• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏମ୍‌ସ ଭୁବନେଶ୍ୱରରେ ୧୩ତମ ଭାରତୀୟ ଅଙ୍ଗଦାନ ଦିବସ ଉତ୍ସାହ ଏବଂ ପ୍ରତିବଦ୍ଧତାର ସହିତ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
August 3, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଏମ୍‌ସ ଭୁବନେଶ୍ୱରରେ ୧୩ତମ ଭାରତୀୟ ଅଙ୍ଗଦାନ ଦିବସ ଉତ୍ସାହ ଏବଂ ପ୍ରତିବଦ୍ଧତାର ସହିତ ପାଳିତ
Share on FacebookShare on TwitterWhatsapp

– ଅଙ୍ଗଦାନ ନିମନ୍ତେ ଶପଥ ନେଲେ ଚିକିତ୍ସକ, ଛାତ୍ରଛାତ୍ରୀ, କର୍ମଚାରୀ ଏବଂ ଜନସାଧାରଣ

– ନାଟକ, ଦସ୍ତଖତ ଅଭିଯାନ ମାଧ୍ୟମରେ ଅଙ୍ଗଦାନ ନିମନ୍ତେ ବ୍ୟାପକ ସଚେତନତା ସୃଷ୍ଟି

୩ ଅଗଷ୍ଟ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଏମ୍‌ସ ଭୁବନେଶ୍ୱରରେ ଆଜି ଉତ୍ସାହ ଏବଂ ପ୍ରତିବଦ୍ଧତାର ସହିତ ୧୩ତମ ଭାରତୀୟ ଅଙ୍ଗଦାନ ଦିବସ (ଆଇଓଡିଡି) ପାଳିତ ହୋଇଯାଇଛି। ଅଙ୍ଗଦାନ ଏବଂ ଅଙ୍ଗ ପ୍ରତିରୋପଣର ଆବଶ୍ୟକତା ଥିବା ରୋଗୀଙ୍କ ନିମନ୍ତେ ଏହି ଜୀବନ ପ୍ରଦାନକାରୀ ମହତ ଦିବସ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି ଲକ୍ଷ୍ୟରେ ଏମ୍‌ସ ପକ୍ଷରୁ ଏକାଧିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏମ୍‌ସ ଓପିଡି ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଚିକିତ୍ସକ, ଛାତ୍ରଛାତ୍ରୀ, କର୍ମଚାରୀ ଏବଂ ଜନସାଧାରଣ ଅଙ୍ଗଦାନ କରିବାକୁ ଶପଥ ନେଇଥିଲେ। ସେହିପରି ଏମ୍‌ସ ନର୍ସିଂ କଲେଜ ଛାତ୍ରଛାତ୍ରୀଙ୍କ ପକ୍ଷରୁ ପ୍ରଦର୍ଶିତ ଚମତ୍କାର ନାଟ୍ୟାଅଭିନୟ କାର୍ଯ୍ୟକ୍ରମ ଅଙ୍ଗଦାନର ମହତ୍ତ୍ବ ବିଷୟରେ ଉପସ୍ଥିତ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା। ଏଥିସହିତ ଆକର୍ଷଣୀୟ କଳାଚାତୁରୀ ପ୍ରଦର୍ଶନ କରି ଅଙ୍ଗଦାନ ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ଥିବା ଅନ୍ଧବିଶ୍ବାସ, ଭ୍ରାନ୍ତଧାରଣା ଏବଂ ଅଜ୍ଞତାକୁ ଦୂର କରିବାରେ ସହାୟକ ହୋଇଥିଲା।

