ଅନଘା ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

୦ ମଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍) ଆର,ଉଦୟଗିରି :- ଗଜପତି ଜିଲ୍ଲା ଆର୍.ଉଦୟଗିରି ବ୍ଲକ ଅନ୍ତର୍ଗତ ଅନଘା ଗ୍ରାମ ପଞ୍ଚାୟତର ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ( ରାଜସ୍ୱ), ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର,

ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଅନଘା ଗ୍ରାମ ପଞ୍ଚାୟତ ସମେତ ତବରାସିଂ, ପରିସଲା ଓ ରାମଗିରି ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୨୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୨ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୬ ଓ ୧ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ।

ସେଥିମଧ୍ୟରୁ ଜଣକୁ ରେଡ୍ କ୍ରସ ରିଲିଫ୍ ପାଣ୍ଠିରୁ ରୁ ସହାୟତା ପ୍ରଦାନ କରାଯାଇଛି ଓ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନା ଓ ଜମି ପଟ୍ଟା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସ୍ଥାନୀୟ ସମୟରେ ସ୍ଥାନୀୟ ଆର.ଉଦୟଗିରି ବ୍ଲକ୍ ଅଧ୍ୟକ୍ଷ ଶ୍ରୀ ଲକ୍ଷ୍ମୀନାରାୟଣ ଶବର,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ , ତହସିଲଦାରଙ୍କ ସମେତ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।