• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଅବିଭକ୍ତ କୋରାପୁଟ ଜିଲ୍ଲା ଗସ୍ତ କରି ଖରିଫ ଚାଷର ସମୀକ୍ଷା କଲେ : କୃଷିମନ୍ତ୍ରୀ ଡ଼ଃ ଅରୁଣ ସାହୁ

Proprietor Abhimanyu Maharana by Proprietor Abhimanyu Maharana
June 25, 2020
in Uncategorized, ଓଡ଼ିଶା, ଦେଶ, ବାଣିଜ୍ୟ, ହୋମ୍
0
ଅବିଭକ୍ତ କୋରାପୁଟ ଜିଲ୍ଲା ଗସ୍ତ କରି  ଖରିଫ ଚାଷର ସମୀକ୍ଷା କଲେ : କୃଷିମନ୍ତ୍ରୀ ଡ଼ଃ ଅରୁଣ ସାହୁ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୫ ଜୁନ୍ ଗୁରୁବାର ) ଭୁବନେଶ୍ୱର :–କୋଭିଡ-୧୯ ପରି ଏକ ଅସ୍ୱାଭାବିକ ପରିସ୍ଥିତିରେ ଚାଷ କାର୍ଯ୍ୟକୁ ସଫଳ ଭାବେ ଆଗେଇ ନେବା ପାଇଁ ରାଜ୍ୟ ସରକାର ଖରିଫ୍‌ ଚାଷକୁ ପ୍ରାଥମିକତା ପ୍ରଦାନ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଚାଷୀମାନେ ଯେପରି ସୁବିଧାରେ ଚାଷକାର୍ଯ୍ୟ କରି ପାରିବେ ସେଥି ନିମନ୍ତେ ସମସ୍ତ ପ୍ରକାର ସାହାଯ୍ୟ ଓ ସହଯୋଗ ଯୋଗାଇ ଦେବା ପାଇଁ ତୃଣମୂଳସ୍ତରର କୃଷି ଅଧିକାରୀ ମାନେ ନିଷ୍ଠାପର ଉଦ୍ୟମ କରିବା ପାଇଁ କୃଷି ଓ କୃଷକ ସଶକ୍ତିକର, ମତ୍ସ୍ୟ ଓ ପ୍ରାୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ କହିଛନ୍ତି । ଆଜି ଦିନିକିଆ ମାଲକାନଗିରି , ନବରଙ୍ଗପୁର ଓ କୋରାପୁଟ ଗସ୍ତରେ ଯାଇ ମାଲକାନଗିରି ଓ ଏବଂ ନବରଙ୍ଗପୁରରେ ଆୟୋଜିତ ପୃଥକ୍‌ ପୃଥକ୍‌ ବୈଠକରେ ଜିଲ୍ଲାର ଖରିଫ୍‌ ଚାଷ ସମ୍ପର୍କରେ ସମୀକ୍ଷା କରିଥିବା ବେଳେ କୋରାପୁଟ ଠାରେ କୋରାପୁଟ ଏବଂ ରାୟଗଡ଼ା ଜିଲ୍ଲାର ମିଳିତ ବୈଠକରେ ସ୍ଥିତିର ସମୀକ୍ଷା କରିଥିଲେ ।

ବୈଠକରେ ମନ୍ତ୍ରୀ ଡଃ ସାହୁ ଜିଲ୍ଲାରେ ଖରିଫ୍‌ ଚାଷର ସମୀକ୍ଷା କରିବା ସହିତ ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷ, ମତ୍ସ୍ୟ ଓ ପ୍ରାୀ ସମ୍ପଦ ବିକାଶ କ୍ଷେତ୍ରରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ । କୋଭିଡ-୧୯ ପରିସ୍ଥିତିରେ କୃଷି ଏବଂ ଆନୁଷଙ୍ଗିକ କ୍ଷେତ୍ରରେ ଲୋକମାନଙ୍କୁ ଖାଦ୍ୟ ନିରାପତ୍ତା ସୁନିଶ୍ଚିତ କରିବା ସହିତ ଲୋକମାନଙ୍କୁ ରୋଜଗାର ଯୋଗାଇ ଦେବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ମନ୍ତ୍ରୀ ଡଃ ସାହୁ କହିଥିଲେ । ଏହି ପରିପ୍ରେକ୍ଷୀରେ ଚାଷ ଏବଂ ଆନୁଷଙ୍ଗିକ କ୍ଷେତ୍ରରେ କାର୍ଯ୍ୟକୁ ଆଗେଇ ନେବା ପାଇଁ ଚାଷୀ ସମ୍ମୁଖୀନ ହେଉଥିବା ସମସ୍ୟାଗୁଡ଼ିକର ତୃଣମୂଳ ସ୍ତର ରେ ସମାଧାନ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଖରିଫ୍‌ ଚାଷ ନିମନ୍ତେ ପର୍ଯ୍ୟାପ୍ତ ପରିମାଣର ଉନ୍ନତମାନର ବିହନ, ସାର ଏବଂ କୀଟନାଶକ ମହଜୁଦକୁ ସୁନିଶ୍ଚିତ କରିବା ପାଇଁ ଅଧିକାରୀମାନେ ନିୟମିତ କଡ଼ାକଡ଼ି ଯାଞ୍ଚ କରିବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ । ଚାଷୀମାନଙ୍କର ଆବଶ୍ୟକତା ଅନୁସାରେ ବିହନ ସାର ଯୋଗାଣର ବ୍ୟବସ୍ଥା କରିବା ପାଇଁ କହିଥିଲେ ।

