• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆମେରିକାର ରୋଡସ୍ ଆଇଲ୍ୟାଣ୍ଡଠାରେ ରଥଯାତ୍ରା ଆୟୋଜନ

Proprietor Abhimanyu Maharana by Proprietor Abhimanyu Maharana
July 7, 2023
in ଓଡ଼ିଶା, ଦେଶ, ବିଶ୍ଵ, ହୋମ୍
0
ଆମେରିକାର ରୋଡସ୍ ଆଇଲ୍ୟାଣ୍ଡଠାରେ ରଥଯାତ୍ରା ଆୟୋଜନ
Share on FacebookShare on TwitterWhatsapp

୭ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ରୋଡସ୍ ଆଇଲ୍ୟାଣ୍ଡ  :- ଯୁକ୍ତରାଷ୍ଟ୍ର ଆମେରିକାର ସବୁଠାରୁ କ୍ଷୁଦ୍ର ରାଜ୍ୟ ରୋଡ଼ସ୍ ଆଇଲ୍ୟାଣ୍ଡ ଠାରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କର ସବୁଠୁ ବୃହତ୍ ପର୍ବ ରଥଯାତ୍ରା ମହାସମାରୋହରେ ପାଳନ କରାଯାଇଛି। ଏହି ଉପଲକ୍ଷେ ଚାରି ଠାକୁର ବିରାଜମାନ କରୁଥିବା ୱାରୱିଇକସ୍ଥିତ ହିନ୍ଦୁ ମନ୍ଦିରକୁ ଖୁବ ଭବ୍ୟ ଢଙ୍ଗରେ ସଜ୍ଜାଯାଇଥିଲା । ଏଠାରେ ସକାଳେ ମୁଖ୍ୟ ପୂଜାରୀ ସୋମନାଥ ଶାସ୍ତ୍ରୀଙ୍କର ତତ୍ତ୍ଵାବଧାନରେ ମଙ୍ଗଳ ଆରତୀ, ହୋମ ଓ ସ୍ବତନ୍ତ୍ର ପୂଜାର୍ଚ୍ଚନା ତଥା ନିତିକାନ୍ତି ଧାର୍ମିକ ବିଧି ଅନୁଯାୟୀ ସମ୍ପନ୍ନ କରାଯାଇଥିଲା .

ରୋଡସ୍ ଆଇଲ୍ୟାଣ୍ଡରେ ଷଷ୍ଠ ଥର ପାଇଁ ଅନୁଷ୍ଠିତ ହେଉଥିବା ରଥଯାତ୍ରା ମହୋତ୍ସବକୁ କେନ୍ଦ୍ରକରି ଉପସ୍ଥିତ ଭକ୍ତଗଣଙ୍କ ମଧ୍ୟରେ ପ୍ରବଳ ଆନନ୍ଦ, ଅପୂର୍ବ ଉଲ୍ଲାସ, ଅଜସ୍ର ଉତ୍ସାହ, ଅସୀମ ଉନ୍ମାଦନା ଓ ଅଫୁରନ୍ତ ଉଦ୍ଦୀପନା ପରିଲ୍ଲକ୍ଷିତ କରାଯାଇଥିଲା। ଚଳିତ ବର୍ଷର ଘୋଷଯାତ୍ରାରେ ରୋଡସ ଆଇଲ୍ୟାଣ୍ଡର ଶ୍ରଦ୍ଧାଳୁ ମାନଙ୍କ ସହିତ ସୁଦୂର ପେନସିଲଭାନିଆ, ନିଉଜର୍ସି, କନେକ୍ଟିକଟ ଓ ମାସାଚିଉଟସ ଆଦି ସ୍ଥାନରୁ ବହୁ ସଂଖ୍ୟାରେ ଓଡ଼ିଆ ଓ ଅଣଓଡ଼ିଆ ଭକ୍ତ, ସେମାନଙ୍କର ପରିବାରବର୍ଗ ଓ ବନ୍ଧୁ ପରିଜନଙ୍କ ସହିତ ଆସି ଯୋଗ ଦେଇଥିବାର ଲକ୍ଷ୍ୟ କରାଯାଇଥିଲା ।

