୩୧ ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି :- ଧର୍ମଗଡ ବ୍ଲକ ସ୍ଥିତ ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷଜିଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାରପ୍ରାପ୍ତ ଉପଜିଲ୍ଲାପାଳ ଧର୍ମଗଡ ବିରଞ୍ଚି ନାରାୟଣ ଦର୍ୱାନ୍,ବ୍ଲକ ଅଧ୍ୟକ୍ଷା ବବିତା ପାଟ୍ଟଯୋଷି,ବି ଡି ଓ ଶରତ ସେଠୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୨୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୯ ଜଣଙ୍କୁ ୨୭୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା।

© 2023 Odisha Taza News.