• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନ୍ଧମାଳକୁ ଦୁଇ ଦିନିଆ ଗସ୍ତ ରେ ୫-ଟି ସଚିବ : ମା’ବରାଳ ଦେବୀ ମନ୍ଦିର ରୂପାନ୍ତରୀତ ହେବା ସହ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱାରୋପ

Proprietor Abhimanyu Maharana by Proprietor Abhimanyu Maharana
June 17, 2023
in ଓଡ଼ିଶା, କନ୍ଧମାଳ, ହୋମ୍
0
କନ୍ଧମାଳକୁ ଦୁଇ ଦିନିଆ ଗସ୍ତ ରେ ୫-ଟି ସଚିବ : ମା’ବରାଳ ଦେବୀ ମନ୍ଦିର ରୂପାନ୍ତରୀତ ହେବା ସହ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱାରୋପ
Share on FacebookShare on TwitterWhatsapp

୧୬ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫T ସଚିବ  ଶ୍ରୀ ଭି.କେ. ପାଣ୍ଡିଆନ ଆଜି କନ୍ଧମାଳ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି ଏବଂ ଛାତ୍ରଛାତ୍ରୀ ଓ ସାଧାରଣ ଲୋକମାନଙ୍କ ସହ ମିଶି ସେମାନଙ୍କ ସୁବିଧା ଅସୁବିଧା ବିଷୟରେ ଶୁଣିବା ସହିତ ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି ।

ଶ୍ରୀ ପାଣ୍ଡିଆନ ପ୍ରଥମେ ଖଜୁରିଆପଡା ବ୍ଲକସ୍ଥିତ ମା ବରାଳଦେବୀ ମନ୍ଦିର ପରିଦର୍ଶନ କରି ମା’ଙ୍କ ପୂଜାର୍ଚ୍ଚନା କରିଥିଲେ । ମନ୍ଦିରର ପରିଚାଳନା କମିଟି ସଦସ୍ୟମାନଙ୍କ ସହିତ ମନ୍ଦିରର ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ ଏବଂ ଏଥିପାଇଁ ଏକ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରି ପ୍ରଦାନ କରିବା ପାଇଁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଫୁଲବାଣୀରେ ନିର୍ମାଣାଧୀନ ବସ ଷ୍ଟାଣ୍ଡ ପ୍ରକଳ୍ପ ପରିଦର୍ଶନକରି ଏହାର ନିର୍ମାଣ କାମ ସମୀକ୍ଷା କରିଥିଲେ । ଯାତ୍ରୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବିଭିନ୍ନ ଭିତ୍ତିଭୂମିର ଉପଯୁକ୍ତ ନିର୍ମାଣ ଉପରେ ଶ୍ରୀ ପାଣ୍ଡିଆନ ଗୁରୁତ୍ୱ ଦେଇଥିଲେ । ଏହି ପ୍ରକଳ୍ପ ପାଇଁ ୫.୨୯ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି । ସମସ୍ତ ପ୍ରକଳ୍ପ କାମ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ଏହାପରେ ୫T ସଚିବ ଶ୍ରୀ ପାଣ୍ଡିଆନ ଫୁଲବାଣୀ ସ୍ପୋର୍ଟ୍‌ସ୍ କମ୍ପ୍ଲେକ୍ସ ଠାରେ ସାଧାରଣ ଜନତା, ନାଗରିକ ସମାଜ ଓ ବିଭିନ୍ନ ସଂଘର ପ୍ରତିନିଧିମାନଙ୍କ ସହିତ ଜିଲ୍ଲାର ସାମଗ୍ରୀକ ବିକାଶ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। କନ୍ଧମାଳରେ ପର୍ଯ୍ୟଟନର ବିକାଶ ପାଇଁ ସମସ୍ତେ ଗୁରୁତ୍ୱ ଦେଇଥିଲେ । ଜିଲ୍ଲାରେ ପର୍ଯ୍ୟଟନର ସାମଗ୍ରିକ ବିକାଶ ପାଇଁ ଏକ ବିସ୍ତୃତ ରିପୋର୍ଟ ପ୍ରଦାନ କରିବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅବସରରେ ନିଜର ଅଭିଭାଷଣ ରଖି 5T ସଚିବ ଶ୍ରୀ ପାଣ୍ଡିଆନ କହିଥିଲେ ଯେ କନ୍ଧମାଳରେ ଏକ ଅତ୍ୟାଧୁନିକ ମେଡିକାଲ କଲେଜ ଓ ହସ୍ପିଟାଲର ନିର୍ମାଣ କରାଯାଉଛି । ଏହାର କାମ ଚଳିତ ବର୍ଷ ଡିସେମ୍ବର ମାସ ଶେଷ ସୁଦ୍ଧା ସରିବ ବୋଲି ସେ କହିଥିଲେ । ଏକ ହଜାର କୋଟି ଟଙ୍କାରେ ନିର୍ମିତ ଏହି କଲେଜ ଓ ହସ୍ପିଟାଲ ଦ୍ୱାରା କନ୍ଧମାଳ ଓ ଆଖପାଖ ଜିଲ୍ଲାର ଲୋକମାନେ ଉନ୍ନତମାନର ଚିକିତ୍ସା ପାଇପାରିବେ ବୋଲି ସେ କହିଥିଲେ ।

