୨୪ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) କନ୍ଧମାଳ :- କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ କୁର୍ତ୍ତମଗଡ଼ ନିକଟସ୍ଥ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ - ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି।ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛି ପୋଲିସ୍ । ସୂଚନା ପ୍ରକାରେ ଗୁଇନ୍ଦା ସୂଚନା ଆଧାରରେ ସମ୍ପୃକ୍ତ ଅଞ୍ଚଳରେ ଏସ୍ଓଜି ଜବାନ ମାନେ କୁମ୍ବିଂ ଅପରେସନ୍ ଚଳାଇଥିଲେ । ଆଜି ସକାଳ ପ୍ରାୟ ୫ଟା ୪୦ମିନିଟ୍ ସମୟରେ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ । କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଘଟିବା ପରେ ମାଓବାଦୀ ମାନେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଥିବା ଜଣାପଡ଼ିଛି । ଘଟଣା ସ୍ଥଳରୁ ବିଭିନ୍ନ ମାଓ ସାମଗ୍ରୀ ଜବତ ହୋଇଥିବା ବେଳେ କିଛି ମାଓବାଦୀ ସୁରକ୍ଷାକର୍ମୀଙ୍କ ଗୁଳିରେ ଗୁରୁତର ଆହତ ହୋଇଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି । ତେବେ ଏଯାବତ୍ କାହାର ମୃତାହତ ଖବର ସ୍ପଷ୍ଟ ହୋଇପାରିନାହିଁ । ସେପଟେ କିଛିଦିନର ନିରବତା ପରେ କନ୍ଧମାଳରେ ଲାଲ୍ ବାହିନୀ ପୁଣିଥରେ ନିଜର ସ୍ଥିତି ଜାହିର କରୁଛି । ଅନ୍ୟପଟେ ଏହି ଗୁଳିବିନିମୟ ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି ।