• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅନବସର ସେବାରେ ଲାଗେନାହିଁ ଶ୍ରୀବିଷ୍ଣୁଙ୍କର ଅତିପ୍ରିୟ ତୁଳସୀ ଏବଂ କୋଠଭୋଗ

Proprietor Abhimanyu Maharana by Proprietor Abhimanyu Maharana
June 9, 2023
in ଓଡ଼ିଶା, ଦେଶ, ପୁରୀ, ହୋମ୍
0
ଅନବସର ସେବାରେ ଲାଗେନାହିଁ ଶ୍ରୀବିଷ୍ଣୁଙ୍କର ଅତିପ୍ରିୟ ତୁଳସୀ ଏବଂ କୋଠଭୋଗ
Share on FacebookShare on TwitterWhatsapp

୮ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :- ବର୍ତ୍ତମାନ ମହାପ୍ରଭୁ ମାନବୀୟ ଲୀଳା କ୍ରମରେ ଅନବସର ସମୟରେ ଜ୍ୱରରେ ପିଡିତ ଅଛନ୍ତି । ଅଣସର ପିଣ୍ଡିର ଘନ ଅନ୍ଧକାର ଭିତରେ ତାଙ୍କର ଚାଲିଛି ଉପଚାର କ୍ରମ । ରାଜବୈଦ୍ୟ ଙ୍କ ପରାମର୍ଶରେ ଅନବସର ନିତିର ତୃତୀୟ ଦିନ ଅର୍ଥାତ୍ ସ୍ନାନ ପୂର୍ଣ୍ଣିମାର ଚତୁର୍ଥଦିନ ମହାପ୍ରଭୁଙ୍କ ଶରୀରର ତାପମାତ୍ରା ମପା ଯାଇଥାଏ । ଦଇତାପତି ସେବକମାନେ ଏକା ସଙ୍ଗେ ତିନି ଠାକୁର ଓ ପଟିଦିଅଁଙ୍କ ସେବା କାର୍ଯ୍ୟ ସଂପାଦନ କରିଥାନ୍ତି । ଶ୍ରୀମନ୍ଦିରରେ ପଟିଦିଅଁଙ୍କଠାରେ ମଙ୍ଗଳ ଆଳତି, ଅବକାଶ, ବଲ୍ଲଭ, ଭୋଗମଣ୍ଡପ, ମଧ୍ୟାହ୍ନ ଧୂପ ସରିଲା ପରେ ବେହରଣ ମଣ୍ଡପ ପାଖ ଅଣସର ଦ୍ୱାର ଖୋଲା ଖୋଲା ଯାଇଥାଏ । ମଧ୍ୟାହ୍ନ ଧୂପ ସରିବା ପରେ ମୁକ୍ତିମଣ୍ଡପ ସମ୍ମୁଖ ବେହରଣ ମଣ୍ଡପ ଦେଇ ଦଇତାପତି ସେବକମାନେ ଏକମାତ୍ର ଶୁକ୍ଲ (ଧଳା) ବସ୍ତ୍ର ପରିଧାନ କରି ଅଣସର ଘରେ ପ୍ରବେଶ କରିଥାନ୍ତି । ସେଠାରେ ଦଇତାପତି ସେବକଙ୍କ ଦ୍ୱାରା ଶ୍ରୀଜିଉଙ୍କ ଗୁପ୍ତ ସେବା ଆରମ୍ଭ ହୋଇଥାଏ ।

