• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ

Proprietor Abhimanyu Maharana by Proprietor Abhimanyu Maharana
June 28, 2023
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ
Share on FacebookShare on TwitterWhatsapp

୨୮ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଦିଲ୍ଲୀ :- ନୂଆଦିଲ୍ଲୀର ହାଉଜଖାସସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ପ୍ରମୁଖ ଜଗନ୍ନାଥ ମନ୍ଦିରଠାରେ ୪୫ତମ ପବିତ୍ର ବାହୁଡା଼ ଯାତ୍ରା ପର୍ବ ଆଧ୍ୟାତ୍ମିକ ଉତ୍ସ୍ୱାସ ଓ ଭକ୍ତିପୂତ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ଉପଲକ୍ଷେ ବଢ଼ି ଭୋରରୁ ମୁଖ୍ୟ ମନ୍ଦିରର ବେସମେଣ୍ଟସ୍ଥିତ ଶ୍ରୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରୁଥିବା ଦୀଅଁ ମାନଙ୍କ ସାମ୍ନାରେ ପୂଜାର୍ଚ୍ଚନା ଓ ନୀତିକାନ୍ତି ଧାର୍ମିକ ବିଧି ମୁତାବକ ସମ୍ପନ୍ନ କରାଯାଇଥିଲା। ଏହା ପରେ ଦିନ ୪ଟା ବେଳେ ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଏବଂ ଶଙ୍ଖ ଧ୍ଵନି ତଥା ବାଦ୍ୟ, କୀର୍ତ୍ତନର ତାଳେ ତାଳେ ଚାରି ଠାକୁରଙ୍କୁ ପୂଜକ ଓ ଭକ୍ତ ମାନେ ଧାଡ଼ି ପହଣ୍ଡି କରି ମନ୍ଦିର ସାମ୍ନା ସ୍ଥିତ ବଡ଼ଦାଣ୍ଡରେ ଦଣ୍ଡାୟମାନ ଥିବା ସୁନ୍ଦର, ସୁଶୋଭିତ ରଥ ଉପରକୁ ନେଇଯାଇଥିଲେ। ଅପରାହ୍ନ ସାଢେ ୪ଟା ସମୟରେ ମୁଖ୍ୟ ଅତିଥି ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ନ୍ୟାୟମୂର୍ତ୍ତି ଅରିଜିତ ପଶାୟତ ପାରମ୍ପାରିକ ଛେରା ପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ।

ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଂଘର ସମ୍ପାଦକ ଓ ବିଶିଷ୍ଟ ସମାଜସେବୀ ରବୀନ୍ଦ୍ର ନାଥ ପ୍ରଧାନ ତାଙ୍କୁ ଏହି କାର୍ଯ୍ୟରେ ସହଯୋଗ କରିଥିଲେ। ଏହାପରେ ସନ୍ଧ୍ୟା ୫ଟା ବେଳେ ରଥଟଣାର ଶୁଭାରମ୍ଭ ହୋଇଥିଲା। ହାଉଜଖାସ ଭିଲେଜ ସ୍ଥିତ ଶ୍ରୀ ଜଗନ୍ନାଥ ମାର୍ଗରେ ଅରବିନ୍ଦ ପ୍ଲେସ ମାର୍କେଟ ପର୍ଯ୍ୟନ୍ତ ରଥଟିକୁ ଟଣାଯାଇ ପୁଣି ମନ୍ଦିର ବେଢ଼ା ନିକଟକୁ ଫେରାଇ ଅଣାଯାଇଥିଲା। ଦିଲ୍ଲୀର ରାଜ ରାସ୍ତାରେ ରାଜକୀୟ ରଥ ଉପରେ ପ୍ରବଳ ପ୍ରତାପୀ ଠାଣିରେ ଭଗବାନଙ୍କର ବାହୁଡ଼ାଯାତ୍ରା ଏବଂ ଜନଗହଳି ମଧ୍ୟରେ ଭକ୍ତ ଓ ଭଗବାନଙ୍କର ଅପୂର୍ବ ଚକ୍ଷୁ ମିଳନର ଦୃଶ୍ୟ ବେଶ୍ ହୃଦୟସ୍ପର୍ଶୀ ଥିଲା। ମନ୍ଦିର ଅଗଣାକୁ ଫେରିବା ପରେ ରଥ ଉପରେ ବିଦ୍ୟମାନ ଜଗତର ନାଥ ଶ୍ରୀ ଜଗନ୍ନାଥ, ବଡ଼ଭାଇ ଶ୍ରୁ ବଳଭଦ୍ର, ଦେବୀ ସୁଭଦ୍ରା ଓ ପ୍ରଭୁ ସୁଦର୍ଶନ, ଭକ୍ତ ମାନଙ୍କୁ ଦିବ୍ୟ ଦର୍ଶନ ପ୍ରଦାନ କରିଥିଲେ। ବିଳମ୍ବିତ ରାତିରେ ପୁଣି ସାହିରୋଷଣୀ କରାଯାଇ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ରଥ ଉପରୁ ନିଆଯାଇ ନାଟ୍ୟ ମଣ୍ଡପଠାରେ ଆସୀନ କରାଯାଇଥିଲା। ମହାପ୍ରଭୁ ନାଟ୍ୟମଣ୍ଡପ ଠାରେ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ଅବସ୍ଥାନ କରିବେ ବୋଲି ମନ୍ଦିର ପରିଚାଳନା କମିଟି ସୂତ୍ରରୁ ପ୍ରକାଶ।

ବାହୁଡ଼ା ଯାତ୍ରାକୁ ଦକ୍ଷତାର ସହିତ ଆୟୋଜନ ଓ ସଫଳତାର ସହିତ ସମାପନ କରିବାରେ ମନ୍ଦିର ପରିଚାଳନା କମିଟିର ଉପଦେଷ୍ଟା ରବି ପାଣି, ଅବନୀ ସାହୁ, ଦୀପକ ରଥ, ସଭାପତି ବିଘ୍ନେଶ୍ୱର ରାଉତ, ସମ୍ପାଦକ ରବୀନ୍ଦ୍ର ନାଥ ପ୍ରଧାନ, ଅଭୟ ପ୍ରଧାନ, ଅଶୋକ ପ୍ରଧାନ (ଏ), କ୍ଷୀରୋଦ ପାତ୍ର, ଗଜେନ୍ଦ୍ର ସାମନ୍ତ, ଅଭିରାମ ସୁତାର, ଅଶୋକ ପ୍ରଧାନ (ବି), ଜୀତେନ୍ଦ୍ର ମହାପାତ୍ର, ଅଜୟ ପ୍ରଧାନ, ପଙ୍କଜ ମହାନ୍ତି, ନିଶିଦ୍ଧ କୁମାର ଦାଶ, ରଙ୍କନିଧି ସାହୁ, ବିଜୟ ସାହୁ, ଦିଲ୍ଲୀପ କୁମାର ସ୍ବାଇଁ, କିଶୋର ସାମଲ, ଅମୂଲ୍ୟ ଓଝା, ସୁକାନ୍ତ ସାହୁ ଏବଂ ମନ୍ଦିରର ପରିଚାଳକ ରଶ୍ମୀ ରଞ୍ଜନ ବେହେରା ତଥା ସହ ପରିଚାଳକ ଶଶିକାନ୍ତ ସାହୁ, ସଞ୍ଜୀବ ଜେନା ଏବଂ ମନ୍ଦିରର ପୂଜକ ସନାତନ ପାଢ଼ୀ, ଦେବବ୍ରତ ମିଶ୍ର, ଜଗବନ୍ଧୁ ଦାଶ, ପ୍ରେମାନନ୍ଦ ଶତପଥୀ, ସନ୍ତୋଷ ପଣ୍ଡା ଓ ପ୍ରଶାନ୍ତ ଦାଶ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

June 17, 2026
ପ୍ରସ୍ତାବରେ ଅଟକିଛି ରାଉତପଡା-ଡିମିରିଆ ମହାନଦୀ ବ୍ୟାରେଜ ଅନୁଦାନ ମିଳିଛି, କ୍ୟାବିନେଟ ମଂଜୁରୀକୁ ଅପେକ୍ଷା : ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ୧୫ ଜଣିଆ ଟିମ୍‍ର ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ

ପ୍ରସ୍ତାବରେ ଅଟକିଛି ରାଉତପଡା-ଡିମିରିଆ ମହାନଦୀ ବ୍ୟାରେଜ ଅନୁଦାନ ମିଳିଛି, କ୍ୟାବିନେଟ ମଂଜୁରୀକୁ ଅପେକ୍ଷା : ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ୧୫ ଜଣିଆ ଟିମ୍‍ର ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version