ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୪ ଗୋଟି ଓ ୩୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ୨ ଜଣଙ୍କୁ ରେଡ୍ କ୍ରସ୍ ପାଣ୍ଠିରୁ ସହାୟତା ରାଶି ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସ୍ଥାନୀୟ ସମୟରେ ଗୁମ୍ମା ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅନୁପ ଅଭିଷେକ ବେହେରା, ତହସିଲଦାର ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।

© 2023 Odisha Taza News.