• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୫.୮୫ କୋଟି ଟଙ୍କାରେ ଅନୁଗୁଳରେ ନିର୍ମାଣ ହେବ ୩ଟି ସେତୁ : ୩ଟି ସଡକ ପାଇଁ ୭୬.୩୯ କୋଟି ଟଙ୍କା – ନିର୍ମାଣ ହେବ ୨ଟି ବନ୍ୟା ଆଶ୍ରୟସ୍ଥଳ

Proprietor Abhimanyu Maharana by Proprietor Abhimanyu Maharana
July 12, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
୧୫.୮୫ କୋଟି ଟଙ୍କାରେ ଅନୁଗୁଳରେ ନିର୍ମାଣ ହେବ ୩ଟି ସେତୁ : ୩ଟି ସଡକ ପାଇଁ ୭୬.୩୯ କୋଟି ଟଙ୍କା – ନିର୍ମାଣ ହେବ ୨ଟି ବନ୍ୟା ଆଶ୍ରୟସ୍ଥଳ
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା କରାଯାଉଥିବା ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ୧୮ ହଜାରରୁ ଅଧିକ ଅଭିଯୋଗ ଗ୍ରହଣ କରାଯାଇଛି – ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କଲେ ୫-ଟି ସଚିବ

ଜନ ଅଭିଯୋଗ ଶୁଣାଣୀକୁ ଅଗ୍ରାଧିକାର ଦିଅ – ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ସବୁ ବିଭାଗ, ଜିଲ୍ଲା କର୍ତ୍ତୃପକ୍ଷ ମାନେ ଲୋକଙ୍କ ଅଭିଯୋଗର ତୁରନ୍ତ ସମାଧାନ ଉପରେ ଗୁରୁତ୍ବ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

‘ମୋ ସରକାର’ ଅଧିନରେ ଆସିବ ଜନ ଅଭିଯୋଗ ଶୁଣାଣୀ – ମୁଖ୍ୟମନ୍ତ୍ରୀ

ଆସନ୍ତା ମାସ ଠାରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଲୋକଙ୍କୁ ଫୋନ କରି ସେମାନଙ୍କ ଅଭିଯୋଗର ସମାଧାନ ସଂପର୍କରେ ଜାଣିବ

ମହାନ ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନ ସ୍ମୃତିପୀଠର ବିକାଶ କରାଯିବ

ଚଳିତ ବର୍ଷ ଅକ୍ଟୋବରରୁ ତାଳଚେର ମେଡିକାଲ କଲେଜ ହସ୍‌ପିଟାଲ କାର୍ଯ୍ୟକ୍ଷମ ହେବ, ପବିତ୍ର ମୋହନ ପ୍ରଧାନଙ୍କ ନାମରେ ନାମିତ ହେବ

ହାତୀ-ମଣିଷ ସଂଘର୍ଷ ରୋକିବାକୁ ୪.୬୫ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ବନ୍ତଳା ଓ ସାତକୋଶିଆ ଇକୋ ଟୁରିଜିମ୍‌ ସ୍ଥଳରେ ହେବ ଦୁଇଟି ଅଗ୍ନିଶମ ସେବା କେନ୍ଦ୍ର

୧୧ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ବିଭିନ୍ନ ଜିଲ୍ଲାରେ କରାଯାଉଥିବା ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଢେଙ୍କାନାଳରୁ ଭିଡିଓ କନ୍‌ଫରେସନ୍‌ସ ଜରିଆରେ ଯୋଡି ହୋଇ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ଯେ ଗତ ଦୁଇ ଦିନ ଧରି ସେ ଅନୁଗୁଳ ଜିଲ୍ଲା ଗସ୍ତ କରି ଲୋକଙ୍କ ଅଭିଯୋଗ ଓ ସମସ୍ୟା ସଂପର୍କରେ ତଥ୍ୟ ସଂଗ୍ରହ କରିଛନ୍ତି । ସେ କହିଥିଲେ ଯେ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ବର୍ତ୍ତମାନ ସୁଦ୍ଧା ଲୋକଙ୍କ ଠାରୁ ୧୮ ହଜାର ଯାଚିକା (petition) ଗ୍ରହଣ କରାଯାଇଛି ।

ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ଜେନା କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗ୍ରହଣ କରାଯାଉଥିବା ଅଭିଯୋଗ ଓ ଯାଚିକା ସଂପର୍କରେ ପଦକ୍ଷେପ ନିଆଯାଉଛି। ବିଭିନ୍ନ ବିଭାଗ ଦ୍ବାରା ସମୀକ୍ଷା ବୈଠକରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ପ୍ରାଥମିକତା ଦିଆଯାଉଛି । ମୁଖ୍ୟମନ୍ତ୍ରୀ କହିଲେ ଯେ ଜନ ଅଭିଯୋଗ ଶୁଣାଣୀ ମୋ ପାଇଁ ସବୁଠାରୁ ଅଧିକ ଗୁରୁତ୍ବପୂର୍ଣ୍ଣ । ମୁଁ ଚାହେଁ ଯେ ସବୁ ବିଭାଗ ଓ ଜିଲ୍ଲା ପ୍ରଶାସନ ଲୋକଙ୍କ ଅଭିଯୋଗ, ଅସୁବିଧାକୁ ସମ୍ବେଦନଶୀଳ ହୋଇ ଶୁଣିବା ସହିତ ଶୀଘ୍ର ସମାଧାନ କରିବା ଆବଶ୍ୟକ । ସେଥିପାଇଁ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିବା ପାଇଁ ମୁଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ବିଭିନ୍ନ ଜିଲ୍ଲାକୁ ଯିବା ପାଇଁ ନିର୍ଦ୍ଦେଶ ଦେଇଛି । ଆମର ଅଧିକାରୀମାନେ ବିଭିନ୍ନ ଜିଲ୍ଲା, ଏପରି କି ବ୍ଲକ୍‌ ସ୍ତରକୁ ଯାଇ ଅଭିଯୋଗ ଶୁଣାଣୀ କରୁଛନ୍ତି ଏବଂ ଏହିସବୁ କାର୍ଯ୍ୟକ୍ରମରୁ ବର୍ତ୍ତମାନ ସୁଦ୍ଧା ୧୮ ହଜାରରୁ ଅଧିକ ଯାଚିକା ଗ୍ରହଣ କରାଯାଇଛି ।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ମୁଁ ଆଶା କରୁଛି ସମସ୍ତ ବିଭାଗ ଗୁଡିକ ଲୋକଙ୍କ ଅଭିଯୋଗକୁ ପ୍ରାଥମିକତା ଭିତ୍ତିରେ ଶୁଣାଣୀ କରି ସମାଧାନ କରିବେ । ରାଜ୍ୟର ସମସ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ଲୋକଙ୍କ ଅଭିଯୋଗ ଉପରେ ଗୁରୁତ୍ବ ଦେଇ ସମାଧାନ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜନ ଅଭିଯୋଗ ଶୁଣାଣୀ ପ୍ରକ୍ରିୟାକୁ ‘ମୋ ସରକାର’ ଅଧିନରେ ଗ୍ରହଣ କରାଯାଇ ଲୋକଙ୍କ ସମସ୍ୟାର ସମାଧାନ କିପରି କରାଯାଉଛି, ସେ ବିଷୟରେ ତଥ୍ୟ ସଂଗ୍ରହ କରାଯିବ । ଆସନ୍ତା ମାସ ଠାରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜନସାଧାରଣଙ୍କୁ ଫୋନ କରାଯାଇ ସେମାନଙ୍କ ସମସ୍ୟାର କିପରି ସମାଧାନ କରାଯାଉଛି, ସେ ସଂପର୍କରେ ମତାମତ ନିଆଯିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦେଶର ସ୍ବାଧୀନତା ସଂଗ୍ରାମରେ ତଥା ଓଡିଶାର ବିକାଶରେ ବିଶିଷ୍ଟ ଜନନେତା ପବିତ୍ର ମୋହନ ପ୍ରଧାନଙ୍କ ଅବଦାନକୁ ସମ୍ମାନ ଦେଇ ତାଙ୍କ ସ୍ମୃତିପୀଠର ବିକାଶ କରାଯିବ ।

