• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

5ଟି ସଚିବଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ : ନୂଆ ରୂପରେ ଝଲସିବ ଘଟଗାଁ ମା’ ତାରିଣୀ ପୀଠ

Proprietor Abhimanyu Maharana by Proprietor Abhimanyu Maharana
June 13, 2023
in ଓଡ଼ିଶା, କେନ୍ଦୁଝର, ମହାନଗର, ହୋମ୍
0
5ଟି ସଚିବଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ : ନୂଆ ରୂପରେ ଝଲସିବ ଘଟଗାଁ ମା’ ତାରିଣୀ ପୀଠ
Share on FacebookShare on TwitterWhatsapp

ବିକଶିତ ହେବ ଗୁଣ୍ଡିଚାଘାଗି ଜଳପ୍ରପାତ ଓ ଗୋନାସିକା ଗୁପ୍ତଗଙ୍ଗା ସ୍ଥଳୀ, ଆଗାମୀ ୫୦୦ ବର୍ଷକୁ ଆଖିରେ ରଖି ଭିତ୍ତିଭୂମି ନିର୍ମାଣ କରାଯିବ

ବ୍ରହ୍ମେଶ୍ୱର ଓ ସିତାବିଞ୍ଜି ମନ୍ଦିରର ହେବ ନବକଳେବର

ଗୋନାସିକା ଜୁଆଙ୍ଗ ଶିକ୍ଷାନି କେତନରେ ଆରମ୍ଭ ହେବ ଯୁକ୍ତଦୁଇ ପାଠ୍ୟକ୍ରମ

ଆନନ୍ଦପୁର ବ୍ୟାରେଜ କାମ ଠିକ୍ ସମୟରେ ଶେଷ ହେବ, ଜଳସେଚିତ ହେବ କେନ୍ଦୁଝର ଓ ବାଲେଶ୍ଵରର ୬୦ ହଜାର ହେକ୍ଟର ଜମି

୧୩ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କେନ୍ଦୁଝର ଜିଲ୍ଲା/ଭୁବନେଶ୍ଵର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କେନ୍ଦୁଝର ଜିଲ୍ଲା ଗସ୍ତରେ ଥିବା 5ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ ଆଜି ଦ୍ୱିତୀୟ ଦିନରେ ଘଟଗାଁ, ହରିଚନ୍ଦନପୁର, ବାଂଶପାଳ, ହାଟଡିହି, କେନ୍ଦୁଝର ଓ ଆନନ୍ଦପୁର ପୌରପାଳିକା ଅନ୍ତର୍ଗତ ବିଭିନ୍ନ ସ୍ଥାନ ଗସ୍ତକରି ବିକାଶମୂଳକ କାର୍ଯ୍ୟର ଅଗ୍ରଗତି ଦେଖିବା ସହ ବହୁ ପ୍ରକଳ୍ପର ସମୀକ୍ଷା କରିଛନ୍ତି ।


ଏଥିସହ ବିଭିନ୍ନ ଆଧ୍ୟାତ୍ମିକସ୍ଥଳୀ ଗସ୍ତକରି ସେଠାକାର ଉନ୍ନତୀକରଣ ବାବଦରେ ଆଲୋଚନା କରିବା ସହ ସ୍ଥାନୀୟ ଜନସାଧାରଣଙ୍କ ଅଭିଯୋଗ ଶୁଣିଛନ୍ତି । ମିଶନ ଶକ୍ତି ଏସଏଚଜି ସଦସ୍ୟ, କୃଷକ, ବୁଦ୍ଧିଜୀବୀ ଓ ବିଭିନ୍ନ ସଂଗଠନର ସଦସ୍ୟଙ୍କ ସହ ଆଲୋଚନା କରିଛନ୍ତି 5ଟି ସଚିବ । ଆଜି ପ୍ରଥମେ କେନ୍ଦୁଝର ପୌରପାଳିକା ଅନ୍ତର୍ଗତ ସିଦ୍ଧମଠ ପରିଦର୍ଶନରେ ଯାଇଥିଲେ 5ଟି ସଚିବ ।

ସେଠାରେ ବିଭିନ୍ନ ମନ୍ଦିରରେ ଦେବାଦେବୀଙ୍କ ଦର୍ଶନ କରିବା ସାଙ୍ଗକୁ ପୂଜାର୍ଚ୍ଚନା କରିଥିଲେ । ଏହି ଅବସରରେ ସେ ସିଦ୍ଧମଠର ପାରିପାର୍ଶ୍ୱିକ ବିକାଶ ସମ୍ପର୍କରେ ମନ୍ଦିର କମିଟି ସଦସ୍ୟ, ପୂଜକ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ । ଖୁବଶୀଘ୍ର ଏହି ପୀଠର ରୂପରେଖ ବଦଳିବ ବୋଲି 5ଟି ସଚିବ ସୁଚନା ଦେଇଥିଲେ ।

