• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ପଦକ୍ଷେପ ଆରମ୍ଭ ହେଲା ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା ରାଜ୍ୟ କ୍ୟାବିନେଟର ଅନୁମୋଦନ

Proprietor Abhimanyu Maharana by Proprietor Abhimanyu Maharana
July 11, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ପଦକ୍ଷେପ  ଆରମ୍ଭ ହେଲା ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା  ରାଜ୍ୟ କ୍ୟାବିନେଟର ଅନୁମୋଦନ
Share on FacebookShare on TwitterWhatsapp

ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ, ଗାଁର ପୂଜାସ୍ଥଳ, ଐତିହାସିକ ଗୁରୁତ୍ବ ଥିବା ସ୍ଥାନର ହେବ ବିକାଶ, ସଂସ୍କୃତି ସଂରକ୍ଷଣ ପାଇଁ ପ୍ରତି ପଞ୍ଚାୟତକୁ ମିଳିବ ୧୦ ଲକ୍ଷ ଟଙ୍କା.

ଏହି ଯୋଜନା ଏଭଳି ଏକ ନୂଆ ଓଡିଶାର ସୂତ୍ରପାତ କରିବ, ଯାହାର ଭିତ୍ତି ହେବ ସୁଦୃଢ ଓ ଡେଣା ହେବ ଶକ୍ତ – ମୁଖ୍ୟମନ୍ତ୍ରୀ

୧୦ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :- ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ସହିତ ଗାଁ ଗାଁରେ ଥିବା ପୂଜାସ୍ଥଳ ଓ ଐତିହାସିକ ଗୁରୁତ୍ବ ବହନ କରୁଥିବା ସ୍ଥାନ ଗୁଡିକର ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଦେଇଛନ୍ତି । ଓଡିଶାର ଗାଁ ଗୁଡିକରେ ଥିବା ପୂଜାସ୍ଥଳ ତଥା ଅନ୍ୟାନ୍ୟ ଐତିହାସିକ ଗୁରୁତ୍ବ ଥିବା ସ୍ଥାନର ବିକାଶ ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଆରମ୍ଭ କରିଛନ୍ତି ଏକ ନୂଆ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ।

ଏହି ଯୋଜନାର ଅଂଶ ସ୍ବରୂପ ପୂଜା ଓ ଐତିହାସିକ ସ୍ଥାନର ବିକାଶ ତଥା ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ସୁବିଧାର ବିକାଶ ନିମନ୍ତେ ପ୍ରତ୍ୟେକ ଗାଁରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟଙ୍କା ଖର୍ଚ୍ଚ କରାଯାଇପାରିବ। ପଞ୍ଚାୟତ ଗୁଡିକରେ ଆଧୁନିକ ଭିତ୍ତିଭୂମିର ବିକାଶ ପାଇଁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ହୋଇପାରିବ। ଆଜି ରାଜ୍ୟ କ୍ୟାବିନେଟ ଏହି ଯୋଜନାକୁ ଅନୁମୋଦନ ଦେଇଛି ।

ଯୋଜନା ଉପରେ ନିଜର ଆଭିମୁଖ୍ୟ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଯୋଜନାରେ ରହିଛି ଏକ ନୂଆ ଓଡିଶା, ଏକ ଆକାଂକ୍ଷୀ ଓଡିଶା ଗଠନର ପରିକଳ୍ପନା– ଏଭଳି ଏକ ଆଧୁନିକ ଓଡିଶା ଯାହା କି ଆମର ମୌଳିକ ମୂଲ୍ୟବୋଧ ଉପରେ ପର୍ଯ୍ୟବେସିତ।

ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ ଓଡିଶା ସବୁବେଳେ ତା’ର ସଂସ୍କୃତି, ତା’ର ପରମ୍ପରା ଓ ଇତିହାସ ସହିତ ଦୃଢ ଭାବରେ ଯୋଡି ହୋଇ ରହିଛି । ଓଡିଶା ହେଉଛି ସେହି ଭୂମି ଯେ କି ସାରା ବିଶ୍ୱକୁ ଜଗନ୍ନାଥ ସଂସ୍କୃତି ପରି ମହାନ ସଂସ୍କୃତି ସହ ପରିଚିତ କରାଇଛି । ଜଗନ୍ନାଥ ସଂସ୍କୃତି ବିଶ୍ବପ୍ରେମ, ସେବା ଓ ସମାନତାକୁ ଗୁରୁତ୍ବ ଦେଇଛି। ସମସ୍ତଙ୍କୁ ସମାନ ଭାବରେ ଆଦରି ନେଇଛି। ଜାତି ଓ ସଂପ୍ରଦାୟ ନିର୍ବିଶେଷରେ ସମସ୍ତଙ୍କୁ ନିଜର କରିପାରିଛି ବୋଲି ସେ କହିଛନ୍ତି।

ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ପାଇଁ ଆମେ ଏହି ଯୋଜନାରେ ଏକ ଐତିହାସିକ ପଦକ୍ଷେପ ନେଇଛୁ ବୋଲି ପ୍ରକାଶ କରି ସେ କହିଲେ ଯେ ଏଥିରେ ସ୍ଥାନୀୟ ପୂଜାସ୍ଥଳୀ ତଥା ଐତିହାସିକ ଗୁରୁତ୍ୱ ଥିବା ସ୍ଥାନମାନଙ୍କର ସୁରକ୍ଷା ଏବଂ ଭକ୍ତ ଓ ପର୍ଯ୍ୟଟକ ମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ ପାଇଁ ବିଶେଷ ଗୁରୁତ୍ବ ଦିଆଯାଇଛି। ପ୍ରତ୍ୟେକ ଗ୍ରାମପଞ୍ଚାୟତ ଏହି ଯୋଜନାରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରି କାମ କରିପାରିବେ ।

ପ୍ରତ୍ୟେକ ଗ୍ରାମପଞ୍ଚାୟତରେ ଇତିହାସ ଓ ଆଧ୍ୟାତ୍ମିକତା ସହ ଯୋଡି ହୋଇ ଅନେକ ଗୁରୁତ୍ବପୂର୍ଣ୍ଣ ସ୍ଥାନ ରହିଛି ବୋଲି ମତ ଦେଇ ସେ କହିଥିଲେ ଯେ ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ସେସବୁ ସ୍ଥାନମାନଙ୍କର ସଂରକ୍ଷଣ ଓ ସୁରକ୍ଷା ଜରୁରୀ । ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକ ହିଁ ଏହି କାମକୁ ଅଧିକ ଦକ୍ଷତାର ସହ କରିପାରିବ ବୋଲି ସେ ଦୃଢ ବିଶ୍ବାସ ପ୍ରକଟ କରିଥିଲେ।

ନୂଆ ଓଡିଶା ତା’ର ମୂଳ ଭିତ୍ତିକୁ ସୁଦୃଢ ରଖିବା ସହିତ ଦୂର ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ତାର ଡେଣାକୁ ଅଧିକ ପ୍ରସାରିତ କରିବ ବୋଲି ସେ ମତ ଦେଇଥିଲେ । ଆମର ଗାଁ ଗୁଡିକରେ ଯୁବ ସମାଜ ପାଇଁ Internet ସଂଯୋଗ ଦରକାର । ଖେଳ ପଡିଆ ଦରକାର । ବିଜ୍ଞାନ ପାର୍କ ଦରକାର । ସେମାନଙ୍କ ପାଇଁ ତାଲିମ ସୁବିଧା ମଧ୍ୟ ଦରକାର । Work Hubs ଦରକାର । ଗାଁର ଉଦ୍ୟୋଗୀ ବିଶେଷକରି, ମା’ ମାନଙ୍କ ପାଇଁ ଦକ୍ଷତା ବିକାଶ କେନ୍ଦ୍ର ଦରକାର ବୋଲି ସେ କହିଥିଲେ।

ଗାଁରେ ଆଧୁନିକ ମୌଳିକ ସୁବିଧାର ବିକାଶ ଉପରେ ମତ ଦେଇ ସେ କହିଥିଲେ ଯେ, “ମୁଁ ଚାହେଁ, ଶିକ୍ଷା ଭିତ୍ତିଭୂମି କ୍ଷେତ୍ରରେ ଥିବା ପ୍ରଭେଦ ଦୂର ହେଉ। ସମସ୍ତଙ୍କ ପାଇଁ ବ୍ୟାଙ୍କିଙ୍ଗ ସୁବିଧା ମିଳୁ । ଡିଜିଟାଲ ଭିତ୍ତିଭୂମି ର ବିକାଶ ହେଉ । ତା ସହିତ ଅନ୍ୟ ଆଧୁନିକୀକରଣ କାମ ମଧ୍ୟ ହେଉ ।

‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପଞ୍ଚାୟତ ସ୍ତରରେ ଏସବୁ ପରିକଳ୍ପନାକୁ ଆଗେଇ ନେବା ପାଇଁ ସୁଯୋଗ ସୃଷ୍ଟି କରିବ । ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଅଧିନରେ ଗାଁର ମନ୍ଦିର ମାନଙ୍କର ପୁନରୁଦ୍ଧାର ଠାରୁ ଆରମ୍ଭ କରି Digital Infrastructure କାମ ପରି ଭବିଷ୍ୟମୁଖୀ ଯୋଜନା କରାଯିବ । ଉଭୟ କାମ ଏକ ସମୟରେ ଚାଲିବ ।”

ଏହା ଓଡିଶାରେ ଏକ ନୂଆ ଯୁଗର ଆରମ୍ଭ କରିବ ବୋଲି ଦୃଢ ବିଶ୍ବାସ ପ୍ରକଟ କରି ସେ କହିଲେ ଯେ ଆମର ଯୁବସମାଜ ପାଇଁ, ଆମର ମା ମାନଙ୍କ ପାଇଁ, ପିଲା ମାନଙ୍କ ପାଇଁ, ଉଦ୍ୟୋଗୀମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ, ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ଏକ ଆଧୁନିକ ପ୍ରଗତୀଶିଳ ଓ ସମ୍ବେଦନଶୀଳ ଓଡିଶା ଗଠନରେ ସହାୟକ ହେବ। ଏହି ଯୋଜନା ଏଭଳି ଏକ ନୂଆ ଓଡିଶାର ସୂତ୍ରପାତ କରିବ, ଯାହାର ଭିତ୍ତି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version