ସ୍ଥାନୀୟ ଜଳବାୟୁ, ମୃତ୍ତିକା ଓ ଜଳସେଚନର ସୁବିଧାକୁ ଦୃଷ୍ଟିରେ ରଖି ଚାଷକାର୍ଯ୍ୟରେ ବିବିଧକରଣ କରିବା ପାଇଁ ଚାଷୀମାନଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି ଉପରେ ମନ୍ତ୍ରୀ ଡଃ ସାହୁ ଗୁରୁତ୍ୱ ଦେଇଥିଲେ । କୋଭିଡ-୧୯ ସ୍ଥିତିରେ ସାମାଜିକ ଗଣମାଧ୍ୟମର ବହୁଳ ଉପଯୋଗ କରି ପଞ୍ଚାୟତସ୍ତରରେ ହ୍ୱାଟ୍‌ସ ଆପ ଗ୍ରୁପ୍‌ ଗଠନ ମାଧ୍ୟମରେ ଚାଷୀମାନଙ୍କୁ ଆବଶ୍ୟକୀୟ ସୂଚନା ପ୍ରଦାନ ସହିତ ସେମାନଙ୍କ ସମସ୍ୟାର ତୁରନ୍ତ ସମାଧାନ ନିମନ୍ତେ ପରାମର୍ଶ ଦେଇଥିଲେ । ଏଥିସହିତ ମକା, ଫଳ,ପନିପରିବା ଆଦି ଚାଷ ଉପରେ ଗୁରୁତ୍ୱ ଦିଆଯାଇଥିଲା । ଜିଲ୍ଲାରେ ‘ମୋ ପୋଖରୀ’ ଖନନ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଲୋକମାନଙ୍କୁ ରୋଜଗାର ଦେବା ସହିତ ଜଳସେଚନର ସୁବିଧା ସୃଷ୍ଟି କରିବା ନିମନ୍ତେ ମନ୍ତ୍ରୀ କହିଥିଲେ । ସେହିପରି ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରି ଦୁଗ୍ଧ, ଅଣ୍ଡା ଏବଂ ମତ୍ସ୍ୟ ଉତ୍ପାଦନରେ ଜିଲ୍ଲାଗୁଡ଼ିକୁ ସ୍ୱାବଲମ୍ବୀ କରିବା ସହିତ ବଳକା ଜିଲ୍ଲାରେ ପରିଣତ କରିବା ଦିଗରେ ମନ୍ତ୍ରୀ ଡ. ସାହୁ ଗୁରୁତ୍ୱାରୋପ କରିଥିଲେ ।

ବୈଠକଗୁଡ଼ିକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡଃ ଏମ୍‌. ମୁଥୁକୁମାରଙ୍କ ସମେତ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ କୃଷି, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା, ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ବିକାଶ ବିଭାଗର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିବା ବେଳେ କୋରାପୁଟଠାରେ ଆୟୋଜିତ ବୈଠକ ରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ ମଧ୍ୟ ଉପସ୍ଥିତ ଥିଲେ । ମନ୍ତ୍ରୀ ଡଃ ସାହୁ ହେଲିକପ୍ଟର୍ ଯୋଗେ ପ୍ରଥମେ ମାଲକାନଗିରି ପରେ ନବରଙ୍ଗପୁର ଏବଂ ଶେଷରେ କୋରାପୁଟ ଜିଲ୍ଲା ଗସ୍ତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version