ତାଳଚେର ମେଡିକାଲ କଲେଜ ଓ ହସ୍‌ପିଟାଲକୁ ମଧ୍ୟ ତାଙ୍କ ନାମରେ ନାମିତ କରାଯିବ । କଣିହାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମଣାଧୀନ ସେତୁକୁ ମଧ୍ୟ ତାଙ୍କ ନାମରେ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଅନୁଗୁଳ ଜିଲ୍ଲାରେ ଗୁଣାତ୍ମକ ସ୍ବାସ୍ଥ୍ୟସେବାର ବିକାଶ ପାଇଁ ତାଳଚେର ଠାରେ ନିର୍ମିତ ମେଡିକାଲ କଲେଜ ହସ୍‌ପିଟାଲକୁ ଚଳିତ ବର୍ଷ ଅକ୍ଟୋବର ମାସ ଠାରୁ କାର୍ଯ୍ୟକ୍ଷମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହାସହିତ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ ହସ୍‌ପିଟାଲ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ ଗତକାଲି ଛେଣ୍ଡିପଦାଠାରେ ଲୋକଙ୍କ ଠାରୁ ଏହି ଦାବୀ ସଂପର୍କରେ ମୁଖ୍ୟମନ୍ତ୍ରୀ ୫-ଟି ସଚିବଙ୍କ ସହିତ ଭିଡିଓ କଲ୍‌ରେ ଆଲୋଚନା କରି ନିଷ୍ପତ୍ତି ନେଇଥିଲେ ।

ସେହିପରି ଅନୁଗୁଳ ଜିଲ୍ଲାର ବନ୍ତଳା ଠାରେ ହାତୀ-ମଣିଷ ସଂଘର୍ଷ ଯୋଗୁ ସାଧାରଣ ଲୋକ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଧନସମ୍ପତ୍ତି ନଷ୍ଟ ସହିତ ଜୀବନ ହାନୀ ମଧ୍ୟ ହେଉଛି । ଲୋକଙ୍କ ଠାରୁ ଏହି ସମସ୍ୟା ଶୁଣିବା ପରେ, ମୁଖ୍ୟମନ୍ତ୍ରୀ ଏହାକୁ ରୋକିବା ପାଇଁ ୪.୬୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଜିଲ୍ଲା ଡି.ଏଫ.ଓ ଙ୍କ ଦ୍ବାରା ଏହି ଅର୍ଥ ଜରିଆରେ ବନ୍ତଳାର ୪୩ଟି ଗାଁରେ ଆବଶ୍ୟକ ଭିତ୍ତିଭୂମି ନିର୍ମାଣ କରାଯାଇ ଅଧିକ ସୁରକ୍ଷିତ ବ୍ୟବସ୍ଥାର ବିକାଶ କରାଯିବ। ସୂଚନାଯୋଗ୍ୟ ଯେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ତାଙ୍କ ଅନୁଗୁଳ ଗସ୍ତ ସମୟରେ ବନ୍ତଳା ଠାରେ ହାତୀ ଆକ୍ରମଣ ସଂପର୍କରେ ଲୋକଙ୍କ ଠାରୁ ବିଭିନ୍ନ ଅଭିଯୋଗ ଶୁଣିଥିଲେ ।