ଦିନ ସାଢ଼େ ୧୧ ବେଳେ ଭଜନ କୀର୍ତ୍ତନର ଗହ ଗହ ନାଦ, ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ଵନି ତଥା ଶଙ୍ଖ, ଘଣ୍ଟ, କରତାଳ, ମର୍ଦ୍ଦଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଘୋର ଘର୍ଗର ସ୍ବର ଦ୍ଵାରା ଗଗନ ପବନ ପ୍ରକମ୍ପନ ହେବା ମଧ୍ୟରେ ଚାରି ଠାକୁରଙ୍କର ଧାଡ଼ି ପହଣ୍ଡି ବିଜେ ଆରମ୍ଭ ହୋଇଥିଲା। ପ୍ରଥମେ ପ୍ରଭୁ ସୁଦର୍ଶନ, ତାପରେ ବଡ଼ଭାଇ ବଳଭଦ୍ର, ପରେ ପରେ ଦେବୀ ସୁଭଦ୍ରା ଓ ସବାଶେଷରେ ମହାପ୍ରଭୁ ଜଗନ୍ନାଥଙ୍କୁ ସେବାୟତ ଓ ସଂଗଠକମାନେ ରୋଷଣୀ କରି ମନ୍ଦିରସାମ୍ନାରେ ଦଣ୍ଡାୟମାନ ସୁନ୍ଦର,

ସୁରମ୍ୟ ଓ ବିଭିନ୍ନ ରଙ୍ଗବେରଙ୍ଗର କପଡ଼ାରେ ସୁସଜ୍ଜିତ ୧୫ ଫୁଟ ଉଚ୍ଚତା ବିଶିଷ୍ଟ ରଥ ଉପରକୁ ନେଇ ସିଂହାସନରେ ଆସୀନ କରାଇଥିଲେ । ଏଠାରେ ମହିଳାମାନେ ଦେବୀ ସୁଭଦ୍ରାଙ୍କୁ ନଚାଇ ନଚାଇ ରଥ ନିକଟକୁ ନେଉଥିବାର ଦୃଶ୍ୟ ଅତ୍ୟନ୍ତ ହୃଦୟସ୍ପର୍ଶୀ ଥିଲା। ଶ୍ରୀ ଜୀଉ ମାନଙ୍କୁ ଏବଂ ସେମାନଙ୍କର ରଥକୁ ଶ୍ରଦ୍ଧା ନାୟକ ଓ ସୁଦୀପା ନାୟକ ମାଆ ଝିଅ ଯୋଡ଼ି ଖୁବ ସୁନ୍ଦର ଭାବରେ ଫୁଲମାଳରେ ସଜାଇ ଥିଲେ। ବିଶିଷ୍ଟ ସମାଜସେବୀ ଶୁଭ୍ରାଂଶୁ ମହାନ୍ତି ପାରମ୍ପରିକ ଛେରା ପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ। ଅପରାହ୍ନ ୧ଟା ବେଳେ ରଥ ଟଣା ଆରମ୍ଭ କରାଯାଇଥିଲା ।

ରଥଟିକୁ ହିନ୍ଦୁ ମନ୍ଦିରର ଚର୍ତୁପାର୍ଶ୍ଵରେ ଦେଢ଼ କିଲୋମିଟର ଦୂର ପର୍ଯ୍ୟନ୍ତ ବୁଲାଯାଇ ପୁଣି ମନ୍ଦିର ବେଢ଼ାକୁ ଫେରାଇ ଅଣାଯାଇଥିଲା। ୱାରଉଇକର ରାଜରାସ୍ତାରେ ରାଜକୀୟ ଠାଣିରେ ଚତୁର୍ଦ୍ଧା ମୂର୍ତ୍ତି ଆରୋହଣ କରିଥିବା ଅପରୂପ ରଥଟି ଗଡି ଗଡି ଚାଲିବାର ଦୃଶ୍ୟ ଅନନ୍ୟ ଓ ଅଭୁଲା ଥିଲା। ଉପସ୍ଥିତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ମଧ୍ୟରେ ପ୍ରସିଦ୍ଧ ଚିତ୍ରଶିଳ୍ପୀ ପ୍ରିୟଙ୍କା ସାହାଣୀ, ବାୟୋ ଟେକ୍ନୋକ୍ରାଟ ଅନୁପ ମହାନ୍ତି ଏବଂ ଆଇଟି ବିଶେଷଜ୍ଞ ଚିରଞ୍ଜିବୀ ମହାପାତ୍ର ପ୍ରମୁଖ ଅନ୍ତର୍ଭୁକ୍ତ ଥିଲେ। ଏହାପରେ ଦିଅଁ ମାନଙ୍କୁ ପୁରୀ ଆନନ୍ଦବଜାର ଶୈଳୀରେ ପ୍ରସ୍ତୁତ ସ୍ୱାଦିଷ୍ଟ ମହାପ୍ରସାଦ ଭୋଗ ଲଗାଯାଇଥିଲା ଏବଂ ଏହାକୁ ଆଗନ୍ତୁକ ମାନଙ୍କ ମଧ୍ୟରେ ବିତରଣ କରାଯାଇଥିଲା।

