୨୪ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :- ଆଜି ପବିତ୍ର ହରାପଞ୍ଚମୀ ଅବସରରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଗୁଣ୍ଡିଚା ବାଡ଼ି ଠାରେ ପ୍ରଭୁ ଶ୍ରୀ ବଳଭଦ୍ର ଓ ଶ୍ରୀ ଜଗନ୍ନାଥ ବରାହ ଓ ନୃସିଂହ ଅବତାରରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ଠାକୁରଙ୍କ ଏହି ଅବତାର ଦେଖିବା ପାଇଁ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଥିଲା ।

ଭକ୍ତ ମାନେ ନଡ଼ିଆ କଦଳୀ, ଫୁଲ ଦୀପ ଧରି ଠାକୁରଙ୍କୁ ପୂଜାର୍ଚ୍ଚନା କରିବା ସହ ଦର୍ଶନ କରିଥିଲେ । ପାଗ ଅନୁକୂଳ ହୋଇ ଥିବାରୁ ଆଖ ପାଖର ପୁରପଲ୍ଲୀରୁ ଏବଂ ପଡୋଶୀ ଆନ୍ଧ୍ର ପ୍ରଦେଶର କଣ ଅନୁକଣରୁ ବହୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା














