ସେହିଭଳି ବିଭାଗ ଆନୁକୂଲ୍ୟରେ ଅଲଚିକି ଲିପିର ଉଦ୍ଭାବକ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ୧୧୮ତମ ଜୟନ୍ତୀ ପାଳନ ଉପଲକ୍ଷେ ଆଜି ସକାଳ ସମୟରେ ଭୁବନେଶ୍ୱର ନିଳାଦ୍ରୀ ବିହାର ସୀତାନାଥ ବସ୍ତିସ୍ଥିତ ତାଙ୍କ ପ୍ରତିମୂର୍ତ୍ତିସ୍ଥଳୀରେ ମଧ୍ୟ ମାଲ୍ୟାର୍ପଣ ଓ ଦୀପଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଅଛି ।
ଏହି ଅବସରରେ ମାନ୍ୟବର ବରିଷ୍ଠ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଶ୍ରୀ ଦିଲ୍ଲୀପ ରାଉତରାଏ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ, କର୍ମଚାରୀ, ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା, ବ୍ୟକ୍ତିବିଶେଷ ଓ ବୁଦ୍ଧିଜୀବୀ ପ୍ରମୁଖ ଏହି ମହାନ ବିପ୍ଲବୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

© 2023 Odisha Taza News.