• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଞ୍ଜାମ ଦିଗପହଣ୍ଡିରେ ଘଟିଛି ଭୟଙ୍କର ମର୍ମନ୍ତୁଦ ବସ୍‌ ଦୁର୍ଘଟଣା : ଦୁଇ ବସ୍‌ ମୁହାଁମୁହିଁ ୧୨ ମୃତ

Proprietor Abhimanyu Maharana by Proprietor Abhimanyu Maharana
June 26, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଗଞ୍ଜାମ ଦିଗପହଣ୍ଡିରେ ଘଟିଛି ଭୟଙ୍କର ମର୍ମନ୍ତୁଦ ବସ୍‌ ଦୁର୍ଘଟଣା : ଦୁଇ ବସ୍‌ ମୁହାଁମୁହିଁ ୧୨ ମୃତ
Share on FacebookShare on TwitterWhatsapp

ଗଞ୍ଜାମ ଦିଗପହଣ୍ଡିରେ ଘଟିଛି ଭୟଙ୍କର ମର୍ମନ୍ତୁଦ ବସ୍‌ ଦୁର୍ଘଟଣା। ଏକ OSRTC ଓ ଏକ ଘରୋଇ କନ୍ୟା ଯାତ୍ରୀ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଛି ମୃତାହତ ପରିବାରକୁ ୨ ଲକ୍ଷ ଓ ୩ ଲକ୍ଷ ଘୋଷଣା କଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

୨୬ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଗଞ୍ଜାମ :- ଗଞ୍ଜାମ ଦିଗପହଣ୍ଡିରେ ଘଟିଛି ଭୟଙ୍କର ମର୍ମନ୍ତୁଦ ବସ୍‌ ଦୁର୍ଘଟଣା। ଏକ OSRTC ଓ ଏକ ଘରୋଇ କନ୍ୟା ଯାତ୍ରୀ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୧୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୬ ପୁରୁଷ, ୪ ମହିଳା ଓ ୨ ଛୋଟ ପିଲା ଅଛନ୍ତି । ତେବେ ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପୂର୍ବତନ ସାଂସଦ ରେଣୁବାଳା ପ୍ରଧାନଙ୍କ ପରିବାରରୁ ୬ ଜଣଙ୍କ ମୃତ୍ୟୁ ହୋଇଛି । ଅନେକ ଗୁରୁତରଙ୍କ ଅବସ୍ଥା ସଙ୍କଟାପନ୍ନ ଅଛି। ସମସ୍ତ ଗୁରୁତରଙ୍କ ମଧ୍ୟରୁ ଜଣେ କଟକର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଅନ୍ୟ ଗୁରୁତରମାନେ ବ୍ରହ୍ମପୁର MKCG ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ସୂଚନାନୁଯାୟୀ, ଗତକାଲି ବ୍ରହ୍ମପୁରରୁ ଭୁବନେଶ୍ବର ଆସୁଥିବା ସମୟରେ ବିଳମ୍ବିତ ରାତିରେ ଖେମୁଣ୍ଡି କଲେଜ ନିକଟରେ ଦୁର୍ଘଟଣା ଘଟିଥିଲା। ବ୍ରହ୍ମପୁରରୁ ବାହାଘର ଉତ୍ସବରେ ଯୋଗ ଦେଇ କନ୍ୟା ଯାତ୍ରୀ ଏକ ଘରୋଇ ବସରେ ଖଣ୍ଡଦେଉଳି ଫେରୁଥିଲେ । ସେହି ସମୟରେ ରାୟଗଡ଼ା ଗୁଡାରୀରୁ ଏକ OSRTC ବସ ଭୁବନେଶ୍ବର ଆସୁଥିଲା । କୌଣସି କାରଣରୁ ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ଟିକିଟି ଏସଡିପିଓ ଓ ସଦର ଏସଡିପିଓ ଉପସ୍ଥିତ ଅଛନ୍ତି । ସେହିପରି ଅର୍ଥମନ୍ତ୍ରୀ ଓ ସ୍ଥାନୀୟ ବିଧାୟକ ଓ ଗଞ୍ଜାମ ଡିପିସିସି ଅଧ୍ୟକ୍ଷ ବିକ୍ରମ ପଣ୍ଡାଙ୍କୁ ଯାଇ ଘଟଣାସ୍ଥଳରେ ପହଞ୍ଚିବାକୁ ଓ ତୁରନ୍ତ ସହାୟତା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ଘଟଣାରେ ମୃତକଙ୍କ ପରିବାର ପ୍ରତି ଗଭୀର ଶୋକ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହା ସହ ପ୍ରଧାନମନ୍ତ୍ରୀ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ସହାୟତା ରାଶି ଓ ଆହତଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ସହାୟତା ମିଳିବ। ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ଓ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରତି ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଓ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରତି ଆହତଙ୍କୁ ୩୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପାଇଁ ଏସ୍ଆରସି ଘୋଷଣା କରିଛନ୍ତି । ସେହିପରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ଶୋକ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ମହାପ୍ରଭୁ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଅସୀମ ସାହସ ଦିଅନ୍ତୁ ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Srusti Academy of Management and Technology Becomes an AI-Enabled Campus

ସୃଷ୍ଟି ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି AI-ସକ୍ଷମ କ୍ୟାମ୍ପସ୍ ହେଲା AI କୁ ବ୍ୟବହାର କରି ଛାତ୍ରଛାତ୍ରୀ ନିଯୁକ୍ତି ଚୟନରେ ସଫଳ

July 28, 2026
Srusti Academy of Management and Technology Becomes an AI-Enabled Campus

Srusti Academy of Management and Technology Becomes an AI-Enabled Campus

July 28, 2026
ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

July 28, 2026
ଡେଙ୍ଗାଝରୀ ଗ୍ରାମରେ ପାନୀୟ ଜଳ ସମସ୍ୟା ସମାଧାନ କଲେ, ସରପଞ୍ଚ

ଡେଙ୍ଗାଝରୀ ଗ୍ରାମରେ ପାନୀୟ ଜଳ ସମସ୍ୟା ସମାଧାନ କଲେ, ସରପଞ୍ଚ

July 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Srusti Academy of Management and Technology Becomes an AI-Enabled Campus

ସୃଷ୍ଟି ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି AI-ସକ୍ଷମ କ୍ୟାମ୍ପସ୍ ହେଲା AI କୁ ବ୍ୟବହାର କରି ଛାତ୍ରଛାତ୍ରୀ ନିଯୁକ୍ତି ଚୟନରେ ସଫଳ

July 28, 2026
Srusti Academy of Management and Technology Becomes an AI-Enabled Campus

Srusti Academy of Management and Technology Becomes an AI-Enabled Campus

July 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version