ଜିଲ୍ଲାରେ ସଡକ ଯୋଗାଯୋଗର ବିକାଶ ପାଇଁ OMBADC ପାଣ୍ଠିରୁ ୭୬.୩୯ କୋଟି ଟଙ୍କା ବିନିଯୋଗ କରାଯାଇ ୩ଟି ଗୁରୁତ୍ବପୂର୍ଣ୍ଣ ରାସ୍ତା ନିର୍ମାଣ କରାଯିବ। ପାଲଲହଡା ଏକ ଆଦିବାସୀ ଅଧ୍ୟୁସିତ, ଅନୁନ୍ନତ ଅଂଟଳ ହୋଇଥିବାରୁ, ଏଠାରେ ୨ଟି ଗୁରୁତ୍ବପୂର୍ଣ୍ଣ ରାସ୍ତାର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ପାଲଲହଡା ଫଳ ବଗିଚା ଠାରୁ ନାଇକାଣିପଲ୍ଲୀ ରାସ୍ତାର ବିକାଶ ପାଇଁ ୨୧.୮୫ କୋଟି ଏବଂ ସିବାଦା ଠାରୁ ଖଡକାକୁମ୍ଭାର ମାଟି ରାସ୍ତାର ଉନ୍ନତିକରଣ ପାଇଁ ୪୨.୦୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହାସହିତ କଣିଆ ବ୍ଳକ୍‌ର ଧଳଗଡିଆ ସିଆରିଆ ରାସ୍ତାରେ ମହୁଲିପୋଷି ପର୍ଯ୍ୟନ୍ତ ୧୦ କିଲୋମିଟର ରାସ୍ତାର ଉନ୍ନତିକରଣ ପାଇଁ ୧୨.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ଏହାସହିତ ପାଲଲହଡାରେ ୩ଟି ଗୁରୁତ୍ବପୂର୍ଣ୍ଣ ସେତୁ ମଧ୍ୟ ନିର୍ମାଣ କରାଯିବ । ମାଙ୍କଡିଆ ନଳା ଉପରେ ଜୋକପାଣି ଠାରେ ଏକ ସେତୁ ପାଇଁ ୫.୩୮ କୋଟି ଟଙ୍କା, ଅନ୍ଧାରୀନଳା ଉପରେ କୁଚେଇବେଡା ଠାରେ ସେତୁ ପାଇଁ ୪.୬୦ କୋଟି ଟଙ୍କା ଏବଂ ଖରବା ନଳା ଉପରେ ବିଜାଗୋଠ ଛକ ଠାରେ ସେତୁ ନିର୍ମାଣ ପାଇଁ ୫.୮୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ସମୁଦାୟ ୧୫.୮୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୫-ଟି ସଚିବଙ୍କ ବନ୍ତଳା ଅଂଚଳ ପରିଦର୍ଶନ ସମୟରେ ଏକ ଅଗ୍ନିଶମ ସେବା କେନ୍ଦ୍ରର ଆବଶ୍ୟକତା ସଂପର୍କରେ ଜନସାଧାରଣ ଅବଗତ କରାଇଥିଲେ ।

  ମୁଖ୍ୟମନ୍ତ୍ରୀ ଆଜି ବନ୍ତଳାରେ ଏହି ସେବା କେନ୍ଦ୍ର ସ୍ଥାପନ ପାଇଁ ଅନୁମୋଦନ ଦେଇଛନ୍ତି । ଏହାସହିତ ସାତକୋଶିଆ ଇକୋ ଟୁରିଜିମ୍‌ ସ୍ଥାନରେ ମଧ୍ୟ ଏକ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ କରାଯିବ। ଜନସାଧାରଣଙ୍କ ଅନୁରୋଧକ୍ରମେ ଜିଲ୍ଲାର କୁଡାଗାଁ ଓ ଟିକରପଡା ଠାରେ ଦୁଇଟି ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରତ୍ୟେକ ବନ୍ୟା ଅଶ୍ରୟସ୍ଥଳ ପାଇଁ ୨.୬୪ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ସମୀକ୍ଷା ବୈଠକରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ, ଓ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version