• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ -୨୦୨୩ ପରିବେଶ ସଂପର୍କିତ ସମସ୍ୟାର ମୁକାବିଲା ପାଇଁ କାର୍ଯ୍ୟ କରିବା ଆଜି ସମୟର ଆହ୍ୱାନ : ମାନ୍ୟବର ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
June 7, 2023
in ଓଡ଼ିଶା, ମହାନଗର, ହୋମ୍
0
ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ -୨୦୨୩ ପରିବେଶ ସଂପର୍କିତ ସମସ୍ୟାର ମୁକାବିଲା ପାଇଁ କାର୍ଯ୍ୟ କରିବା ଆଜି ସମୟର ଆହ୍ୱାନ : ମାନ୍ୟବର ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

୬ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଲୋକସେବା ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ-୨୦୨୩ କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ମାଧ୍ୟମରେ କହିଛନ୍ତି ଯେ’ବିଟ୍‌ ପ୍ଲାଷ୍ଟିକ୍‌ ପଲୁ୍ୟସନ’ଅଭିଯାନ ଅଧିନରେ ଏ ବର୍ଷର ବିଷୟବସ୍ତୁ ହେଉଛି ‘ପ୍ଲାଷ୍ଟିକ ପ୍ରଦୂଷଣର ସମାଧାନ’ । ପରିବେଶ ସଂପର୍କିତ ସମସ୍ୟାର ମୁକାବିଲା ପାଇଁ କାର୍ଯ୍ୟ କରିବା ଆଜି ସମୟର ଆହ୍ୱାନ । ଆମର ଦୈନନ୍ଦିନ ଜୀବନରେ ପରିବର୍ତ୍ତନ ଆଣି ପ୍ଲାଷ୍ଟିକ ପ୍ରଦୂଷଣର ପ୍ରଭାବ ହ୍ରାସ କରିବା ପାଇଁ ଏ ବର୍ଷର ବିଷୟବସ୍ତୁ ଆମ ସମସ୍ତଙ୍କୁ ଆହ୍ୱାନ କରୁଛି । ସ୍ୱାସ୍ଥ୍ୟ, ଅର୍ଥନୀତି ଏବଂ ପରିବେଶ ଉପରେ ଏହାର ହାନିକାରକ ପ୍ରଭାବକୁ ଅଣଦେଖା କରାଯାଇପାରିବ ନାହିଁ । ଜଳବାୟୁ ପରିବର୍ତ୍ତନର ପ୍ରଭାବକୁ ହ୍ରାସ କରିବା ପାଇଁ ଆମ ସରକାର ‘ଦ୍ୱିତୀୟ ରାଜ୍ୟ ଜଳବାୟୁ ପରିବର୍ତ୍ତନ କାର୍ଯ୍ୟ ଯୋଜନା’ପ୍ରଣୟନ କରିଛନ୍ତି, ଯାହା ଆମର ସ୍ୱଚ୍ଛ ଏବଂ ସବୁଜ ରାଜ୍ୟ ପ୍ରତିବଦ୍ଧତାକୁ ଦୋହରାଉଛି । ମୋ ସରକାର ୨୦୧୮ ମସିହାରୁ ଏକକ ବ୍ୟବହୃତ ପ୍ଲାଷ୍ଟିକକୁ ବନ୍ଦ କରିବା ପାଇଁ ସମସ୍ତ ସମ୍ଭାବ୍ୟ ପଦକ୍ଷେପ ନେଇଛନ୍ତି . ପ୍ଲାଷ୍ଟିକ୍‌ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବା ସହ ବ୍ୟାପକ ବୃକ୍ଷରୋପଣ କରାଯାଉଛି ।ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏବଂ ପରିବେଶ ଅଧ୍ୟୟନ କେନ୍ଦ୍ର, ବିଦ୍ୟାଳୟର ଇକୋ କ୍ଲବ୍‌ ଏବଂ ସ୍ଥାନୀୟ ଗୋଷ୍ଠୀଙ୍କ ସହଯୋଗରେ ଏକକ ବ୍ୟବହୃତ ପ୍ଲାଷ୍ଟିକକୁ ହଟାଇବା ପାଇଁ କରୁଥିବା କାର୍ଯ୍ୟ ବାସ୍ତବରେ ପ୍ରଶଂସାଯୋଗ୍ୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ଏକକ ବ୍ୟବହୃତ ପ୍ଲାଷ୍ଟିକ୍‌ ଉପରେ ନିଷେଧାଦେଶ ଲାଗୁ କରିବାକୁ ରାଜ୍ୟ ସରକାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପଲିଥିନ୍‌ ବ୍ୟାଗ୍‌ ଏବଂ ଏକକ ବ୍ୟବହୃତ ପ୍ଲାଷ୍ଟିକ ସାମଗ୍ରୀ ବ୍ୟବହାର ବିରୋଧରେ ବ୍ୟାପକ ଜନସଚେତନତା କାର୍ଯ୍ୟକ୍ରମ କରାଯାଉଛି । ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁର ସଠିକ୍‌ ସଂଗ୍ରହଣ ଓ ପରିଚାଳନା ସହ ପୃଥକୀକରଣ ଓ ପୁନଃବ୍ୟବହାର କେନ୍ଦ୍ରଗୁଡ଼ିକର କ୍ଷମତା ବୃଦ୍ଧି ଆମ କାର୍ଯ୍ୟ ଯୋଜନାର ଏକ ଅଂଶ ବୋଲି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି । ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ଏକକ ବ୍ୟବହୃତ ପ୍ଲାଷ୍ଟିକକୁ ବ୍ୟବହାର ନକରିବା ଏବଂ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ସଂକଳ୍ପବଦ୍ଧ ହେବା ସହ ପ୍ଲାଷ୍ଟିକ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ସବୁସ୍ତରରେ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି ।ପରିବେଶ ସୁରକ୍ଷା ଓ ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ବିଭିନ୍ନ ଜିଲ୍ଲାର ୧୭୩ ଜଣ ପ୍ରକୃତି ମିତ୍ର ଏବଂ ୧୮୭ ଜଣ ପ୍ରକୃତିବନ୍ଧୁ ପୁରସ୍କାରପ୍ରାପ୍ତ ବ୍ୟକ୍ତିବିଶେଷଙ୍କୁ ସେ ଅଭିନନ୍ଦନ ଜଣାଇଛନ୍ତି । ସେମାନଙ୍କର ଅବଦାନ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ହେବ । ‘ବିଟ୍‌ ପ୍ଲାଷ୍ଟିକ୍‌ ପଲୁ୍ୟସନ’ ଉପରେ ରାଜ୍ୟସ୍ତରର ଇକୋ-ମଡେଲ ପ୍ରଦର୍ଶନର ସମସ୍ତ ଅଂଶଗ୍ରହଣକାରୀ ଓ ବିଜେତା ଏବଂ ଆମର ଭବିଷ୍ୟତକୁ ଉନ୍ନତ କରିବା ପାଇଁ ‘ଜଳସଂଚୟ କରିବାର ଚିନ୍ତାଧାରା’ ଉପରେ ହୋଇଥିବା ହାକାଥନ୍‌ର ସମସ୍ତ ଅଂଶଗ୍ରହଣକାରୀ ଓ ବିଜେତାମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ସମ୍ମାନିତ ଅତିଥି ଭାବେ ଯୋଗଦେଇ କହିଛନ୍ତି ଯେ ପରିବେଶ ସଂରକ୍ଷଣ ଓ ଜଳବାୟୁ ପରିବର୍ତ୍ତନ ସମ୍ବନ୍ଧରେ ସଚେତନତା ବିସ୍ତାର କରିବା ନିମନ୍ତେ ଏହି ଦିବସଟି ଉତ୍ସର୍ଗୀକୃତ । ପ୍ଲାଷ୍ଟିକ ବ୍ୟବହାର ପରିବେଶ ପ୍ରଦୂଷଣର ଏକ ପ୍ରଧାନ କାରଣ ।

ବ୍ୟାପକ ସଚେତନତା ସହିତ ବିକଳ୍ପ ବ୍ୟବହାର ଦ୍ୱାରା ହିଁ ପ୍ରଦୂଷଣକୁ ରୋକାଯାଇ ପାରିବ । ଯାନବାହନ ପ୍ରଦୂଷଣ ହ୍ରାସ କରିବା ପାଇଁ ୨୦୨୫ ଶେଷ ସୁଦ୍ଧା ୨୦ ପ୍ରତିଶତ ବୈଦୁ୍ୟତିକ ଯାନବାହନ ଚଳପ୍ରଚଳ ଲକ୍ଷ୍ୟ ରଖି ରାଜ୍ୟ ଇଭି ନୀତି ପ୍ରସ୍ତୁତ କରାଯାଇଛି ଏବଂ ରାଜ୍ୟ ସରକାର ବର୍ଦ୍ଧିତ ରିହାତି ମଧ୍ୟ ଦେଉଛନ୍ତି ବୋଲି ମନ୍ତ୍ରୀ ଶ୍ରୀ ଅମାତ ଉଲ୍ଲେଖ କରିଛନ୍ତି । କାଗଜ, କାଚ କିମ୍ବା ପରିବେଣ ଅନୁକୂଳ ଜିନିଷର ବ୍ୟବହାର