମ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।
ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା କହିଥିଲେ ଯେ ସବୁ ବାତ୍ୟା ମଧ୍ୟରେ ଗ୍ରୀଷ୍ମ ଋତୁର ବାତ୍ୟାର ପ୍ରଭାବ ବହୁତ ବେଶି ହୋଇଥାଏ। ଗତ କିଛି ବର୍ଷ ଧରି ଆମେ ରାଜ୍ୟରେ ଜିରୋ କାଜୁଆଲ୍ଟି ନୀତି ଅବଲମ୍ବନ କରି ସଫଳତା ପାଇଛୁ । ଏ କ୍ଷେତ୍ରରେ ମଧ୍ୟ ଆମର ନିୟମିତ ସମୀକ୍ଷା ଜାରି ରହିଛି ଏବଂ ସବୁ ସଂପୃକ୍ତ ବିଭାଗ ମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳ ମାନଙ୍କୁ ମଧ୍ୟ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛ। ପ୍ରାୟ ୧୦୦୦ଟି ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ ଅଛି ଏବଂ ଅନ୍ୟାନ୍ୟ ସ୍କୁଲ ଓ ସୁରକ୍ଷିତ ଆଶ୍ରୟସ୍ଥଳକୁ ଚିହ୍ନଟ କରାଯାଇଛି।
ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ସତ୍ୟବ୍ରତ ସାହୁ କହିଲେ ଯେ ୧୮ଟି ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇ କଣ୍ଟ୍ରୋଲ ରୁମ୍ ପ୍ରସ୍ତୁତ କରାଯାଇଛି। ବାତ୍ୟା ଆଶ୍ରୟସ୍ଥଳ ଗୁଡିକୁ କାର୍ଯ୍ୟକ୍ଷମ କରାଯାଉଛି।I ୧୭ଟି NDRF ଓ ୨୦ଟି ODRAF ଟିମ୍କୁ ପ୍ରସ୍ତୁତ ରଖାଯାଇଛି । ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ସୁନିଲ ବଂସଲ, ଉନ୍ନୟନ କମିଶନର (ଜଳସଂପଦ) ଶ୍ରୀମତୀ ଅନୁ ଗର୍ଗ, ଗ୍ରାମ୍ୟ ଉନ୍ନୟନ ଓ ଶକ୍ତି ବିଭାଗ ଶ୍ରୀ ସଂଜୟ ସିଂ, କୃଷି ବିଭାଗ ସଚିବ ଶ୍ରୀ ଅରବିନ୍ଦ ପାଢୀ ପ୍ରମୁଖ ନିଜ ନିଜ ବିଭାଗର ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।

No Result
View All Result