୧୪ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :- ନୂଆଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଥିବା ସଦଭାବନା ଗୃହରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ବ୍ଲକ ବିଡ଼ିଓ ସଚ୍ଚିଦାନନ୍ଦ ମିଶ୍ର ଙ୍କ ତତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ।

ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା ପ୍ରମୁଖ ଯୋଗ ଦେଇଥିଲେ । ବିଧାୟକ ଶ୍ରୀ ବେହେରା ମୋ ଘର ହେଉଛି ଗୋଟିଏ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଯୋଗାନ୍ତକାରି ପଦକ୍ଷେପ ତାକୁ କିପରି ଅଧିକ ଯୋଗ୍ୟ ହିତାଧିକାରୀ ମାନେ ଏହାର ସୁବିଧା ପାଇପାରିବେ ତାହାରି ଉପରେ ଗୁରୁତ୍ଵାରୋପ କରିଥିଲେ ।

ଏହା ଆବାସ ଯୋଜନା ସହିତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ପ୍ରତି ପଞ୍ଚାୟତରେ ଚାଲିଥିବା ଉନ୍ନୟନ ମୂଳକ କାର୍ଯ୍ୟ ଠିକ୍ ସମୟରେ କରାଯାଇପାରିବ ସେ ଉପରେ ଉପରେ ବିଭିନ୍ନ ପଞ୍ଚାୟତରେ ପହଞ୍ଚି ସେଥି ପାଇଁ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରାଯାଇଥିଲା । ଏହି ବୈଠକରେ ବିଭିନ୍ନ ପଞ୍ଚାୟତର ଜନ ପ୍ରତିନିଧି ଏବଂ ବିଭିନ୍ନ ବିଭାଗର ଅଧିକାରୀ ମାନେ ଯୋଗଦେଇଥିଲେ ।














