• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ କୃଷିମନ୍ତ୍ରୀଙ୍କ ସରକାରୀ ବାସଭବନ ସମ୍ମୁଖରେ ପରିବା ବିକିଲା ଛାତ୍ର କଂଗ୍ରେସ

Proprietor Abhimanyu Maharana by Proprietor Abhimanyu Maharana
July 9, 2023
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ରାଜ୍ୟ କୃଷିମନ୍ତ୍ରୀଙ୍କ ସରକାରୀ ବାସଭବନ ସମ୍ମୁଖରେ ପରିବା ବିକିଲା ଛାତ୍ର କଂଗ୍ରେସ
Share on FacebookShare on TwitterWhatsapp

ଆକାଶ ଛୁଆଁ ପରିବା ଓ ସଉଦା ଦର ପ୍ରତିବାଦରେ ଛାତ୍ର କଂଗ୍ରେସର ବିକ୍ଷୋଭ

୦୯ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଆଜି ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଶ୍ରୀ ୟାସିର ନୱାଜଙ୍କ ନେତୃତ୍ୱରେ କୃଷିମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ସରକାରୀ ବାସଭବନ ସମ୍ମୁଖରେ ପ୍ରଦେଶ ଛାତ୍ର କଂଗ୍ରେସ ସୁଲଭ ମୂଲ୍ୟରେ ପରିବା ବିକି ଆକାଶ ଛୁଆଁ ପରିବା ଓ ସଉଦା ଦର ପ୍ରତିବାଦରେ ବିକ୍ଷୋଭ କରିଥିଲା । ଛାତ୍ର କଂଗ୍ରେସ ପକ୍ଷରୁ ସେଠାରେ ଟମାଟୋ କିଲୋ ୫୦ ଟଙ୍କା, ବାଇଗଣ କିଲୋ ୩୦ ଟଙ୍କା, ଝୁଡ଼ଙ୍ଗ କିଲୋ ୨୫ ଟଙ୍କା ସାରୁ କିଲୋ ୩୦ ଟଙ୍କା ପ୍ରଭୃତି ପୋଟଳ, ଲଙ୍କା ଏବଂ ଅନ୍ୟାନ୍ୟ ପରିବା ଅଧା ଦରରେ ବିକ୍ରି କରାଯାଇଥିଲା । ବାଟରେ ଯାଉଥିବା ସାଧାରଣ ଖାଉଟି ଏହାକୁ କ୍ରୟ କରିଥିଲେ । ଏହି ପରିପ୍ରେକ୍ଷୀରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଶ୍ରୀ ୟାସିର ନୱାଜ କହିଛନ୍ତି ଯେ ଆଜିର ପରିବା ଦର ଏବଂ ସଉଦା ଦର ବୃଦ୍ଧି ପାଇଁ ମୋଦି ଓ ନବୀନ ଶାସନ ଦାୟୀ ।

ଚାଷୀ ଅମଳ ଋତୁରେ ତାର ପରିବାକୁ ସାଇତିବା ପାଇଁ ରାଜ୍ୟ ସରକାର ୨୩ ବର୍ଷ ଭିତରେ ଶୀତଳ ଭଣ୍ଡାର କରିପାରିଲେ ନାହିଁ । ସବୁବେଳେ ନିର୍ବାଚନ ସମୟରେ ଶୀତଳ ଭଣ୍ଡାରରର ପ୍ରତିଶୃତି ଦେଲେ ମାତ୍ର ଭୋଟ ଲୁଟିନେଲା ପରେ ଏକଥାକୁ ପାଶୋରି ଗଲେ । ୨୩ ବର୍ଷ ଭିତରେ ଓଡ଼ିଶାରେ ୧୩୧ଟି ଶୀତଳ ଭଣ୍ଡାରରୁ ୮୨ ଟି ଅଚଳ । ୧୩ ଟି ଜିଲ୍ଲାରେ ଶୀତଳ ଭଣ୍ଡାର ନାହିଁ । ଟମାଟୋ ଅମଳ ଋତୁରେ ହାଟରେ ଚାଷୀ କିଲୋ ପିଛା ୫୦ ପଇସାରେ କାନ୍ଦି କାନ୍ଦି ବିକୁଛି । ରାଜ୍ୟ ସରକାର ୨୦୧୮ ମସିହାରେ କହିଲେ ରାଜ୍ୟରେ ୧୫୦ଟି ଶୀତଳ ଭଣ୍ଡାର କରିବାପାଇଁ । ୨୦୨୩ ହେଲାଣି ଶୀତଳ ଭଣ୍ଡାରର ଦେଖାନାହିଁ । ନିର୍ବାଚନ କବାଟ ଠକ ଠକ କରୁଥିବା ବେଳେ ହଠାତ ନବୀନ ସରକାର ଘୋଷଣା କରୁଛନ୍ତି ଯେ ଓଡ଼ିଶାରେ ୧୦୦୦ ଟି ଶୀଳତ ଭଣ୍ଡାର କରିବେ । ଏଥିରେ କେବଳ ଖାଉଟିଙ୍କୁ ଭୁଆଁ ବୁଲାଯାଉଛି । ୨୩ ବର୍ଷରେ ଶୀତଳ ଭଣ୍ଡାର ସମସ୍ୟାକୁ ସମାଧାନ କରିପାରିନଥିବା ନବୀନ ସରକାର ଏବେ ପ୍ରତିଶୃତି ପାଳନ କରିପାରିବେ ବୋଲି ଜନସାଧାରଣ ଭରଷା କରିପାରୁନାହାନ୍ତି ।

