୩ ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରଣପୁର :- ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ୨୦୨୨-୨୩ ଶିକ୍ଷା ବର୍ଷର ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ ପାଳିତ ହୋଇ ଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଆଇନୀଜୀବୀ ତଥା ରଣପୁର ବାର ଆସୋସିଏସନର ସଭାପତି ଗିରିଜାକାନ୍ତ ମହାପାତ୍ର, ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରଙ୍ଗନାଥ ଦାଶ
ସମ୍ମାନିତ ଅତିଥି ଭାବେ ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ରଣପୁର ଏନଏସି ନଗର ସଭାପତି ଲିଙ୍ଗରାଜ ନାୟକ, ପ୍ରଧାନ ଶିକ୍ଷୟତ୍ରୀ ତିଳୋତ୍ତମା ପୃଷ୍ଟି, ବ୍ରଜରାଜପୁର ଉଚ୍ଚ ବିଦ୍ୟାଳୟର ପରିଚାଳନାର କମିଟିର ସଭାପତି ରଣଜିତ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ | ଅତିଥିମାନେ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଉପଦେଶ ଦେଇଥିଲେ |
ଏହା ପରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ | ଶେଷରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟ ପରିବେଷଣ କରାଯାଇଥିଲା | ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସଦସ୍ୟା, ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, କର୍ମଚାରୀ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ | ଚଳିତ ବର୍ଷ ସ୍କୁଲ ର ବାର୍ଷିକ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ରେ ବିଲମ୍ୱ ଯୋଗୁଁ ଅଭିଭାବଙ୍କ ଠାରେ ଅସନ୍ତୋଷ ପ୍ରକାଶ ପାଇଛି ।

© 2023 Odisha Taza News.