ଏହାପରେ ଶଙ୍କରପୁର ସ୍ଥିତ ଧରଣୀଧର କ୍ରୀଡ଼ା କମ୍ପ୍ଲେକ୍ସ ଯାଇ ବିଭିନ୍ନ ନୂଆ ନିର୍ମାଣ ସବୁ ବୁଲି ଦେଖିଥିଲେ 5ଟି ସଚିବ। ଫୁଟବଲ ଗ୍ରାଉଣ୍ଡ, ଆଥଲେଟିକ ଗ୍ରାଉଣ୍ଡ, ଇଣ୍ଡୋର ବ୍ୟାଡ଼ମିଣ୍ଟନ କୋର୍ଟ, ଆର୍ଚେରି ଗ୍ରାଉଣ୍ଡ ଏବଂ ଇଣ୍ଡୋର ଜିମ୍ ପରିଦର୍ଶନ କରିବା ସାଙ୍ଗକୁ ଉପସ୍ଥିତ ଖେଳାଳିମାନଙ୍କର ସହ ଆଲୋଚନା କରିଥିଲେ। ସମସ୍ତଙ୍କୁ ଉନ୍ନତମାନର ତାଲିମ୍, ଖାଦ୍ୟପେୟ ଓ ହଷ୍ଟେଲ ସୁବିଧା ମିଳୁଥିବା ଜାଣି 5ଟି ସଚିବ ସନ୍ତୋଷ ବ୍ୟକ୍ତ କରିଥିଲେ ।

କ୍ୟାମ୍ପସରେ ବୃକ୍ଷରୋପଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ । ସେଠାରୁ ସିଧା ଘଟଗାଁ ଗସ୍ତ କରିଥିଲେ 5ଟି ସଚିବ। ଘଟଗାଁରେ ପହଞ୍ଚିବା ପରେ ପ୍ରଥମେ ମା ତାରିଣୀଙ୍କ ପୀଠକୁ ଯାଇ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଥିଲେ। ମନ୍ଦିର ପରିଚାଳନା କମିଟି ଓ ଦେହୁରୀ ସେବାୟତଙ୍କ ସହ ଆଲୋଚନା କରି ଖୁବଶୀଘ୍ର ମା’ଙ୍କର ପୀଠର ବିକାଶ କାମ ହାତକୁ ନିଆଯାଇ ଏହାର ରୁପାନ୍ତର କରାଯିବ ବୋଲି କହିଥିଲେ।


ତା’ପରେ ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ କୃଷକ, ମିଶନ ଶକ୍ତି ମହିଳା ଓ ସ୍ଥାନୀୟ ଜନସାଧାରଣଙ୍କ ବିଶାଳ ସମାବେଶକୁ ସମ୍ବୋଧିତ କରିଥିଲେ 5ଟି ସଚିବ। ଏହି ଅବସରରେ ସମସ୍ତଙ୍କ ଆଗରେ ସେ ନିଜ ଚାକିରି ଜୀବନର ପୁରୁଣା ସ୍ମୃତିକୁ ସାଉଣ୍ଟିଥିଲେ। ଓଡ଼ିଶା କ୍ୟାଡରରେ ଯୋଗଦେବାପରେ ସେ କିଭଳି କେନ୍ଦୁଝର ଜିଲ୍ଲାରେ ପ୍ରଥମ ପୋଷ୍ଟିଂ ପାଇଥିଲେ ଏବଂ ପ୍ରଥମ କରି କିଭଳି ମା’ ତାରିଣୀଙ୍କ ଦର୍ଶନ ପାଇଁ ଆସିଥିଲେ, ସେ କଥା ବର୍ଣ୍ଣନା କରି ଥିଲେ।


ଏଥିସହ ପୁରୀ ଶ୍ରୀମନ୍ଦିର, ତାରା ତାରିଣୀ ଓ ସମଲେଇ ପୀଠ ଭଳି ଘଟଗାଁରେ ମଧ୍ୟ ମା ତାରିଣୀଙ୍କ ପୀଠର ବିକାଶ କରାଯିବ । ସେହିଭଳି ଗୁଣ୍ଡିଚାଘାଗି ଜଳପ୍ରପାତର ମଧ୍ୟ ଉନ୍ନତିକରଣ ହେବ । ଆଗାମୀ 500 ବର୍ଷକୁ ଆଖିରେ ରଖି ଭିତ୍ତିଭୂମି ନିର୍ମାଣ ହେବ ଏବଂ କାର୍ଯ୍ୟ ଆରମ୍ଭ ହେବାର 6 ମାସ ମଧ୍ୟରେ ଏହାକୁ ଶେଷ କରାଯିବ । ଏଥିପାଇଁ ସେ ସ୍ଥାନୀୟ ଅଞ୍ଚଳବାସୀଙ୍କ ସହଯୋଗ କାମନା କରିଥିଲେ ।