ଡିନ୍‌ ତଥା ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ପି ଆର୍‌ ମହାପାତ୍ର, ମେଡିକାଲ୍ ଅଧୀକ୍ଷକ ଡ. ଡି କେ ପରିଡ଼ାଙ୍କ ଉପସ୍ଥିତିରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜଣେ ବ୍ୟକ୍ତିଙ୍କ ଅଙ୍ଗଦାନ କିପରି ଏକାଧିକଙ୍କୁ ଜୀବନଦାନ ଦେଇଥାଏ ସେ ସମ୍ପର୍କରେ ଆଲୋକପାତ କରିଥିଲେ ଉପସ୍ଥିତ ଅତିଥିବୃନ୍ଦ। ଡ. ସଞ୍ଜୀବ ଭୋଇ (ନ୍ୟୁରୋଲୋଜି), ଡ. ଆଶିଷ ପଟ୍ଟନାୟକ (ନ୍ୟୁରୋ ସର୍ଜରୀ), ଡ. ସଙ୍ଗୀତା ସାହୁ (ଟ୍ରମା ଏବଂ ଜରୁରୀକାଳୀନ ବିଭାଗ), ଡ. ଭାଗିରଥୀ ଦ୍ୱିବେଦୀ (ଶିଶୁରୋଗ), ଡ. ପ୍ରଭାସ ରଂଜନ ତ୍ରିପାଠୀ (ଆନାଟୋମି) ପ୍ରମୁଖ ବରିଷ୍ଠ ଚିକିତ୍ସକମାନେ ଅଙ୍ଗଦାନର ବର୍ତ୍ତମାନ ସମୟରେ ରହିଥିବା ତାତ୍ପର୍ଯ୍ୟପୂର୍ଣ୍ଣ ଆହ୍ବାନ ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ସେହିପରି ଡ. ସନ୍ଦୀପ ପଣ୍ଡା (ନେଫ୍ରୋଲୋଜି) ଏବଂ ଡ. ମନୋଜ ଦାସ (ୟୁରୋଲୋଜି) ଏମ୍‌ସ ଭୁବନେଶ୍ୱରରେ ସଫଳତାରେ ସହିତ ଜାରି ରହିଥିବା କିଡ୍‌ନୀ ପ୍ରତିରୋପଣ ପ୍ରସଙ୍ଗରେ ସେମାନଙ୍କର ଅଭିଜ୍ଞତା ବାଣ୍ଟିଥିଲେ। କଲେଜ ଅଫ୍ ନର୍ସିଂର ଡ. ଧରିତ୍ରୀ ସ୍ବାଇଁ ଅଙ୍ଗଦାନ କ୍ଷେତ୍ରରେ ନର୍ସିଂ କେୟାରର ଭୂମିକା ସମ୍ପର୍କରେ ଉଲ୍ଲେଖ କରିଥିଲେ।

ଡ. ବ୍ରହ୍ମଦତ୍ତ ପଟ୍ଟନାୟକ (ସର୍ଜିକାଲ୍ ଗ୍ୟାଷ୍ଟ୍ରୋ ଏଣ୍ଟେରୋଲୋଜି)ଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଙ୍ଗ ଦାନକୁ ପ୍ରୋତ୍ସାହିତ କରିବା ନିମନ୍ତେ ଏକ ଦସ୍ତଖତ ଅଭିଯାନର ଶୁଭାରମ୍ଭ କରିଥିଲେ ଅତିଥିବୃନ୍ଦ। ଏହି ଅବସରରେ ଏମ୍‌ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ଏପରି ଏକ ସଫଳ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ଅଧ୍ୟାପକ/ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। ଏଥିସହିତ ଅଙ୍ଗଦାନ ଏବଂ ପ୍ରତିରୋପଣକୁ ଉତ୍ସାହିତ କରିବା ନିମନ୍ତେ ଏମ୍‌ସ ସଦାସର୍ବଦା ପ୍ରତିବଦ୍ଧ ଥିବା ନେଇ ଡ. ବିଶ୍ବାସ ପ୍ରକାଶ କରିଥିଲେ। ଉଲ୍ଲେଖଯୋଗ୍ୟଯେ ଏମ୍‌ସ ଭୁବନେଶ୍ୱର ଏହି କ୍ଷେତ୍ରରେ ବେଶ୍‌ ଉତ୍ସାହଜନକ କାର୍ଯ୍ୟକ୍ରମମାନ ହାତକୁ ନେଇଛି। ଏହି ଜାତୀୟ ଅନୁଷ୍ଠାନରେ ସଫଳତାର ସହିତ ବୃକକ୍ ପ୍ରତିରୋପଣ କାର୍ଯ୍ୟକ୍ରମ ଆରମ୍ଭ ହୋଇସାରିଛି। ସୁଲଭ ମୂଲ୍ୟରେ ହେଉଥିବା କିଡ୍‌ନୀ ପ୍ରତିରୋପଣ ଏହି ରୋଗରେ ପୀଡ଼ିତ ରୋଗୀଙ୍କୁ ନୂତନ ଆଶା ପ୍ରଦାନ କରିଛି। ସେହିପରି ଏମ୍‌ସ ଭୁବନେଶ୍ୱରରେ ଶୀଘ୍ର କ୍ୟାଡେଭେରିକ୍ ଅଙ୍ଗଦାନ କାର୍ଯ୍ୟକ୍ରମ ଏବଂ ଯକୃତ ପ୍ରତିରୋପଣ ଆରମ୍ଭ ହେବାକୁ ଯାଉଛି। ଯାହାକି ରାଜ୍ୟ ତଥା ପଡ଼ୋଶୀ ରାଜ୍ୟବାସୀଙ୍କୁ ଉପକୃତ କରିବା ସହିତ ଅଙ୍ଗଦାତାଙ୍କୁ ଉତ୍ସାହିତ କରିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

June 20, 2026
Pattamundai celebrates 80th Birthday of Baraha Samal

ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ 

June 20, 2026
Pattamundai celebrates 80th Birthday of Baraha Samal

Pattamundai celebrates 80th Birthday of Baraha Samal

June 19, 2026
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

June 20, 2026
Pattamundai celebrates 80th Birthday of Baraha Samal

ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ 

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version