ମହାପ୍ରଭୁଙ୍କ ନିକଟରେ କୋଠ ଭୋଗ ଲାଗି ବାରଣ କରାଯାଇଥିବାରୁ ଅସୁସ୍ଥ ଶ୍ରୀଜିଉଙ୍କୁ ଆଜିଠାରୁ ପଥି ଆକାରରେ କ୍ଷୀର, ସର, ଛେନା, ରାବିଡ଼ି ସହ ଆମ୍ୱ, କଦଳୀ, ପଣସ ଆଦି ଫଳ ଭୋଗ ଲାଗି ହୋଇଥାଏ । ମହାପ୍ରଭୁଙ୍କଠାରେ ଲାଗି ହେଉଥିବା ଏହି ଭୋଗ ଅଣସର ଘରୁ ବାହାରକୁ ନ ଆସିବାର ବିଧି ରହିଛି। ଏଣୁ ଶ୍ରୀଜିଉଙ୍କୁ ଭୋଗ ପରେ ଦଇତାପତି ସେବକମାନେ ଏହାକୁ ପ୍ରସାଦ ଆକାରରେ ସେବନ କରିବା ସହ ବାକି ଭୋଗ ସେହି ଅଣସର ଘରେ ଛାଡ଼ି ଆସିଥାନ୍ତି । ସବୁଠାରୁ ବଡ କଥା ହେଉଛି ମହାପ୍ରଭୁ ହେଉଛନ୍ତି ତୁଳସୀ ପ୍ରିୟ । ତୁଳସୀ ବ୍ୟତିତ ତାଙ୍କର କୈାଣସି ନିତି ସମ୍ପାଦିତ ହୋଇପାରେ ନାହିଁ । କିନ୍ତୁ ବିଚିତ୍ର ତାଙ୍କର ଏ ଅନବସର ଲୀଳା । ଯେଉଁ ଲୀଳାରେ ମହାପ୍ରଭୁ ତୁଳସୀ ମଞ୍ଜରୀକୁ କୃଷ୍ଣ ଦଶମୀ ପର୍ଯ୍ୟନ୍ତ ଗ୍ରହଣ କରନ୍ତି ନାହିଁ । ଏହି ସମୟରେ କେବଳ ଶୁକ୍ଳ ପୁଷ୍ପ ସହିତ ଶାବର ପରମ୍ପରାରେ ପୂଜିତ ହୋଇଥାନ୍ତି । ତାଙ୍କର ପ୍ରସାଦ ମଧ୍ୟ ଅନବସର ତାଟି ଡେଇଁ ବାହାରକୁ ଆସିନଥାଏ । ଶ୍ରୀଜିଉ ଅଣସରରେ ଥିବାରୁ ଶ୍ରୀମନ୍ଦିରରେ ସମସ୍ତ କାର୍ଯ୍ୟ ବନ୍ଦ ରଖା ଯାଇଥାଏ । ଜଗନମୋହନରୁ ଅଣସର ଘର ପର୍ଯ୍ୟନ୍ତ ନିଷିଦ୍ଧାଞ୍ଚଳ ଘୋଷଣା କରା ଯାଇଥାଏ । ଏଠାକୁ ଭକ୍ତଙ୍କ ପ୍ରବେଶ ସଂପୂର୍ଣ୍ଣ ବନ୍ଦ । ସେପଟେ ଦୈନନ୍ଦିନ ଭଜନ, କୀର୍ତନ, ଗୀତ, ଘଣ୍ଟଘଣ୍ଟା, ବାଜା ସବୁ ଶ୍ରୀମନ୍ଦିରରେ ନିଷେଧ କରାଯାଇ ଥାଏ ।

ପଟିଦିଅଁ ରୂପେ ଶ୍ରୀମନ୍ଦିରରେ ଗତକାଲିଠାରୁ ମହାପ୍ରଭୁ ଶ୍ରୀଜଗନ୍ନାଥ ଅନନ୍ତ ନାରାୟଣ, ବଡ଼ଠାକୁର ବଳଭଦ୍ର ଅନନ୍ତ ବାସୁଦେବ ଓ ମା’ ସୁଭଦ୍ରା ଭୁବନେଶ୍ୱରୀ ରୂପରେ ପୂଜା ପାଉଥିବା ବେଳେ ଏଠାରେ ଛପନ ପଉଟି ଭୋଗ ଅନ୍ନ, ପିଠାପଣା ଆଦି ଲାଗି କରାଯାଇଥାଏ। ପଟିଦିଅଁଙ୍କ ସହ ଦୋଳଗୋବିନ୍ଦ, ମଦନମୋହନ, ଲକ୍ଷ୍ମୀ, ସରସ୍ୱତୀ, ରାମକୃଷ୍ଣ ଓ ନୃସିଂହ ଭଗବାନ ଏଠାରେ ପୂଜା ପାଇଥାନ୍ତି । ମହାପ୍ରଭୁ ସୁସ୍ଥ ହେବା ଲାଗି ଶାଳ ପର୍ଣ୍ଣି, ଗମ୍ଭାରୀ, ଲବାଙ୍ଗ କୁଳି, ଫଣଫଣା, କୃଷ୍ଣ ପର୍ଣ୍ଣି, ବେଲ, ଖଣି ବଥୁ, ପଟଳି, ଖୁଆ, ଅଙ୍କରାନ୍ତି, ଗୋଖରା, ଲମ୍ୱାଗୋତି, ଦେଶୀ ଘିଅ, ମହୁ, ନବାତ, ଖୁଆ, ସର ପ୍ରଭୃତି ମିଶାଇ ମହୌଷଧି ପ୍ରସ୍ତୁତ କରାଯାଇଥାଏ । ପ୍ରସ୍ତୁତ ମହୌଷଧି ଲାଗି ହେବା ପରେ ମହାପ୍ରଭୁ ସୁସ୍ଥ ହୋଇଥାନ୍ତି । ଏହି ସମୟରେ କେବଳ ପତି ମହାପାତ୍ର ଓ ଦଇତାପତି ସେବାୟତମାନେ ଶ୍ରୀବିଗ୍ରହମାନଙ୍କର ଗୁପ୍ତ ସେବା କରିଥାନ୍ତି । ପ୍ରଭୁଙ୍କ ଅଣସର ବିଜେ ବେଳେ ଶରୀରଚର୍ଯ୍ୟା ବ୍ୟତୀତ ଅଣସର ପଣା, ଘଣାଲାଗି, ଖଳିଲାଗି, ଚକା ଅପସର ଆଦି ନୀତି ସଂପନ୍ନ ହୋଇଥାଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version