ଏହାପରେ ଶ୍ରୀ ପାଣ୍ଡିଆନ ବାଂଶପାଳ ବ୍ଲକ ଅନ୍ତର୍ଗତ ଗୋନାସିକା ଅଭିମୂଖେ ବାହାରିଥିଲେ। ସେଠାରେ ଜୁଆଙ୍ଗ ପିଲାଙ୍କ ପାଇଁ ଏସସି, ଏସଟି ବିକାଶ ବିଭାଗ ଅଧିନରେ କାର୍ଯ୍ୟ କରୁଥିବା ଶିକ୍ଷାନିକେତନ ଓ ଏହା ଅନ୍ତର୍ଗତ ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ସ୍କୁଲରେ 5ଟି ରୁପାନ୍ତର ଦେଖି ଖୁସି ହେବାସହ ସେ ଏନେଇ ପିଲାମାନଙ୍କ ସହ ଅଧିକ ଆଲୋଚନା କରିଥିଲେ। ଖୁବଶୀଘ୍ର ଏହି ଶିକ୍ଷାନିକେତନରେ ଯୁକ୍ତଦୁଇ ପାଠ୍ୟକ୍ରମ ଆରମ୍ଭ ହେବବୋଲି 5ଟି ସଚିବ ପ୍ରକାଶ କରିଛନ୍ତି।

ପରେ, ବୈତରଣୀ ନଦୀର ଉତ୍ପତିସ୍ଥଳ ତଥା ଗୁପ୍ତଗଙ୍ଗା ସ୍ଥଳୀ ପରିଦର୍ଶନ କରି ଏହାର ବିକାଶ ଦିଗରେ ଉପସ୍ଥିତ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ 5ଟି ସଚିବ । ଏନେଇ ସବିଶେଷ ପ୍ରକଳ୍ପ ରିପୋର୍ଟ (ଡିପିଆର) ପ୍ରସ୍ତୁତ କରିବାକୁ ସେ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ । ସେଠାରୁ ପ୍ରସିଦ୍ଧ ଶୈବପୀଠ ବ୍ରହ୍ମେଶ୍ୱର ମନ୍ଦିର ଯାଇ ପୂଜାର୍ଚ୍ଚନା କରିବା ସହ ମନ୍ଦିର ଏବଂ ପାରିପାର୍ଶ୍ୱିକ ବିକାଶ କାମ ଖୁବଶୀଘ୍ର କରାଯିବ ବୋଲି କହିଥିଲେ 5ଟି ସଚିବ ।

ସେହିଠାରେ କୃଷକ, ମିଶନ ଶକ୍ତି ମହିଳା ଓ ସ୍ଥାନୀୟ ଲୋକଙ୍କ ଏକ ସମାବେଶକୁ ମଧ୍ୟ ସମ୍ବୋଧିତ କରିଥିଲେ । ଅଞ୍ଚଳବାସୀଙ୍କ ସମସ୍ତ ଦାବି ସେ ମୁଖ୍ୟମନ୍ତ୍ରୀଙ୍କ ନଜରକୁ ଆଣିବେ ଏବଂ ସରକାରୀ ବିଧି ବ୍ୟବସ୍ଥା ଆଧାରରେ ସେ ସବୁ ପୂରଣ ହେବ ବୋଲି ସଚିବ ଉପସ୍ଥିତ ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲେ । ସେଠାରୁ ଶ୍ରୀ ପାଣ୍ଡିଆନ ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ କୁସୁମଯୋଡ଼ି ଯାଇ ସ୍ଥାନୀୟ ମହିଳା କୃଷକ ବଜାର ପରିଦର୍ଶନ କରିଥିଲେ।

କୃଷି ଉତ୍ପାଦନ କ୍ଲଷ୍ଟର(ଏପିସି) କାର୍ଯ୍ୟକ୍ରମ ମାଧ୍ୟମରେ କିଭଳି ମହିଳା ଚାଷୀମାନେ ଲାଭାନ୍ୱିତ ହୋଇପାରିଛନ୍ତି ସେସବୁ ଦେଖି ସେ ଖୁସିବ୍ୟକ୍ତ କରିଥିଲେ ଏବଂ ସବୁବେଳେ ସେମାନଙ୍କ ସହଯୋଗ ପାଇଁ ରାଜ୍ୟ ସରକାର ତତ୍ପର ଅଛନ୍ତି ବୋଲି ଆଶ୍ଵାସନା ଦେଇ ଥିଲେ। ଏହାପରେ ସେ ବଘାମୁଣ୍ଡା ସ୍ଥିତ ଟସର ସିଲ୍କ ପାର୍କ ଅଭିମୂଖେ ବାହାରିଥିଲେ ।  ସେଠାରେ ସେ ମହିଳାମାନେ କିଭଳି ବିଭିନ୍ନ ଯନ୍ତ୍ରପାତି ବ୍ୟବହାର କରି ଟସର ସିଲ୍କରୁ ବିଭିନ୍ନ ଦ୍ରବ୍ୟ ପ୍ରସ୍ତୁତ କରୁଛନ୍ତି, ସେ ସବୁ ଦେଖିଥିଲେ।


