No Result
View All Result
୨ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଭାବେ ଶ୍ରୀ ଦିଲ୍ଲୀପ କୁମାର ମହାପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଦାୟୀ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଫୁଲ୍ଲ କୁମାର ସ୍ୱାଇଁଙ୍କ ଠାରୁ ଶ୍ରୀ ମହାପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀ ମହାପାତ୍ର ପୂର୍ବରୁ ପୁରୀ ଅତିରିକ୍ତ ଜିଲ୍ଲାପାଳ (ପ୍ରୋଟକଲ) ଭାବେ କାର୍ଯ୍ୟରତ ଥିଲେ ।
ସେହିପରି ଶ୍ରୀ ସ୍ୱାଇଁଙ୍କର ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି । ଏହି ଅବସରରେ ଉପ ଜିଲ୍ଲାପାଳ ଶ୍ରୀ ଦେବବ୍ରତ ସାହୁଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ନୂତନ ଅତିରିକ୍ତ ଜିଲ୍ଲାପାଳଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ ।

No Result
View All Result