ଏହି ଅବସରରେ ଆୟୋଜିତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ବିଶେଷ ଆକର୍ଷଣ ମଧ୍ୟରେ ପ୍ରଜ୍ଞାନ ବେହେରା, ସୁନୀଲ କୁମାର ଦୁଦା ଓ ମୁନମୁନ ଦାସଙ୍କ ଦ୍ଵାରା ସୁମଧୁର ଭଜନ ଗାୟନ ଏବଂ ରଥ ସମ୍ମୁଖରେ ରୀନା ଦାଶଙ୍କ ଦ୍ଵାରା ମନଲୋଭା ଓଡ଼ିଶୀ ନୃତ୍ୟ ପରିବେଷଣ ସାମିଲଥିଲା। ମୁନମୁନ ଦାସ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସୁଚାରୁରୂପେ ଉପସ୍ଥାପନା ଓ ସଂଯୋଜନା କରିଥିଲେ।

ୱାର୍ଲଡ୍ ଓଡ଼ିଶା ସୋସାଇଟିର ଆନ୍ତର୍ଜାତିକ ସଂଯୋଜକ ଅକ୍ଷୟ ମହାନ୍ତିଙ୍କର ସାମଗ୍ରିକ ତତ୍ତ୍ଵାବଧାନରେ ଆୟୋଜିତ ରଥଯାତ୍ରାକୁ ବିପୁଳ ସଫଳ କରାଇବାରେ ସୁଦକ୍ଷ ସଂଗଠକ ଯଥା ମଣି ମହାପାତ୍ର, ସିମ୍ମି ମହାପାତ୍ର, ସରୋଜ ବେହେରା, ରଂଜିତ ବେହେରା, ଚନ୍ଦ୍ର ନାୟକ, ଶ୍ରଦ୍ଧା ନାୟକ, ଦିଗବିଜୟ ମହାପାତ୍ର, ଅରୁଣା ମହାପାତ୍ର, ବିଶ୍ଵ ପଟ୍ଟନାୟକ, ଲୀନା ପଟ୍ଟନାୟକ, ସୁକାନ୍ତ ପାତ୍ର, ଶଶି ମହାନ୍ତି, କଳ୍ପନା ମହାନ୍ତି, ବିଷ୍ଣୁପ୍ରିୟା ବଳ, କରୁଣା ମେହେଟ୍ଟା, ପଙ୍କଜ ପଣ୍ଡା ଓ ସୌମ୍ୟଶ୍ରୀ ଦାଶ ପ୍ରମୁଖ ଅଗ୍ରଣୀ ଭୂମିକା ନିର୍ବାହ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
“କଳାକ୍ଷେତ୍ର”ର ରାଜ୍ୟମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାରେ “କଳାକ୍ଷେତ୍ର ଗାଁ” ପ୍ରତିଷ୍ଠା ଲାଗି ପ୍ରସ୍ତାବିତ କାର୍ଯ୍ୟକ୍ରମ

“କଳାକ୍ଷେତ୍ର”ର ରାଜ୍ୟମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାରେ “କଳାକ୍ଷେତ୍ର ଗାଁ” ପ୍ରତିଷ୍ଠା ଲାଗି ପ୍ରସ୍ତାବିତ କାର୍ଯ୍ୟକ୍ରମ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version