• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୫-ଟି ସ୍କୁଲ ରୂପାନ୍ତରଣରେ ଭଲ କାମ କରୁଥିବା ପ୍ରତ୍ୟେକ ଜିଲ୍ଲାକୁ ଦିଆଯିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ – ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

Proprietor Abhimanyu Maharana by Proprietor Abhimanyu Maharana
May 8, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
୫-ଟି ସ୍କୁଲ ରୂପାନ୍ତରଣରେ ଭଲ କାମ କରୁଥିବା ପ୍ରତ୍ୟେକ ଜିଲ୍ଲାକୁ ଦିଆଯିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ – ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
Share on FacebookShare on TwitterWhatsapp

୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ଷଷ୍ଠ ତଥା ଶେଷ ଦିବସ

ଆଜି ଶେଷ ଦିନରେ ୪ଟି ଜିଲ୍ଲାର ୩୩୫ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ବ୍ଲକ ,ପଞ୍ଚାୟତ ପୂରାତନ ଛାତ୍ରଛାତ୍ରୀ ,ପ୍ରଧାନ ଶିକ୍ଷକ ସମସ୍ତେ ପୁରସ୍କୃତ ହେବେ.

Let’s Celebrate Education, ଆସନ୍ତୁ ଶିକ୍ଷାକୁ ଏକ ମହୋତ୍ସବ ଭାବେ ପାଳନ କରିବା.. 5T ସଚିବ

ଯାହା ଆମ ସ୍ବପ୍ନ ବି ନ ଥିଲା, ତାହା ଆଜି ସ୍କୁଲ ରୂପାନ୍ତର ରୁ ଆମେ ପାଇଛୁ, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ – ଛାତ୍ରଛାତ୍ରୀ

୮ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ଵର :- ଆଜି ଥିଲା ତୃତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣର ଶେଷ ଦିନ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍କୁଲ ରୂପାନ୍ତରଣର ଉଲ୍ଲେଖନୀୟ କାର୍ଯ୍ୟରେ ଖୁସି ପ୍ରକାଶ କରି ଏଥିରେ ଭଲ କାମ କରୁଥିବା ଜିଲ୍ଲା ମାନଙ୍କୁ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ . ସ୍କୁଲ ରୂପାନ୍ତର ରେ  ଭଲ କାମ କରିଥିବା ଜିଲ୍ଲା ମାନଙ୍କ ପାଇଁ  । ପ୍ରଥମ ପୁରସ୍କାର ୩ କୋଟି ଟଙ୍କା, ଦ୍ବିତୀୟ ପୁରସ୍କାର ୨ କୋଟି ଟଙ୍କା ଓ ତୃତୀୟ ପୁରସ୍କାର ଭାବେ ୧ କୋଟି ଟଙ୍କା ଦିଆଯିବ ବୋଲି ସେ କହିଥିଲେ । ଏଥିପାଇଁ ରାଜ୍ୟସ୍ତରରେ ଏକ ବର୍ଣ୍ଣାଢ୍ୟ ଉତ୍ସବର ଆୟୋଜନ କରାଯାଇ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି ସେ କହିଥିଲେ । ସେହିପରି ଏ କ୍ଷେତ୍ରରେ ଭଲ କାମ କରିଥିବା ବ୍ଲକ ମାନଙ୍କ ମଧ୍ୟରୁ ଶ୍ରେଷ୍ଠ ଦଶଟି ବ୍ଲକ କୁ ପଚାଶ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଭାବରେ ଦିଆଯିବ .

ଏହି ପୁରସ୍କାରର ବିସ୍ତୃତ ବିବରଣୀ ଦେଇ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ରାଜ୍ୟରେ ଶିକ୍ଷା ଉପରେ ଯେତେ ଅଧିକ ପ୍ରତିଯୋଗୀତା ହେବ, ଶିକ୍ଷାର ଗୁଣାତ୍ମକ ମାନ ସେତେ ବୃଦ୍ଧି ପାଇବ । Let’s celebrate education. ଚାଲନ୍ତୁ ଶିକ୍ଷାକୁ ଆମେ ଏକ ମହୋତ୍ସବ ଭାବେ ପାଳିବା । ପ୍ରତିଯୋଗୀତା ମନୋଭାବ ନେଇ ଶିକ୍ଷାର ଉତ୍କର୍ଷ ଲାଭ କରିବା । ସେ କହିଥିଲେ ଯେ କେବଳ ଜିଲ୍ଲା ନୁହେଁ, ବ୍ଲକ୍‌ ନୂହେଁ , ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ପ୍ରଧାନ ଶିକ୍ଷକ, ପଞ୍ଚାୟତ ପ୍ରତିନିଧି ଏବଂ ସ୍କୁଲ ପରିଚାଳନା କମିଟିର ସଦସ୍ୟ ମାନଙ୍କୁ ମଧ୍ୟ ପୁରସ୍କୃତ କରାଯିବ ବୋଲି ଶ୍ରୀ ପାଣ୍ଡିଆନ କରିଥିଲେ ।

ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଶେଷ ଦିନରେ ୪ଟି ଜିଲ୍ଲାର ୩୩୫ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ କଟକ ଜିଲ୍ଲାର ୯୮ଟି ହାଇସ୍କୁଲ, କଳାହାଣ୍ଡି ଜିଲ୍ଲାର ୧୧୫ଟି, ମାଲକାନଗିରି ଜିଲ୍ଲାର ୪୯ଟି ଏବଂ ଯାଜପୁର ଜିଲ୍ଲାର ୭୩ଟି ହାଇସ୍କୁଲ ଅନ୍ତର୍ଭୁକ୍ତ । ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ସମୁଦାୟ ୨୧୫୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା । ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଥିଲା । ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି । ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନା ଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି । କେଉଁ କାର୍ଯ୍ୟରେ କେତେ ଖର୍ଚ୍ଚ ହେଉଛି, ସେ ବିଷୟରେ ମଧ୍ୟ ସେମାନେ ଜାଣନ୍ତି । ତେଣୁ ସ୍କୁଲ ରୂପାନ୍ତର ହେଉଛି, ଜନ ଭାଗିଦାରୀର ଏକ ପ୍ରକୃଷ୍ଟ ଉଦାହରଣ । ଆଜି ସ୍କୁଲ ରୂପାନ୍ତରର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ । ସେ କହିଥିଲେ ଯେ ୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟ୍ରାନସ୍‌ପରେନ୍‌ସି ବା ସ୍ବଚ୍ଛତା ଏବଂ ଟାଇମ ବା ସମୟ । ଏସବୁର ପ୍ରୟୋଗରେ ଟ୍ରାନ୍‌ସଫରମେସନ ବା ରୂପାନ୍ତର ଆସିଥାଏ । ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍‌ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ବିକାଶ କରାଯାଇଛି । ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ ।

ସମୟକୁ ଗୁରୁତ୍ବ ଦିଆଯାଇ ସମସ୍ତ କାମ ମଧ୍ୟ ଠିକ୍‌ ସମୟରେ ଶେଷ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ କାମରେ ପ୍ରତି ସ୍ତରରେ ସ୍ବଚ୍ଛତା ବା ଟ୍ରାନ୍‌ସପରେନ୍‌ସି ରକ୍ଷା କରାଯାଇଛି ।  ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରାଯାଇ କାମ କରାଯାଉଛି । ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି ପ୍ରତ୍ୟେକ କାର୍ଯ୍ୟ ପାଇଁ ହେଉଥିବା ଖର୍ଚ୍ଚ ସଂପର୍କରେ ସମସ୍ତେ ସବୁ ବିଷୟରେ ଜାଣନ୍ତି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଦ୍ବାରା ଆସିଛି ରୂପାନ୍ତର । ଯାହାକୁ ଆମେ ସବୁ ଦେଖିପାରୁଛୁ ଓ ଅନୁଭବ କରିପାରୁଛୁ ।

ଏହି ଅବସରରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ସ୍କୁଲ ଗୁଡିକରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ ସଂପର୍କରେ ବୁଝାଇ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ । ଜୀବନର ସବୁ କ୍ଷେତ୍ରକୁ ଟେକ୍‌ନୋଲୋଜି ପ୍ରଭାବିତ କରୁଛି । ତେଣୁ ପିଲାମାନେ ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ । ଏହାଦ୍ବାରା ସେମାନେ ଆଧୁନିକ ଯୁଗରେ ସବୁ କ୍ଷେତ୍ରରେ ଆଗରେ ରହିପାରିବେ ।

ସେହିପରି ସମୟ ଉପରେ ଗୁରୁତ୍ବ ଦେବକୁ ପରାମର୍ଶ ଦେଇ ସେ କହିଲେ ଯେ ସମୟର ଗୁରୁତ୍ବ ସଂପର୍କରେ ସମସ୍ତେ ଜାଣିଛନ୍ତି । ତେଣୁ ପିଲାମାନେ ସମୟର ଉପଯୋଗ ଠିକ୍‌ ଭାବରେ କରିପାରିଲେ, ସବୁକ୍ଷେତ୍ରରେ ନିଶ୍ଚୟ ଆଗରେ ରହିବେ । ନିଜ ନିଜ ଜୀବନରେ ୫-ଟିର ଉପଯୋଗ ପାଇଁ ପିଲାଙ୍କୁ ପରାମର୍ଶ ଦେଇ ସେ କହିଲେ ଯେ ଏହାଦ୍ବାରା ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହୋଇପାରିବେ । ଦ୍ବିତୀୟ ବିଷୟଟି ହେଉଛି ଟିମ୍‌ୱାର୍କ । ପିଲାମାନେ ମିଳିମିଶି କାମ କଲେ, ସଫଳତାର ସମ୍ଭାବନା ବଢିବ। କ୍ରୀଡ଼ା କ୍ଷେତ୍ରରେ ଟିମ୍‌ୱାର୍କ ଅତି ଜରୁରୀ ବୋଲି ସେ କହିଥିଲେ । ସେହିପରି ଜୀବନରେ ସାଧୁତା (Transparency ) ହେଉଛି ଏକ ଜରୁରୀ ଆବଶ୍ୟକତା । ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ସେମାନଙ୍କ ଜୀବନରେ ଆସିବ ରୂପାନ୍ତର ବା ସଫଳତା।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା । ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି । ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଆଜି ଶେଷ ଦିନରେ ସୁଦୂର ମାଲକାନଗିରିଠାରୁ ଆରମ୍ଭ କରି କଳାହାଣ୍ଡି, କଟକ ଓ ଯାଜପୁର ଆଦି ଜିଲ୍ଲାରେ ଆଜି ପିଲାମାନଙ୍କ ମଧ୍ୟରେ ଥିଲା ଅଶେଷ ଉତ୍ସାହ । ମାଲକାନଗିରିର ଛାତ୍ରୀ ସୁପ୍ରିୟା ରାୟ କହିଥିଲେ ଯେ ଆମ ଯେତେବେଳେ ସରକାରୀ ସ୍କୁଲରେ ପାଠ ପଢିଲୁ, ଆମେ ଭାବୁଥିଲୁ ଯେ ବଡ ବଡ ସହର ଭଳି ଆମ ସ୍କୁଲରେ କଣ ଆଧୁନିକ ସୁବିଧା ସୁଯୋଗ ମିଳିପାରିବ ? କିନ୍ତୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମ ସ୍ବପ୍ନରୁ ବାହାରେ ଥିବା ସୁବିଧା ସୁଯୋଗ ଆମକୁ ଦେଇଛନ୍ତି ।

