No Result
View All Result
୬ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ , ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ ଏସ୍.ଆନନ୍ଦ ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ଓ ଶ୍ରୀ ରାଜେନ୍ଦ୍ର ମିଞ୍ଜ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କରାଣ୍ଡି, କଥଳକଇଠା, ବାଘଶାଳ, ରାଣୀପେଣ୍ଠ ଓ ସିଧମାଡ଼ଙ୍ଗା ପଞ୍ଚାୟତର ସମୁଦାୟ ମୋଟ- ୬୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୩ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୯ ଗୋଟି ଓ ୪ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସମନ୍ୱିତ ଅଧିବାସୀ ଉନ୍ନୟନ ସଂସ୍ଥା ,ପ୍ରକଳ୍ପ ପ୍ରଶାସକ ଶ୍ରୀ ଫାଲଗୁନି ମାଝୀ,ଜିଲ୍ଲା ମୁଖ୍ୟା ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।


No Result
View All Result