No Result
View All Result
୨୨ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବ ଗାନ୍ଧି ସଦଭାବନା ଗୃହରେ ଜିଲ୍ଲାପାଳ ଙ୍କ ବ୍ଲକ୍ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଲେଖ ଚନ୍ଦ୍ର ପଇ,ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ନୂଆଗାଁ ବିଡ଼ିଓ ସଚ୍ଚିଦାନନ୍ଦ ମିଶ୍ର, ନୂଆଗାଁ ତହସିଲଦାର ହେମନ୍ତ କୁମାର ନାୟକ ,ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା ଙ୍କ ସହିତ ସମସ୍ତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।
ଉକ୍ତ ଅଭିଯୋଗ ପ୍ରକୋଷ୍ଟ ରେ ମୋଟ ୭୧ଟି ଆପତ୍ତି ଅଭିଯୋଗ ଆସିଥିଲା । ସେଥି ମଧ୍ୟରେ ୫୮ ଟି ଅଭିଯୋଗ ବ୍ୟକ୍ତିଗତ ଥିବା ବେଳେ ୫ ଟି ଅଭିଯୋଗ ଗ୍ରାମ୍ୟ ସମସ୍ୟା ଓ ୬ ଗୋଟି ଅଭିଯୋଗ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଧାରିତ ଓ ୨ ଟି ରେଡକ୍ରସ ସମ୍ବନ୍ଧୀୟ । ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଙ୍କ ସହଯୋଗ ରେ ୧୯ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ ହୋଇଥିଲା ।

No Result
View All Result