ଭାରତୀୟ କୃଷି ରିସର୍ଚ ପରିଷଦର ରିପୋର୍ଟରେ ଓଡ଼ିଶାରେ ବାର୍ଷିକ ୧ଲକ୍ଷ ୪୫ ହଜାର ଟନ ଫଳ ଏବଂ ଏବଂ ୪ରୁ ୫ ଲକ୍ଷ ଟନ ପରିବା ନଷ୍ଟ ହୋଇଯାଉଛି ଏବଂ ଏଥିପାଇଁ ଶୀତଳ ଭଣ୍ଡାର ସମସ୍ୟା ହିଁ ଦାୟୀ । ଖାଉଟିର ଲୁହକୁ ନବୀନ ସରକାର ବୁଝିପାରୁ ନାହାନ୍ତି । ଅନ୍ୟପକ୍ଷରେ ତୈଳଦର ବୃଦ୍ଧି ଏବଂ ଜିଏସ୍‌ଟି ବୋଝ ପାଇଁ ଡାଲି, ତେଲ, ଜିରା, ଶୋରିଷ ଆଦି ନିତ୍ୟବ୍ୟବହାର୍ଯ୍ୟ ଦର ଆକାଶ ଛୁଆଁ ହୋଇଛି । ଏହା କିପରି ନିୟନ୍ତ୍ରଣ ହେବ ସେ ଦିଗରେ ମୋଦି ସରକାର ମଧ୍ୟ ପଦକ୍ଷେପ ନେଉନାହାନ୍ତି । ସୁତରାଂ ଆଜିର ଆକାଶ ଛୁଆଁ ଦର ନବୀନ ଓ ମୋଦି କୃତ । ଖାଉଟିର ଲୁହରେ ଉଭୟ ସରକାରର ପତନ ସୁନିଶ୍ଚିତ । ବଜାର ଦର ନିୟନ୍ତ୍ରଣ ପାଇଁ ଏବଂ ଶୀତଳ ଭଣ୍ଡାର ପର୍ଯ୍ୟାପ୍ତ ପରିମାଣରେ କରିବାପାଇଁ ଛାତ୍ର କଂଗ୍ରେସ ପକ୍ଷରୁ ଦାବି କରାଯାଉଛି । ରାଷ୍ଟ୍ରୀୟ ଛାତ୍ର କଂଗ୍ରେସର ସଂପାଦିକା ତଥା ଓଡ଼ିଶା ପ୍ରଭାରୀ ସୁଶ୍ରୀ ଅନୁଲେଖା ବୋଷା ଏହି କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ ଯେ ବଜାର ଦର ଅନିୟନ୍ତ୍ରିତ ହେଉଥିବା ବେଳେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଚୁପ ବସିଛନ୍ତି । ଖାଉଟିର ଲୁହ ଏମାନଙ୍କୁ ପ୍ରଭାବିତ କରିପାରୁ ନାହିଁ ।

ଖାଉଟିଙ୍କ ଠୁ ଭୋଟ ନେଇ ଏମାନେ ଶାସନ ଗାଦିରେ ବସିଛନ୍ତି ହେଲେ ଖାଉଟିଙ୍କ ସମସ୍ୟାର ସମାଧାନ କରୁନାହାନ୍ତି । ଆଜିର କାର୍ଯ୍ୟକ୍ରମରେ ପ୍ରକାଶ ମିଶ୍ର, ଆଲୋକ ଲେଙ୍କା, ରଣଜିତ ପାତ୍ର, ଅଜୟ ସାହୁ, ପ୍ରଭାତ ପ୍ରତାପ ସିଂ, ରଣଜିତ ସେନାପତି, ଅଖିଳେଷ ଯାଦବ, ଜଗଦିଶ ଗଜେନ୍ଦ୍ର, ବିରଂଚି ବାରିକ, ସୁରଜ ରାଉତ, ଅବିନାଷ ନନ୍ଦ, ସ୍ପନ୍ଦନ ସ୍ୱାଇଁ, ସମୀର ରାଉତ, ଆର୍ଯ୍ୟାନ ସାସମଲ, ରାଜଦ୍ୱୀପ ବେହେରା, ରାମେଶ୍ୱର ଶତପଥି, ପ୍ରଭୁଶକ୍ତି ପଟ୍ଟନାୟକ, ଆର୍ଯ୍ୟାନ ପ୍ରସାଦ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version