ସେଣ୍ଟରଟିର କାର୍ଯ୍ୟପ୍ରଣାଳୀ ଉପରେ ପଚାରି ବୁଝିବା ସହ ପ୍ରସ୍ତୁତ ଦେଉଥିବା ସମସ୍ତ ଦ୍ରବ୍ୟର ବ୍ରାଣ୍ଡିଂ ଓ ମାର୍କେଟିଂ ଲାଗି ରାଜ୍ୟ ସରକାର ସହାୟତା ଯୋଗାଇଦେବେ ବୋଲି 5ଟି ସଚିବ କହିଥିଲେ। ଏହି ଅବସରରେ ସେ ସ୍ଥାନୀୟ ଲୋକଙ୍କ ଦାବି ମୁତାବକ ସିତାବିଞ୍ଜି ମନ୍ଦିରର ବିକାଶ କାମ ମଧ୍ୟ ହାତକୁ ନିଆଯିବ ବୋଲି ପ୍ରକାଶ କରିଛନ୍ତି। କାର୍ଯ୍ୟକ୍ରମ ଜାରିରଖି, 5ଟି ସଚିବ ପରେ ହାଟଡିହି ବ୍ଲକ ଅନ୍ତର୍ଗତ ସୁନ୍ଦରପାଳ ଠାରେ ପହଞ୍ଚିଥିଲେ।

ସେଠାରେ ସେ ବହୁସଂଖ୍ୟାରେ ଏକତ୍ରିତ ହୋଇଥିବା ମହିଳା, ଚାଷୀ ଓ ବିଭିନ୍ନ ବର୍ଗର ଲୋକଙ୍କ ସହ ବାର୍ତ୍ତାଳାପରେ ସାମିଲ ହୋଇଥିଲେ। ଲୋକଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ଅଛନ୍ତି ଏବଂ ଚାଷୀଙ୍କ ସମସ୍ୟାର ସମାଧାନ ସରକାରଙ୍କ ପ୍ରଥମିକତା ବୋଲି 5ଟି ସଚିବ କହିଥିଲେ। ଏହାପରେ ସେ ଗ୍ରାମୀଣ ପାନୀୟ ଜଳ ଯୋଗାଣ ଉଦ୍ଦେଶ୍ୟରେ ସଙ୍ଗମ ଠାରେ ଜାରି ରହିଥିବା ଜଳ ବିଶୋଧନାଗାର ପରିଦର୍ଶନ କରିବା ସହ ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ ଏବଂ ନିର୍ଦ୍ଧାରିତ ସମୟସୀମା ଅନୁଯାୟୀ ପ୍ରକଳ୍ପ ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ।

ପରେ ସେ ଆନନ୍ଦପୁର ବ୍ୟାରେଜ୍ ସାଇଟ୍ ପରିଦର୍ଶନ କରି ଚାଲିଥିବା କାର୍ଯ୍ୟଗୁଡ଼ିକର ସମୀକ୍ଷା କରିଥିଲେ । ଚାଲିଥିବା କେନାଲ କାର୍ଯ୍ୟ ବିଷୟରେ ତାଙ୍କୁ ସୂଚନା ଦିଆଯାଇଥିଲା ଯାହା କି କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର ପ୍ରାୟ 60,000 ହେକ୍ଟର ଅଞ୍ଚଳରେ ଜଳସେଚନର ସମ୍ଭାବନା ସୃଷ୍ଟି କରିବ । ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରକଳ୍ପର ସମାପ୍ତି ନିଶ୍ଚିତ କରିବାକୁ ସେ ପରାମର୍ଶ ଦେଇଛନ୍ତି । 5T ସଚିବ ଙ୍କ ଗସ୍ତ ଅବସରରେ କ୍ରୀଡା ସଚିବ ଶ୍ରୀ ଆର୍ ଭିନିଲ କ୍ରିଷ୍ଣା ,ଜିଲ୍ଲାପାଳ ଆଶିଷ ଥାକରେ ,ଏସ୍ ପି ନୀତିଶ କୁଶାଲକର ପ୍ରମୂଖ ଉପସ୍ଥିତ ଥିଲେ .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version