ଆମ କମ୍ପୁଟର ଓ ଇଣ୍ଟରନେଟ୍‌ରେ ପାଠ ପଢୁଛୁ । ଆଧୁନିକ ପାଠାଗାର ଓ ଲାବୋରେଟୋରୀର ସୁବିଧା ପାଇଛୁ । ତେଣୁ ଆମ ସ୍ବପ୍ନ ମଧ୍ୟ ଆହୁରି ବଡ ହେଉଛି । ମୁଖ୍ୟମନ୍ତ୍ରୀ ଆମ ପାଇଁ ମେଡିକାଲ ଓ ଇଂଜିନିୟରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରିଛନ୍ତି । ଆମେ ଏ ସୁବିଧାର ସୁଯୋଗ ନେବୁ ଓ ଭବିଷ୍ୟତରେ ବଡ ହୋଇ ମୁଖ୍ୟମନ୍ତ୍ରୀଙ୍କ ନବୀନ ଓଡିଶାର ସ୍ବପ୍ନ ପୂରଣ କରିବୁ । ବଡ ହେଲେ ସୁପ୍ରିୟା ଜଣେ ଡାକ୍ତର ହେବେ ବୋଲି ଆଶା ରଖିଛନ୍ତି । ସେହିପରି କଟକର ଜୟଶ୍ରୀ ପଣ୍ଡା ଜଣେ ଆଇ.ଏ.ଏସ ଅଫିସର ଓ ଯାଜପୁରର ବିଶ୍ବଜିତ ବେହେରା ଜଣେ ଆଇ.ପି.ଏସ୍‌ ହେବେ ବୋଲି ଆଶା ରଖିଛନ୍ତି। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆଶୀର୍ବାଦ ଦେଇଥିଲେ ।

କଳାହାଣ୍ଡିର ଛାତ୍ରୀ ବର୍ଷା ପ୍ରିୟଦର୍ଶିନୀ ଭବିଷ୍ୟତରେ ପାଇଲଟ ହେବେ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ । ଶତାଦ୍ଦୀର ଶ୍ରେଷ୍ଠ ପାଇଲଟ ବିଜୁ ବାବୁଙ୍କ ସଂପର୍କରେ ପ୍ରକାଶିତ ଏକ ପୁସ୍ତକ ତାଙ୍କୁ ଉପହାର ଦିଆଯିବ ବୋଲି ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ । କାର୍ଯ୍ୟକ୍ରମରେ ଉପସ୍ଥିତ କଟକ ଜିଲ୍ଲାରେ କୃଷି ଓ ପଶୁବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, କଳାହାଣ୍ଡିରେ ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଂକର ମିଶ୍ର, ମାଲକାନଗିରିରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଶାମାରୀ ଟାଙ୍ଗଲୁ ଓ ଯାଜପୁରରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ ପ୍ରମୁଖ ସେମାନଙ୍କ ମତାମତ ରଖି କହିଥିଲେ ଯେ ଆଜି ସ୍କୁଲ ରୂପାନ୍ତର ଦ୍ବାରା ଆଜି ପିଲାମାନଙ୍କ ସ୍ବପ୍ନରେ ଡେଣା ଲାଗିଛି ।

ଶିକ୍ଷା ହିଁ ସବୁ ସମସ୍ୟାର ସମାଧାନ । ତେଣୁ ମୁଖ୍ୟମନ୍ତ୍ରୀ ଆଜି ଶିକ୍ଷା ଜରିଆରେ ଓଡିଶାର ରୂପାନ୍ତର ପାଇଁ ଦୃଢ ପଦକ୍ଷେପ ନେଇଛନ୍ତି ବୋଲି ସେମାନେ କହିଥିଲେ ।  ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ଜେନା, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version