ଉପରେ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଗୁରୁତ୍ୱାରୋପ କରିଥିଲେ । ପ୍ଲାଷ୍ଟିକ୍‌ ପୃଥିବୀ ପାଇଁ ବହୁ କ୍ଷତିକାରକ । ଏହାର ବ୍ୟବହାରକୁ କମାଇବାକୁ ପଡ଼ିବ । ରାସ୍ତା ନିର୍ମାଣ ଅବା ସିମେଣ୍ଟ କାରଖାନାରେ ପ୍ଲାଷ୍ଟିକ ବ୍ୟବହାର ସହ ବ୍ୟାପକ ବନୀକରଣ ଉପରେ ରାଜ୍ୟ ସରକାର ପ୍ରାଧାନ୍ୟ ଦେଉଛନ୍ତି ବୋଲି ସେ ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ୧୭୩ ପ୍ରକୃତି ମିତ୍ର ଏବଂ ୧୮୭ ପ୍ରକୃତି ବନ୍ଧୁଙ୍କୁ ପୁରସ୍କୃତ କରାଯିବା ସହ ଛାତ୍ରଛାତ୍ରୀମାନଙ୍କୁ ମଡେଲ ପ୍ରଦର୍ଶନୀ ପୁରସ୍କାର ପ୍ରଦାନ କରାଯାଇଥିଲା ।

କୋରାପୁଟ ଜିଲ୍ଲାର ଆଦିତ୍ୟ ବିଶ୍ୱାସ, ଭଦ୍ରକ ଜିଲ୍ଲାର ମୁକ୍ତା ମଞ୍ଜରୀ ସାମଲ ଏବଂ ଗଜପତି ଜିଲ୍ଲାର ଦୀପିକା ପଣ୍ଡାଙ୍କୁ ମଡେଲ ପ୍ରଦର୍ଶନୀ ପୁରସ୍କାର ପ୍ରଦାନ କରାଯାଇଥିଲା । ସେହିପରି ଖାଦ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଆୟୋଜିତ ହାକାଥନ୍‌ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ଏନ୍‌ଆଇଟି ରାଉରକେଲାର ଅଲିସା ଜାଫର, ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ଏବଂ ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସି, ଭୁବନେଶ୍ୱରର ଶ୍ରୀ ଚିତ୍ତରଞ୍ଜନ ସାହୁ ଏବଂ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି, ଭୁବନେଶ୍ୱରର ଅସ୍ମିତା ପାତ୍ରଙ୍କୁ ଯଥାକ୍ରମେ ୫୦ ହଜାର, ୩୦ ହଜାର ଏବଂ ୨୦ ହଜାର ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା । ଏହି ଅବସରରେ ପରିବେଶ ଅଧ୍ୟୟନ କେନ୍ଦ୍ର ଦ୍ୱାରା ପ୍ରକାଶିତ ‘ଇକୋ କ୍ଲବ୍‌ ବାର୍ଷିକ ବିବରଣୀ ୨୦୨୨-୨୩’ଏବଂ’ମିଶନ ଲାଇଫ୍‌ ପୁସ୍ତିକା ଓ ଆଞ୍ଚଳିକ ଉଦ୍ଭିଦ ଗବେଷଣା କେନ୍ଦ୍ର ଦ୍ୱାରା ପ୍ରକାଶିତ ‘ଫଙ୍ଗୀ ଅଫ୍‌ ଓଡ଼ିଶା’ ଏବଂ’ରିପ୍ରଡକସନ୍‌ ଅଫ୍‌ ରେଟ୍‌ ଆଣ୍ଡ ସ୍ପେସିଆଲ ଗ୍ରୁପ୍‌ ଅଫ୍‌ ପ୍ଲାଣ୍ଟସ୍‌’ ପୁସ୍ତକ ଉନ୍ମୋଚିତ ହୋଇଥିଲା । ପ୍ରଧାନ ବନ ସଂରକ୍ଷକ ତଥା ରାଜ୍ୟ ବନବାହିନୀ ମୁଖ୍ୟ ଶ୍ରୀ ଦେବୀଦତ୍ତ ବିଶ୍ୱାଳ ସ୍ୱାଗତ ଭାଷଣ ଦେଇଥିବାବେଳେ ନିର୍ଦ୍ଦେଶକ (ପରିବେଶ) ତଥା ସ୍ୱତନ୍ତ୍ର ଶାସନ ସଚିବ ଡ. କେ. ମୁରୁଗେସନ୍‌ ଧନ୍ୟବାଦ ଅର୍ପଣ କରିଥିଲେ । ଓଡ଼ିଶା ରିଅଲ୍‌ ଇଷ୍ଟେଟ୍‌ ରେଗୁଲେଟୋରୀ ଅଥରିଟିର ଅଧ୍ୟକ୍ଷ ଶ୍ରୀ ସିଦ୍ଧାନ୍ତ ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର ସହକାରୀ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version