ସୁପ୍ରିମ୍ କୋର୍ଟ ଅନୁମତି ଦେଇଥିବାରୁ ସୁପ୍ରିମ୍ କୋର୍ଟଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ – ରଥଯାତ୍ରା ପାଇଁ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ପୂରା ପ୍ରସ୍ତୁତ ।

ଓଡିଶା ତାଜା ନ୍ୟୁଜ୍ (୨୨ ଜୁନ୍ ସୋମବାର) ପୁରୀ :ରଥଯାତ୍ରା ପାଇଁ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ପୂରା ପ୍ରସ୍ତୁତ । ଠିକ୍ ସମୟରେ ରଥ ଅନୁକୂଳ ଓ ନିର୍ମାଣ ସରିଛି । ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ପାଳନ କରିବା ପାଇଁ ସୁପ୍ରିମ୍ କୋର୍ଟ ଅନୁମତି ଦେଇଥିବାରୁ ସୁପ୍ରିମ୍ କୋର୍ଟଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି ।

ଏହି ପରିସ୍ଥିତିରେ ମହାପ୍ରଭୁଙ୍କ ରଥଯାତ୍ରା ପାଳନ କରିବା ନିଶ୍ଚିତ ଭାବରେ ଏକ ଚାଲେଞ୍ଜ । ସାରା ବିଶ୍ୱର ନଜର ଏବେ ଆମ ଆମ ଉପରେ ରହିବ । ବର୍ତ୍ତମାନ କୋଭିଡ ୧୯ ଯୋଗୁଁ ସାରା ବିଶ୍ୱ ଏକ କଠିନ ପରିସ୍ଥିତି ଦେଇ ଗତି କରୁଛି ବୋଲି ଏକ ଭିଡ଼ିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଶୃଙ୍ଖଳା ସହିତ ସାମାଜିକ ଦୂରତା ଓ ଗାଇଡଲାଇନସକୁ ପାଳନ କରି କେମିତି ଠାକୁରଙ୍କ ନୀତିକାନ୍ତି କରାଯାଏ , କୋଭିଡ୍ ପରିସ୍ଥିତିରେ ରଥଯାତ୍ରାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ଅତି ସାବଧାନତାର ସହ କରିବାକୁ ହେବ । ମହାପ୍ରଭୁଙ୍କର ପବିତ୍ର ରଥଯାତ୍ରାର ଉତ୍ତମ ପରିଚାଳନା ପାଇଁ ୩ ଜଣ ମନ୍ତ୍ରୀ ପୁରୀରେ କ୍ୟାମ୍ପ କରିବେ । ଏ ସବୁ ପ୍ରଭୁ ଙ୍କ ଇଛା ଆଉ ଆମେ ତାଙ୍କର ଇଛା କୁ ପାଳନ କରିବା ପାଈଁ ଆମେ ସମସ୍ତେ ପ୍ରସ୍ତୁତ ଅଛୁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।