ଏହି ଅବସରରେ ସେ କହିଥିଲେ ଯେ କନ୍ଧମାଳ ଜିଲ୍ଲାରେ ଲୋକଙ୍କୁ ଭଲ ପିଇବା ପାଣି ଯୋଗାଇ ଦେବା ପାଇଁ ୪୯୯.୯୧ କୋଟି ଟଙ୍କାରେ ଏକ ମେଗା ପାଇପ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ । ବୌଦ୍ଧ ଜିଲ୍ଲାରେ ପ୍ରବାହିତ ମହାନଦୀରୁ ପାଇପ ଯୋଗେ ପାଣି ଅଣାଯିବ । ଏହା ଦ୍ୱାରା ଫୁଲବାଣୀ, ଖଜୁରିଆପଡା, ଫିରିଙ୍ଗିଆ ଓ ଚକାପାଦ ଆଦି ବ୍ଲକ ଅଞ୍ଚଳର ଲୋକମାନେ ସ୍ୱଚ୍ଛ ପାନୀୟ ଜଳ ପାଇପ ଯୋଗେ ପାଇ ପାରିବେ ।

ଫୁଲବାଣୀ ରିଜର୍ଭ ପୋଲିସ୍‌ ପଡିଆରେ ସେ ଜିଲ୍ଲାର କଲେଜ ଛାତ୍ରଛାତ୍ରୀମାନଙ୍କୁ ଭେଟିଥିଲେ । ୫T ସଚିବ କହିଥିଲେ ଯେ ଜିଲ୍ଲାର ସମସ୍ତ ୩୬ଟି ଶିକ୍ଷାନୁଷ୍ଠାନକୁ 5T ରୂପାନ୍ତର କାର୍ଯ୍ୟକ୍ରମରେ ଗ୍ରହଣ କରାଯାଇଛି ଏବଂ ଏସବୁଗୁଡିକର ଉନ୍ନତିକରଣ ପାଇଁ ପଦକ୍ଷେପ ନିଆଯାଇଛି ଏବଂ ଏଥିପାଇଁ ୧୮.୭୫ କୋଟି ଟଙ୍କା ବିନିଯୋଗ କରାଯିବ ।

ଜିଲ୍ଲାର ୧୧ଟି ଡିଗ୍ରୀ କଲେଜ ପାଇଁ ୭.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ବେଳେ ୨୫ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୧୧.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହି ସମସ୍ତ ଶିକ୍ଷାନୁଷ୍ଠାନଗୁଡିକରେ ୨୩,୭୭୭ ଛାତ୍ରଛାତ୍ରୀ ଶିକ୍ଷା ଗ୍ରହଣ କରୁଛନ୍ତି । କାର୍ଯ୍ୟଗୁଡିକର ନିୟମିତ ସମୀକ୍ଷା କରି ଠିକ୍‌ ସମୟରେ କାର୍ଯ୍ୟ ଶେଷ କରିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଫୁଲବାଣୀ ଜିଲ୍ଲାର ଅଭିଷେକ ପଡିଆରେ ମିଶନ ଶକ୍ତି ସଦସ୍ୟା, ବ୍ୟାଙ୍କ ମିତ୍ର ଏବଂ ଅନ୍ୟାନ୍ୟ ପ୍ରତିନିଧିମାନଙ୍କ ସହିତ ମିଶନ ଶକ୍ତି କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ । ସମାଜର ପରିବର୍ତ୍ତନ ଓ ମହିଳା ସଶକ୍ତିକରଣ ଦିଗରେ ମିଶନ ଶକ୍ତି କାର୍ଯ୍ୟକ୍ରମ ଏକ ବଳିଷ୍ଠ ପ୍ଲାଟଫର୍ମ ଭାବରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ବୋଲି ସେ କହିଥିଲେ ।

ମିଶନ ଶକ୍ତି ସଦସ୍ୟାମନଙ୍କ ଦ୍ୱାରା ପରିଚାଳିତ ବିଭିନ୍ନ କାର୍ଯ୍ୟକ୍ରମର ପ୍ରଶଂସା କରି ଏଥିରେ ଆହୁରି ଉନ୍ନତି ଆଣିବା ପାଇଁ ପରାମର୍ଶ ଦେଇଥିଲେ । ଏହି ପରିଦର୍ଶନ ସମୟରେ କ୍ରୀଡା ସଚିବ ଶ୍ରୀ ଭିନିଲ୍ କ୍ରୀଷ୍ଣା ଓ ଜିଲ୍ଲାପାଳ ଉପସ୍ଥିତ ଥିଲେ । ଶନିବାର ଦ୍ୱିତୀୟ ଦିନରେ ଫିରିଙ୍ଗିଆ, କ.ନୂଆଗାଁ, ବାଲିଗୁଡା, ଦାରିଙ୍ଗବାଡି, ଓ ଜି. ଉଦୟଗିରି ବ୍ଲକ ର ବିଭିନ୍ନ ସ୍ଥାନକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version